ଭୋଗରାଇ: ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଲକ୍ ଅନ୍ତର୍ଗତ ସୁନାଧରଭସାଣ ପଞ୍ଚାୟତର ପଳାସିଆ ଗାଁରେ ହେବ ମୃତ ସୌମ୍ୟାଶ୍ରୀଙ୍କ ଅନ୍ତିମ ସଂସ୍କାର! ସୂଚନା ଅନୁଯାୟୀ, ଏବେ ତାଙ୍କୁ ନେଇ ଯାଉଥିବା ମହାପ୍ରୟାଣ ଗାଡ଼ି ଜଳେଶ୍ବରରେ ପହଞ୍ଚିସାରିଛି। ପୈତୃକ ଗାଁ ପଳାସିଆରେ ବ୍ୟାପକ ପୁଲିସ ମୁତୟନ କରାଯାଇଛି।
ମୃତ୍ୟୁ ସହିତ ୬୦ ଘଣ୍ଟାର ଲଢ଼େଇ ପରେ ବାଲେଶ୍ବର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀ ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି। ଭୁବନେଶ୍ବର ଏମ୍ସ କର୍ତ୍ତୃପକ୍ଷ ତାଙ୍କୁ ସୋମବାର ବିଳମ୍ବିତ ରାତିରେ ମୃତ (କ୍ଲିନିକାଲ୍ ଡେଥ୍) ଘୋଷଣା କରିଛନ୍ତି। ପୀଡ଼ିତାଙ୍କ ପାର୍ଥିବ ଶରୀର ତାଙ୍କ ଜନ୍ମମାଟି ଅଭିମୁଖେ ଭୁବନେଶ୍ବରରୁ ବାହାରିଛି। ଆଉ କିଛି ସମୟ ପରେ ତାଙ୍କର ପାର୍ଥିବ ଶରୀର ଜନ୍ମମାଟିରେ ପହଞ୍ଚିବ। ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଲକରେ ଥିବା ଗାଁ ମଶାଣିରେ ପୀଡିତାଙ୍କ ଅନ୍ତିମ ସଂସ୍କାର କରାଯିବ। ପୀଡିତାଙ୍କ ପାର୍ଥିବ ଶରୀର ଗାଁରେ ପହଞ୍ଚିବା ପୂର୍ବରୁ ପରିବାରରେ କାନ୍ଦବୋବାଳି ଦେଖାଯାଇଛି। ପୀଡିତାଙ୍କ ଗାଁ ସ୍ତବ୍ଧ ହୋଇପଡ଼ିଛି। ଏହି ଘଟଣା ନେଇ ପୂରା ରାଜ୍ୟରେ ଚାଞ୍ଚଲ୍ୟ ଖେଳି ଯାଇଛି।

ସୂଚନାଯୋଗ୍ୟ, ପୀଡ଼ିତା ଗତ ୧୨ ତାରିଖ ମଧ୍ୟାହ୍ନରେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ଖୁବ୍ କମ୍ ସମୟ ମଧ୍ୟରେ ତାଙ୍କ ଦେହ ଭୟାନକ ଭାବେ ଜଳି ଯାଇଥିଲା। ପ୍ରଥମେ ତାଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା। ଶରୀରର ୯୫ ପ୍ରତିଶତ ଅଂଶ ପୋଡ଼ି ଯାଇଥିବାବେଳେ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ଥିଲା। ତାଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇ ଦେବା ଲାଗି ଏମ୍ସରେ ଏକ ୧୦ ଜଣିଆ ବିଶେଷଜ୍ଞ ଡାକ୍ତରୀ ଟିମ୍ ଗଲା ୬୦ ଘଣ୍ଟା ଧରି ଦିନରାତି ଏକ କରି ଦେଇଥିଲେ। ଦିଲ୍ଲୀ ଏମ୍ସର ବିଶେଷଜ୍ଞ ଦଳ ସହିତ ବି ନିରନ୍ତର ଯୋଗାଯୋଗରେ ରହି ଚିକିତ୍ସା କରାଯାଉଥିଲା।