Doctor Death Heart Attack: ରୋଗୀ ଦେଖୁ ଦେଖୁ ଟଳିପଡ଼ିଲେ ଡାକ୍ତର, ହୃଦଘାତରେ ଚାଲିଗଲା ଜୀବନ

ରୋଗୀଙ୍କୁ ଓପିଡିରେ ଦେଖୁଥିବା ଜଣେ ଡାକ୍ତରଙ୍କ ଅକାଳ ମୃତ୍ୟୁ ଘଟିଛି। ମୃତକ ହେଲେ ନୀଳଗିରି ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ Doctor ତଥା ବ୍ଲଡ଼ ବ୍ୟାଙ୍କ ଇନଚାର୍ଜ ଡାକ୍ତର ତ୍ରିନାଥ ପାଲ।

Balasore Dr Death

Balasore Doctor Death Photograph: (Sambad.in)

ନୀଳଗିରି: ରୋଗୀଙ୍କୁ ଓପିଡିରେ ଦେଖୁଥିବା ଜଣେ ଡାକ୍ତରଙ୍କ ଅକାଳ ମୃତ୍ୟୁ ଘଟିଛି। ନୀଳଗିରି ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ ଡାକ୍ତର ତଥା ବ୍ଲଡ଼ ବ୍ୟାଙ୍କ ଇନଚାର୍ଜ ଡାକ୍ତର ତ୍ରିନାଥ ପାଲ ଆଜି ସକାଳେ ଓପିଡିରେ ରୋଗୀ ଦେଖୁଥିଲେ। ହଠାତ ତାଙ୍କ ଛାତିରେ ଯନ୍ତ୍ରଣା ହେବାରୁ ସେ ୱାସ ରୁମ ଭିତରକୁ ଯାଇଥିଲେ। ସେଠାରେ ସ୍ବାସ୍ଥ୍ୟାବସ୍ଥା ବିଗିଡିବାରୁ ସେହି ୱାସରୁମରେ ପଡ଼ିଯାଇଥିଲେ।

ନୀଳଗିରି ଡାକ୍ତରଖାନାରେ ଶୋକାକୁଳ ପରିବେଶ

ସଙ୍ଗେ ସଙ୍ଗେ ସହଯୋଗୀ ଓ ସିକ୍ୟୁରିଟି ୧୦୮ ଆମ୍ବୁଲାନ୍ସ ଯୋଗେ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ହେଲେ ବାଟରେ ହୃଦଘାତ ଯୋଗୁ ତାଙ୍କର ମୃତ୍ୟୁ ହୋଇଥିଲା। ବାଲେଶ୍ୱର ଡାକ୍ତରଖାନାରେ ତାଙ୍କୁ ମୃତ ଘୋଷଣା କରାଯାଇଛି। ଏନେଇ ନୀଳଗିରି ଡାକ୍ତରଖାନାରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

ଆହୁରି ପଢ଼ନ୍ତୁ:Chief Minister Mohan Charan Majhi praises Jual Oram: କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଆହୁରି ପଢ଼ନ୍ତୁ:Human Sagar Anubhav Mohanty Film: ଅସୁସ୍ଥ ହେବା ପୂର୍ବରୁ ଅନୁଭବଙ୍କ ଅଭିନୀତ ସିନେମାର ସ୍ବର ସଂଯୋଜନା କରୁଥିଲେ ହ୍ୟୁମାନ ସାଗର

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe