ଦଳ ଦ୍ୱାରା ପରିଚାଳିତ ନିର୍ବାଚନ ପ୍ରକ୍ରିୟା ନିୟମାନୁମୋଦିତ ନଥିଲା: ଶ୍ରୀମୟୀ ମିଶ୍ର

Advertisment

ଦଳର ସଭାପତିଙ୍କ ପାଇଁ ଭୋଟ୍ ଦେବାକୁ ହେଲେ ଦଳର ସଦସ୍ୟମାନଙ୍କର ଏକ ଅନନ୍ୟ ସଦସ୍ୟତା ନମ୍ବର ଥିବା ଉଚିତ୍। ଯଦି ସେହି ଅନନ୍ୟ ନମ୍ବର ସଦସ୍ୟଙ୍କ ପାଖରେ ନାହିଁ, ତେବେ ଏହାର ଅର୍ଥ ଦଳ ଦ୍ୱାରା ପରିଚାଳିତ ନିର୍ବାଚନ ପ୍ରକ୍ରିୟା ନିୟମାନୁମୋଦିତ ନଥିଲା।

Untitled

ଭୁବନେଶ୍ବର: ବିଜେଡିରେ ମୁଁ ବର୍ଷେ ହେଲା ନାହିଁ। ଆଉ ତାପରେ ନିଲମ୍ବନ, ଜଗତେ କେବଳ ଜନେ ହସିବେ। ଏଭଳି କହି ବିଜେଡିକୁ ସମାଲୋଚନା କରିଛନ୍ତି ଶ୍ରୀମୟୀ ମିଶ୍ର। ସେ ପୁଣି ନିଜର ଫେସ୍‌ବୁକ୍‌ରେ ପୋଷ୍ଟ କରି କହିଛନ୍ତି, ଯେତେବେଳେ ଆମେ ଏକ ଗଣତାନ୍ତ୍ରିକ ଦେଶରେ ଭୋଟ୍ ଦେଉ, ଆମେ ଏକ ଭୋଟର ଆଇଡି ଏବଂ ଏକ ଏପିକ୍ ନମ୍ବର ଆବଶ୍ୟକ କରୁ। ସେହିପରି, ଦଳର ସଭାପତିଙ୍କ ପାଇଁ ଭୋଟ୍ ଦେବାକୁ ହେଲେ ଦଳର ସଦସ୍ୟମାନଙ୍କର ଏକ ଅନନ୍ୟ ସଦସ୍ୟତା ନମ୍ବର ଥିବା ଉଚିତ୍। ଯଦି ସେହି ଅନନ୍ୟ ନମ୍ବର ସଦସ୍ୟଙ୍କ ପାଖରେ ନାହିଁ, ତେବେ ଏହାର ଅର୍ଥ ଦଳ ଦ୍ୱାରା ପରିଚାଳିତ ନିର୍ବାଚନ ପ୍ରକ୍ରିୟା ନିୟମାନୁମୋଦିତ ନଥିଲା।
ଗଣତନ୍ତ୍ରର ଅପମାନ..........।

ସୂଚନାଯୋଗ୍ୟ, ଗତକାଲି ବିଜେଡି ମହିଳା ବ୍ୟାପାର ସାଧାରଣ ସଂପାଦକ ଶ୍ରୀମୟୀ ମିଶ୍ରଙ୍କୁ ବିଜେଡି ଗତକାଲି ନିଲମ୍ବନ କରିଥିଲା। ବିଜେଡି ପକ୍ଷରୁ ଜାରି ନିର୍ଦ୍ଦେଶନାମାରେ ଏହା କୁହାଯାଇଥିଲା। ବିଜେଡି ଉପସଭାପତି ପ୍ରତାପ ଜେନା ଏହା ସ୍ପଷ୍ଟ କରିଥିଲେ। 

ସଂସାରର ସମସ୍ତ ସୁଖ ସମ୍ଭୋଗ ଠୁଁ ଦୁରେଇ ରହିବା ବା ସମସ୍ତ ମୋହ ମାୟା ପ୍ରତି ଦୁର୍ବଳତା ନ ରଖିବା ବ୍ୟକ୍ତି ବିଶେଷଙ୍କୁ ସମାଜ ସନ୍ନ୍ୟାସୀ ରୂପେ ଗ୍ରହଣ କରେ। କିନ୍ତୁ ଏଥିରେ ସନ୍ଦେହ କିମ୍ୱା ବ୍ୟତିକ୍ରମ ହେଲେ ସମାଜ ଭଣ୍ଡ ସନ୍ନ୍ୟାସୀ ର ରୂପ ଦେବାକୁ ତିଳେ ମାତ୍ର ପଛଘୁଞ୍ଚା ଦେଇନାହିଁ। ବର୍ତମାନ ଆମସମାଜରେ ଏହିପରି ଆମେ ଅନେକ ଗୁଡ଼ିଏ ଘଟଣା ଶୁଣୁଛେ କିମ୍ୱା ଦେଖୁଛେ, ଯେଉଁମାନେ ସନ୍ନ୍ୟାସ କହି ସମସ୍ତ ସୁଖ ସ୍ଵ।ଛନ୍ଦ୍ୟ ପ୍ରତି ଲାଳାୟିତ ରହୁଛନ୍ତି। ପରମୁହୁର୍ତ୍ତ ରେ ଏକ ଭଣ୍ଡ ସନ୍ନ୍ୟାସର ଆଖ୍ୟାରେ ପରିଚୟ ପାଇ ଶିରୋନାମା ମଣ୍ଡନ କରୁଛନ୍ତି।

ସନ୍ଥ, ସନ୍ନ୍ୟାସୀମାନେ ଜ୍ଞାନ, ତ୍ୟାଗ ଓ ଭକ୍ତିର ନିଦର୍ଶନ ଦିଅନ୍ତି,ତାଙ୍କ ଜ୍ଞାନର ଆଲୋକ ଆମ ଜାତିର ଗୌରବ, ଯାହା ଅନ୍ଧକାର ମନରେ ଆଲୋକ ଉତ୍ସ ଭଳି। ବୃକ୍ଷତଳେ ବସି, ନଦୀର କୂଳେ ଧ୍ୟାନମଗ୍ନ ହୋଇ, ଶୂନ୍ୟରୁ ସମସ୍ତ ସୃଷ୍ଟିର ରହସ୍ୟ ଦେଖନ୍ତି, ଆଉ ସର୍ବୋପରି ଜଗତର ମଙ୍ଗଳ କାମନା କରନ୍ତି। ହେଲେ ଏ ଯୁଗର କିଛି ସନ୍ନ୍ୟାସୀଙ୍କ ଭାଷାରେ "ଜଗତେ ପଛେ ନର୍କେ ପଡ଼ିଥାଉ, ମୋ ଜୀବନ ଉଦ୍ଧାର ହଉ" | ଏବେ ମଧ୍ୟ କଛି ସନ୍ନ୍ୟାସୀ ଜନମଙ୍ଗଳକରି ଭାବନା ନେଇ ତପସ୍ୟା କରିଛନ୍ତି, ହେଲେ ଆଉ କିଛି ଜଗନ୍ନାଥଙ୍କ ନାମ ନେ଼ଇ ଅନ୍ୟ ପାଇଁ ଗାତ ଖୋଲିବାକୁ ଯାଇ, ନିଜେ ଗାତରେ ପଡ଼ୁଛନ୍ତି।

ଉଲ୍ଲେଖ ଥାଉ କି, ଶ୍ରୀମୟୀ ମିଶ୍ର ଗୋଟିଏ ପରେ ଗୋଟିଏ ସୋସିଆଲ ମିଡ଼ିଆ ପୋଷ୍ଟ କରି ରାଜନୀତି ମହଲରେ ବିସ୍ଫୋରଣ କରିବାରେ ଲାଗିପଡ଼ିଥିଲେ। କିଛିଦିନ ତଳେ ଧୃତରାଷ୍ଟ୍ର ଓ ସନ୍ୟାସୀ ଉପାଖ୍ୟାନକୁ ନେଇ ଲେଖିଥିବା ଶ୍ରୀମୟୀ ଗତ ୨୦ ତାରିଖ ଦିନ ନାରୀଙ୍କୁ ସମ୍ମାନ ଓ ସହିବାର ସୀମା ବାବଦରେ ଉଲ୍ଲେଖ କରିଥିଲେ। ଦୁର୍ଗାପୂଜା ଓ ମା' ଦୁର୍ଗାଙ୍କ ଆଗମନ ନେଇ ଶ୍ରୀମୟୀଙ୍କ ଏହି ବାର୍ତ୍ତାରେ ସେ ଉଲ୍ଲେଖ କରିଥିଲେ ଯେ, 'ଆମ ସଂସ୍କୃତିରେ ଯେଉଁ ସ୍ଥାନରେ ନାରୀମାନେ ସମ୍ମାନିତ ହୁଅନ୍ତି, ସେଠାରେ ଦେବତାମାନେ ଆନନ୍ଦରେ ବାସ କରନ୍ତି। କିନ୍ତୁ ଯେଉଁଠାରେ ନାରୀମାନଙ୍କୁ ସମ୍ମାନ ଦିଆଯାଏ ନାହିଁ, ସେଠାରେ ସମସ୍ତ କାର୍ଯ୍ୟ ନିଷ୍ଫଳ ହୁଏ। ଏହି ଶ୍ଳୋକ ନାରୀର ସମ୍ମାନ ଓ ମର୍ଯ୍ୟାଦାର ମହତ୍ୱକୁ ଦର୍ଶାଏ। ଓଡ଼ିଶାର ସାଂସ୍କୃତିକ ପରଂପରାରେ ମଧ୍ୟ ନାରୀଙ୍କୁ ମା’, ଦେବୀ ଓ ଶକ୍ତି ରୂପେ ପୂଜା କରାଯାଏ, ଯେପରି ଦୁର୍ଗା ପୂଜାରେ ମା’ ଦୁର୍ଗାଙ୍କୁ ଆରାଧନା କରାଯାଇଥାଏ। ବାସ୍ତବରେ ମହିଳା ସହନଶୀଳ ହୋଇଥାନ୍ତି। କିନ୍ତୁ କ’ଣ ଏହା ଜରୁରୀ ଯେ ପ୍ରତ୍ୟେକ ପରିସ୍ଥିତିରେ ସେମାନଙ୍କ ସହନଶୀଳତାର ପରୀକ୍ଷା ନିଆଯିବ?  ମା’ ଦୁର୍ଗାଙ୍କ ଆଗମନ ନାରୀ ଶକ୍ତିର ଜୟଗାନ ଓ ଅନ୍ୟାୟର ବିରୋଧରେ ସଂଘର୍ଷର ପ୍ରତୀକ। ଏହା ଆମକୁ ଶିକ୍ଷା ଦେଇଥାଏ ଯେ ନାରୀଙ୍କ ଉପରେ ଅତ୍ୟାଚାର କେବେ ସହ୍ୟ କରାଯିବା ଉଚିତ ନୁହେଁ, ଏବଂ ସେମାନଙ୍କ ସମ୍ମାନ ଓ ସଶକ୍ତୀକରଣ ପାଇଁ ସମାଜ ସବୁବେଳେ ଆଗେଇ ଆସିବା ଦରକାର '।

 କିଛିଦିନ ତଳେ ଶ୍ରୀମୟୀ ଫେସବୁକରେ ଲେଖିଥିଲେ ଯେ ସଂସାରର ସମସ୍ତ ସୁଖ ସମ୍ଭୋଗ ଠୁଁ ଦୁରେଇ ରହିବା ବା ସମସ୍ତ ମୋହ ମାୟା ପ୍ରତି ଦୁର୍ବଳତା ନ ରଖିବା ବ୍ୟକ୍ତି ବିଶେଷଙ୍କୁ ସମାଜ ସନ୍ନ୍ୟାସୀ ରୂପେ ଗ୍ରହଣ କରେ। କିନ୍ତୁ ଏଥିରେ ସନ୍ଦେହ କିମ୍ୱା ବ୍ୟତିକ୍ରମ ହେଲେ ସମାଜ ଭଣ୍ଡ ସନ୍ନ୍ୟାସୀ ର ରୂପ ଦେବାକୁ ତିଳେ ମାତ୍ର ପଛଘୁଞ୍ଚା ଦେଇନାହିଁ। ବର୍ତମାନ ଆମସମାଜରେ ଏହିପରି ଆମେ ଅନେକ ଗୁଡ଼ିଏ ଘଟଣା ଶୁଣୁଛେ କିମ୍ୱା ଦେଖୁଛେ, ଯେଉଁମାନେ ସନ୍ନ୍ୟାସ କହି ସମସ୍ତ ସୁଖ ସ୍ଵ।ଛନ୍ଦ୍ୟ ପ୍ରତି ଲାଳାୟିତ ରହୁଛନ୍ତି। ପରମୁହୁର୍ତ୍ତ ରେ ଏକ ଭଣ୍ଡ ସନ୍ନ୍ୟାସର ଆଖ୍ୟାରେ ପରିଚୟ ପାଇ ଶିରୋନାମା ମଣ୍ଡନ କରୁଛନ୍ତି।

ସନ୍ଥ, ସନ୍ନ୍ୟାସୀମାନେ ଜ୍ଞାନ, ତ୍ୟାଗ ଓ ଭକ୍ତିର ନିଦର୍ଶନ ଦିଅନ୍ତି,ତାଙ୍କ ଜ୍ଞାନର ଆଲୋକ ଆମ ଜାତିର ଗୌରବ, ଯାହା ଅନ୍ଧକାର ମନରେ ଆଲୋକ ଉତ୍ସ ଭଳି। ବୃକ୍ଷତଳେ ବସି, ନଦୀର କୂଳେ ଧ୍ୟାନମଗ୍ନ ହୋଇ, ଶୂନ୍ୟରୁ ସମସ୍ତ ସୃଷ୍ଟିର ରହସ୍ୟ ଦେଖନ୍ତି, ଆଉ ସର୍ବୋପରି ଜଗତର ମଙ୍ଗଳ କାମନା କରନ୍ତି। ହେଲେ ଏ ଯୁଗର କିଛି ସନ୍ନ୍ୟାସୀଙ୍କ ଭାଷାରେ "ଜଗତେ ପଛେ ନର୍କେ ପଡ଼ିଥାଉ, ମୋ ଜୀବନ ଉଦ୍ଧାର ହଉ" | ଏବେ ମଧ୍ୟ କଛି ସନ୍ନ୍ୟାସୀ ଜନମଙ୍ଗଳକରି ଭାବନା ନେଇ ତପସ୍ୟା କରିଛନ୍ତି, ହେଲେ ଆଉ କିଛି ଜଗନ୍ନାଥଙ୍କ ନାମ ନେ଼ଇ ଅନ୍ୟ ପାଇଁ ଗାତ ଖୋଲିବାକୁ ଯାଇ, ନିଜେ ଗାତରେ ପଡ଼ୁଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe