Deoranjan Kumar Singh Takes Charge ଉନ୍ନୟନ କମିସନର ଭାବେ ଦାୟିତ୍ବ ଗ୍ରହଣ କଲେ ଦେଓରଞ୍ଜନ କୁମାର ସିଂହ

Advertisment

ନୂତନ development commissionerଭାବେ ଦାୟିତ୍ବ ଗ୍ରହଣ କଲେ ଦେଓରଞ୍ଜନ କୁମାର ସିଂହ। ଏହି ଅବସରରେ ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଦେଇଛନ୍ତି। ୨୦୩୬ ମସିହା ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ ଦିଗରେ କାର୍ଯ୍ୟ କରିବେ ବୋଲି ସେ କହିଛନ୍ତି।

ନୂତନ development commissionerଭାବେ ଦାୟିତ୍ବ ଗ୍ରହଣ କଲେ ଦେଓରଞ୍ଜନ କୁମାର ସିଂହ। ଏହି ଅବସରରେ ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଦେଇଛନ୍ତି। ୨୦୩୬ ମସିହା ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ ଦିଗରେ କାର୍ଯ୍ୟ କରିବେ ବୋଲି ସେ କହିଛନ୍ତି।

deoranjan

Deoranjan Kumar Singh, IAS takes charge of development commissioner Photograph: (Sambad.in)

ଭୁବନେଶ୍ବର: ନୂତନ ଉନ୍ନୟନ କମିସନର ଭାବେ ଦାୟିତ୍ବ ଗ୍ରହଣ କଲେ ଦେଓରଞ୍ଜନ କୁମାର ସିଂହ। ପୂର୍ବରୁ ଅନୁ ଗର୍ଗ ଉନ୍ନୟନ କମିସନର ଭାବେ କାର୍ଯ୍ୟ କରୁଥିଲେ। ସେ ରାଜ୍ୟର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେବା ପରେ ସେହି ପଦବୀ ଖାଲିପଡ଼ିଥିଲା। ୧୯୯୩ ବ୍ୟାଚ୍ ଆଇଏଏସ୍ ଅଧିକାରୀ ଦେଓରଞ୍ଜନ କୁମାର ସିଂହଙ୍କୁ ଉନ୍ନୟନ କମିସନର ଭାବେ ନିଯୁକ୍ତି ଦିଆଯାଇଥିଲା। ସେ ଯୋଜନା ଓ ସଂଯୋଜନ ବିଭାଗ ସହ ରାଜସ୍ବ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ସମ୍ଭାଳିବେ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ 

ଏହି ଅବସରରେ ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଦେଇଛନ୍ତି। ୨୦୩୬ ମସିହା ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ ଦିଗରେ କାର୍ଯ୍ୟ କରିବେ ବୋଲି ସେ କହିଛନ୍ତି।

ଆହୁରି ପଢ଼ନ୍ତୁ: Ex Mla Nilagiri Akshyaya Acharchya No More ପରଲୋକରେ ନୀଳଗିରିର ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟ

ଏଣେ ୧୯୯୧ ବ୍ୟାଚ୍‌ର ଆଇଏଏସ୍ ଅଧିକାରୀ ତଥା ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କୁ ରାଜସ୍ବ ପର୍ଷଦ ସଦସ୍ୟ ଭାବେ ନିଯୁକ୍ତି ମିଳିଛି। ଶ୍ରୀ ସାହୁଙ୍କ ବ୍ୟାଚ୍‌ର ଅନୁ ଗର୍ଗ ମୁଖ୍ୟ ଶାସନ ସଚିବ ହେଲା ପରେ ଶ୍ରୀ ସାହୁଙ୍କୁ ଲୋକସେବା ଭବନ ବାହାରେ ଦାୟିତ୍ବ ମିଳିଛି। ଏହି ବ୍ୟାଚ୍‌ର ଆଉ ଦୁଇ ଅଧିକାରୀ ସୌରଭ ଗର୍ଗ ଓ ସଞ୍ଜୟ ରାସ୍ତୋଗୀ ଏବେ କେନ୍ଦ୍ରୀୟ ଡେପୁଟେସନ୍‌ରେ ଅଛନ୍ତି। ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ଗୃହ ବିଭାଗର ଅତିରିକ୍ତ ଦାୟିତ୍ବ ସମ୍ଭାଳିବେ। ସେ ପୂର୍ବଭଳି ସୂଚନା ଓ ଲୋକସମ୍ପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ଇପିକଲ୍‌ର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବରେ ରହିବେ।

ଆହୁରି ପଢ଼ନ୍ତୁ: Online Delivery Workers Strike: ଜିରୋ ନାଇଟ୍ ସେଲିବ୍ରେସନ ଆଗରୁ ଧର୍ମଘଟର ଚେକ୍ ! ଜାଣନ୍ତୁ କଣ ରହିଛି ଡେଲିଭରି ବୟଙ୍କ ଦାବି...

ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶୁଭା ଶର୍ମାଙ୍କୁ ଜଳସମ୍ପଦ ବିଭାଗର ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ଅବକାରୀ ବିଭାଗର ପ୍ରମୁଖ ଶାସନ ସଚିବ ଭାସ୍କରଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ଦାୟିତ୍ବ ମିଳିଛି। ସମବାୟ ବିଭାଗର ଶାସନ ସଚିବ ରାଜେଶ ପ୍ରଭାକର ପାଟିଲଙ୍କୁ ଓସ୍‌ଡମାର ପରିଚାଳନା ନିର୍ଦ୍ଦେଶକ ଓ ସ୍ବତନ୍ତ୍ର ରିଲିଫ୍ କମିସନର ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲଙ୍କୁ ଗଜପତି ବଦଳି କରାଯାଇଛି। ଗଣଶିକ୍ଷା ବିଭାଗର ଅତିରିକ୍ତ ଶାସନ ସଚିବ ମଧୁମିତା ରଥଙ୍କୁ ନୟାଗଡ଼ ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe