ନୂଆଦିଲ୍ଲୀ/ଭୁବନେଶ୍ବର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଦିନ ପୁରୀଜିଲ୍ଲା ବଳଙ୍ଗା ଅଞ୍ଚଳର ନାବାଳିକା ପୀଡ଼ିତାଙ୍କୁ ଏମ୍ସ ଦିଲ୍ଲୀରେ ଭେଟିଛନ୍ତି। ଏନେଇ କେନ୍ଦ୍ରମନ୍ତ୍ରୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ପୁରୀ ଜିଲ୍ଲା ବଳଙ୍ଗା ଅଞ୍ଚଳରେ ଘଟିଥିବା ଅଭାବନୀୟ ଘଟଣାରେ ନାବାଳିକା ଜଣକ ନୂଆଦିଲ୍ଲୀ ସ୍ଥିତ ଏମ୍ସ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ତାଙ୍କର ପରିବାର ବର୍ଗଙ୍କୁ ଭେଟି ସମବେଦନା ଜଣାଇବା ସହ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଛି। ତାଙ୍କର ଆଶୁ ଆରୋଗ୍ୟ କାମନା କରିବା ସହ ଶୀଘ୍ର ସୁସ୍ଥ ହୋଇ ଘରକୁ ଫେରନ୍ତୁ, ଏହା ମହାପ୍ରଭୁଙ୍କ ପାଖରେ ପ୍ରାର୍ଥନା।
ବଳଙ୍ଗା ପୀଡ଼ିତା ଏମ୍ସ ଦିଲ୍ଲୀରେ ଭର୍ତ୍ତି ନେଇ ସୂଚନା ଜାରି ହୋଇଛି। ବଳଙ୍ଗା ପୀଡ଼ିତାଙ୍କୁ ଆଜି ଅପରାହ୍ନ ୪ଟା ୨୦ରେ ଏମ୍ସ ଦିଲ୍ଲୀରେ ଭର୍ତ୍ତି କରାଯାଇଛି। ତାଙ୍କର ୭୫% ଶରୀର ପୋଡ଼ିଯାଇଥିବା ସୂଚନା ରହିଛି। ତେଣୁ ପୀଡ଼ିତାଙ୍କର ଅବସ୍ଥା ଗୁରୁତର ରହିଛି। ସେ ଏବେ ଅକ୍ସିଜେନ୍ ସପୋର୍ଟରେ ରହିଛନ୍ତି। ଏମ୍ସ ଆଇସିୟୁ ବର୍ଣ୍ଣ ୟୁନିଟ୍ ଓ ପ୍ଲାଷ୍ଟିକ ସର୍ଜରୀ ବ୍ଲକ୍ରେ ଚିକିତ୍ସା ଜାରି ରହିଛି। ଏକ ଡାକ୍ତରୀ ଟିମ୍ ତାଙ୍କର ସ୍ବାସ୍ଥ୍ୟାବସ୍ଥା ତଦାରଖ କରୁଛନ୍ତି।
ପୀଡିତାଙ୍କୁ ଉତ୍ତମ ଚିକିତ୍ସା ଯୋଗାଇବା ପାଇଁ ସରକାର ପଦକ୍ଷେପ ନେଇଛନ୍ତି। ଏହି କ୍ରମରେ ଆଜି ଅପରାହ୍ଣରେ ଏମ୍ସ ଭୁବନେଶ୍ବରରୁ ଗ୍ରୀନ୍ କରିଡରରେ ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ନିଆଯାଇଥିଲା। ଏହା ପରେ ଏୟାର ପୀଡିତା ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିଲା ପରେ ଏକ ସ୍ବତନ୍ତ୍ର ଆମ୍ବୁଲାନ୍ସରେ ଏମ୍ସ ଦିଲ୍ଲୀରେ ପହଞ୍ଚିଥିଲେ।
ସୂଚନାଯୋଗ୍ୟ, ପୁରୀଜିଲ୍ଲା ବଳଙ୍ଗା ଥାନା ବାଇଆବରର ନାବାଳିକା ଜଣକ ଶନିବାର ପୂର୍ବାହ୍ଣରେ ନିଜ ସାଙ୍ଗ ଘରକୁ କୌଣସି କାମରେ ଯାଉଥିଲା। ଏହି ସମୟରେ ଦୁର୍ବୃତ୍ତମାନେ ନାବାଳିକାକୁ ଅନୁସରଣ କରିଥିଲେ ଏବଂ ଅପହରଣ କରି ଏକ ନିର୍ଜନ ସ୍ଥାନକୁ ନେଇଯାଇଥିଲେ। ସେଠାରେ ନିଆଁ ଲଗାଇ ଦେଇଥିଲେ। ଦେହରେ ନିଆଁ ଲାଗିବା ପରେ ନାବାଳିକା ଏଣେତେଣେ ଦୌଡ଼ିବାରେ ଲାଗିଥିଲେ। ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ। ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଉଦ୍ଧାର କରାଯିବା ପରେ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତରିତ କରାଯାଇଛି।
Dharmendra Pradhan