ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନ ଉପରକୁ ବୁଧବାର ଦିନ ଅଣ୍ଡା ଓ ଟମାଟୋ ମାଡ଼ କରାଯାଇଥିବା ଅଭିଯୋଗ ହୋଇଛି। କଂଗ୍ରେସ କର୍ମୀମାନେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ବେଳେ ଅଣ୍ଡା ଓ ଟମାଟୋ ମାଡ଼ କରିଥିବା ଅଭିଯୋଗ ହୋଇଛି। ଫଳରେ ଯୁବ କଂଗ୍ରେସ କର୍ମୀଙ୍କୁ ପୁଲିସ ଉଠାଇ ନେଇଛି।

Advertisment

ରାଜ୍ୟରେ ନାରୀ ନିର୍ଯାତନା ବଢୁଥିବା ଅଭିଯୋଗ ଆଣିବା ସହ ଓଡ଼ିଆ ଅସ୍ମିତା କେଉଁଆଡ଼େ ଗଲା ବୋଲି  କଂଗ୍ରେସ କର୍ମୀମାନେ ଆଜି ନାରାବାଜି କରିଥିଲେ। ଏହି ସମୟରେ ସେମାନେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଉପରକୁ ଅଣ୍ଡା-ଟମାଟୋ ମାଡ଼ କରିଥିଲେ। କଂଗ୍ରେସ କର୍ମୀଙ୍କ ବିରୋଧରେ ପୁଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।

 

ଗଂଜାମ ଜିଲ୍ଲା ଗୋପାଳପୁରରେ ଜଣେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଏବଂ ସାରା ରାଜ୍ୟରେ ପ୍ରତ୍ୟେକ ଦିନ ମହିଳାଙ୍କ ପ୍ରତି ବଢୁଥିବା ନିର୍ଯାତନା ପ୍ରତିବାଦରେ ଆଜି ସାରା ରାଜ୍ୟର ବିଭିନ୍ନ ସ୍ଥାନରେ ଛାତ୍ର ଓ ଯୁବ ବିଜେଡ଼ି ପକ୍ଷରୁ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଆନ୍ଦୋଳନ କରାଯାଇଛି।

congress