ପୁରୁଣାକଟକ/ହରଭଙ୍ଗା: ବୌଦ୍ଧଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ ଜିଆକଟା ଥିବା ବାଣ ଗୋଦାମରେ ବଡ଼ଧରଣର ବିସ୍ଫୋରଣ ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୦ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି।
ସୂଚନା ଅନୁଯାୟୀ, ଜିଆଁକଟାର ଏକ ଭଡ଼ା ଘରେ ପୁରୁଣାକଟକର ଜନୈକ ବାଣ ବ୍ୟବସାୟୀ ବାଣ ଗଚ୍ଛିତ ରଖିଥିଲେ। କୌଣସି କାରଣବଶତଃ ଆଜି ଦିନ ୧୧ଟା ସମୟରେ ବାଣ ଫୁଟି ଯାଇଥିଲା। ଫଳରେ ଗୋଦାମରେ ଗଚ୍ଛିତ ବ୍ୟାପକ ବୋମା ବିସ୍ଫୋରଣ ହେବାରୁ ଅନେକଗୁଡ଼ିଏ ଘର ଛାତସମ୍ପୂର୍ଣ୍ଣ ମାଟିରେ ମିଶିଯାଇଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ପୁରୁଣାକଟକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଅନ୍ୟପଟେ ଏଭଳି ବଡ଼ଧରଣର ବିସ୍ଫୋରଣ ଯୋଗୁଁ ଏକ କିଲୋମିଟର ଦୂରରେ ଥିବା ପୁରୁଣାକଟକ ମାର୍କେଟରେ ଅନେକ ବ୍ୟାବସାୟିକ ପ୍ରତିଷ୍ଠାନ କାଚ ଭାଙ୍ଗିଥିବା ଦେଖିବାକୁ ମିଳିଛି।
ଜିଆଁକଟାର ଏକ ଭଡ଼ା ଘରେ ପୁରୁଣାକଟକର ଜନୈକ ବାଣ ବ୍ୟବସାୟୀ ବାଣ ଗଚ୍ଛିତ ରଖିଥିଲେ। କୌଣସି କାରଣବଶତଃ ଆଜି ଦିନ ୧୧ଟା ସମୟରେ ବାଣ ଫୁଟି ଯାଇଥିଲା। ଫଳରେ ଗୋଦାମରେ ଗଚ୍ଛିତ ବ୍ୟାପକ ବୋମା ବିସ୍ଫୋରଣ ହେବାରୁ ଅନେକଗୁଡ଼ିଏ ଘର ଛାତସମ୍ପୂର୍ଣ୍ଣ ମାଟିରେ ମିଶିଯାଇଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ପୁରୁଣାକଟକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ଖବର ପାଇ ହରଭଙ୍ଗା ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରୁଥିବା ସହ ଉଦ୍ଧାର କାର୍ଯ୍ୟ ଜାରି ରଖିଛି। ପୁରୁଣା କଟକ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛନ୍ତି। ତେବେ କିଏ ବାଣ ଗଚ୍ଛିତ ରଖିଥିଲା ଏନେଇ ପୁଲିସର ତଦନ୍ତ ଜାରି ରହିଥିବା ପୁଲିସ ପକ୍ଷରୁ କୁହାଯାଇଛି।