ସର୍ବୋତ୍ତମ ଚିକିତ୍ସା ପାଇଁ ବଳଙ୍ଗା ପୀଡ଼ିତାଙ୍କୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯାଇଛି: ପ୍ରଭାତୀ ପରିଡ଼ା

ବଳଙ୍ଗା ପୀଡ଼ିତାଙ୍କୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯିବା ପରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ସର୍ବୋତ୍ତମ ଚିକିତ୍ସା ପାଇଁ ଆଜି ବଳଙ୍ଗା ପୀଡ଼ିତାଙ୍କୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯାଇଛି।

pravati

ଭୁବନେଶ୍ବର: ବଳଙ୍ଗା ପୀଡ଼ିତାଙ୍କୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯିବା ପରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ସର୍ବୋତ୍ତମ ଚିକିତ୍ସା ପାଇଁ ଆଜି ବଳଙ୍ଗା ପୀଡ଼ିତାଙ୍କୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯାଇଛି। ଏହି ଘଟଣାରେ ତ୍ୱରିତ ପଦକ୍ଷେପ ପାଇଁ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଜଣାଉଛି। ପୀଡ଼ିତା ଶୀଘ୍ର ସୁସ୍ଥ ହୋଇ ଫେରନ୍ତୁ ଏହା ହିଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି।

ଭୁବନେଶ୍ବର ଏମ୍ସରେ ଚିକିତ୍ସିତ  ହେଉଥିବା ବଳଙ୍ଗା ପୀଡ଼ିତାଙ୍କୁ ଆଜି ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯାଇଛି।  ଇତିମଧ୍ୟରେ ଦିଲ୍ଲୀ ଏମ୍ସରେ ପୀଡ଼ିତାଙ୍କ ପାଇଁ ବେଡ୍ ବ୍ୟବସ୍ଥା କରାଯାଇଛି। ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ପୀଡ଼ିତାଙ୍କୁ ଦିଲ୍ଲୀ ବିମାନବନ୍ଦର ଅଭିମୁଖେ ନିଆଯାଇଛି। ଏଥିଲାଗି ଗ୍ରିନ୍ କରିଡର୍‌ର ବ୍ୟବସ୍ଥା କରାଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe