ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଉପରକୁ ଅଣ୍ଡା-ଟମାଟୋ ମାଡ଼: କଂଗ୍ରେସ କର୍ମୀ ଅଟକ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନ ଉପରକୁ ବୁଧବାର ଦିନ ଅଣ୍ଡା ଓ ଟମାଟୋ ମାଡ଼ କରାଯାଇଥିବା ଅଭିଯୋଗ ହୋଇଛି। କଂଗ୍ରେସ କର୍ମୀମାନେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ବେଳେ ଅଣ୍ଡା ଓ ଟମାଟୋ ମାଡ଼ କରିଥିବା ଅଭିଯୋଗ ହୋଇଛି।

CM nibas

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନ ଉପରକୁ ବୁଧବାର ଦିନ ଅଣ୍ଡା ଓ ଟମାଟୋ ମାଡ଼ କରାଯାଇଥିବା ଅଭିଯୋଗ ହୋଇଛି। କଂଗ୍ରେସ କର୍ମୀମାନେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ବେଳେ ଅଣ୍ଡା ଓ ଟମାଟୋ ମାଡ଼ କରିଥିବା ଅଭିଯୋଗ ହୋଇଛି। ଫଳରେ ଯୁବ କଂଗ୍ରେସ କର୍ମୀଙ୍କୁ ପୁଲିସ ଉଠାଇ ନେଇଛି।

ରାଜ୍ୟରେ ନାରୀ ନିର୍ଯାତନା ବଢୁଥିବା ଅଭିଯୋଗ ଆଣିବା ସହ ଓଡ଼ିଆ ଅସ୍ମିତା କେଉଁଆଡ଼େ ଗଲା ବୋଲି  କଂଗ୍ରେସ କର୍ମୀମାନେ ଆଜି ନାରାବାଜି କରିଥିଲେ। ଏହି ସମୟରେ ସେମାନେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଉପରକୁ ଅଣ୍ଡା-ଟମାଟୋ ମାଡ଼ କରିଥିଲେ। କଂଗ୍ରେସ କର୍ମୀଙ୍କ ବିରୋଧରେ ପୁଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।

ଗଂଜାମ ଜିଲ୍ଲା ଗୋପାଳପୁରରେ ଜଣେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଏବଂ ସାରା ରାଜ୍ୟରେ ପ୍ରତ୍ୟେକ ଦିନ ମହିଳାଙ୍କ ପ୍ରତି ବଢୁଥିବା ନିର୍ଯାତନା ପ୍ରତିବାଦରେ ଆଜି ସାରା ରାଜ୍ୟର ବିଭିନ୍ନ ସ୍ଥାନରେ ଛାତ୍ର ଓ ଯୁବ ବିଜେଡ଼ି ପକ୍ଷରୁ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଆନ୍ଦୋଳନ କରାଯାଇଛି।

congress

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe