ପର୍ଯ୍ୟଟକମାନଙ୍କ ସୁବିଧା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିସନ ଶକ୍ତି, ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ଅଧିନରେ ଥିବା ପାନ୍ଥନିବାସରେ ରହୁଥିବା ପର୍ଯ୍ୟଟକମାନଙ୍କ ସୁବିଧା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଓଟିଡିସି କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

subhadra

ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିସନ ଶକ୍ତି, ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ଅଧିନରେ ଥିବା ପାନ୍ଥନିବାସରେ ରହୁଥିବା ପର୍ଯ୍ୟଟକମାନଙ୍କ ସୁବିଧା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଓଟିଡିସି କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ସେ କହିଛନ୍ତି ଯେ ସମ୍ଭାବ୍ୟ ବାତ୍ୟା ସମୟରେ ପର୍ଯ୍ୟଟକମାନଙ୍କର ସୁରକ୍ଷା ଓ ସମସ୍ତ ପ୍ରକାର ମୌଳିକ ଆବଶ୍ୟକତାକୁ ସୁନିଶ୍ଚିତ କରାଯିବ । ‘ଅତିଥି ଦେବୋ ଭବ’ ନୀତିକୁ ଅବଲମ୍ବନ କରି ଓଡ଼ିଶା ଆସୁଥିବା ପର୍ଯ୍ୟଟକମାନଙ୍କ ସୁବିଧା ନିମେନ୍ତ ରାଜ୍ୟ ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ସମସ୍ତ ନିୟମାବଳୀର ଉପଯୁକ୍ତ ଅନୁପାଳନ ପାଇଁ ସେ ଓଟିଡିସିକୁ ନିର୍ଦ୍ଦେଶ ଦେଇଛନ୍ତି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe