ସାନ ଭାଇର ଟାଙ୍ଗିଆ ଚୋଟରେ ବଡ଼ ମୃତ

ମାକୁ ମାରିବାକୁ ଉଦ୍ୟମ ବେଳେ ପ୍ରତିବାଦ କଲା ବଡ଼ ପୁଅ। ସାନ ଭାଇର ଟାଙ୍ଗିଆ ଚୋଟରେ ଚାଲିଗଲା ବଡ଼ ଭାଇର ଜୀବନ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଲଖନପୁର ଥାନା ଗଙ୍ଗାପଡ଼ା ଗ୍ରାମରେ। ମୃତକ ହେଉଛନ୍ତି ସୁନୀଲ ମୁଣ୍ଡ(୨୯)।

s0

ଝାରସୁଗୁଡ଼ା: ମାକୁ ମାରିବାକୁ ଉଦ୍ୟମ ବେଳେ ପ୍ରତିବାଦ କଲା ବଡ଼ ପୁଅ। ସାନ ଭାଇର ଟାଙ୍ଗିଆ ଚୋଟରେ ଚାଲିଗଲା ବଡ଼ ଭାଇର ଜୀବନ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଲଖନପୁର ଥାନା ଗଙ୍ଗାପଡ଼ା ଗ୍ରାମରେ। ମୃତକ ହେଉଛନ୍ତି ସୁନୀଲ ମୁଣ୍ଡ(୨୯)। ସୂଚନା ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସୁନିଲଙ୍କ ବାପାଙ୍କ ଏତଲା ଆଧାରରେ ପୁଲିସ ଏକ ହତ୍ୟା ମାମଲା ରୁଜୁ କରି ଅଭିଯୁକ୍ତକୁ ଅଟକ ରଖିଛି।

ଗତକାଲି ରାତି ପ୍ରାୟ ୧୦ଟା ବେଳେ ଏହି ଘଟଣା ଘଟିଥିଲା। ଗୁରୁତର ଅବସ୍ଥାରେ ସୁନୀଲଙ୍କୁ ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ବୁର୍ଲା ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।

ଅଭିଯୋଗ ଅନୁସାରେ ଗତକାଲି ରାତି ପ୍ରାୟ ୧୦ଟା ବେଳେ ଏହି ଘଟଣା ଘଟିଥିଲା। ଗୁରୁତର ଅବସ୍ଥାରେ ସୁନୀଲଙ୍କୁ ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ବୁର୍ଲା ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe