କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡ଼ାଙ୍କ ପରଲୋକ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା। ତାଙ୍କର ଦେହାନ୍ତ ନେଇ ପୁଅ କଳିଙ୍ଗ କେଶରୀ ପରିଡ଼ା ସୂଚନା ଦେଇଛନ୍ତି। ସେ କେନ୍ଦ୍ରାପଡ଼ାର ବିଜେଡି ଜିଲ୍ଲା ସଭାପତି ମଧ୍ୟ ଥିଲେ। ସେ ଓଡ଼ିଶା ଗଣ ପରିଷଦ ଦଳରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।
ଉତ୍କଳ କେଶରୀ ପରିଡ଼ାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/media_files/2024/10/19/pURL524hqg6ipMK5MW1M.jpg)