ବାପା ଓ ପୁଅଙ୍କର ଛୁରାମାଡ଼ରେ ଚାଲିଗଲା ଯୁବକଙ୍କ ଜୀବନ

Advertisment

ବ୍ରହ୍ମପୁରରେ ଦଣ୍ଡନାଚ ଯାତ୍ରା ବେଳେ ଛୁରାମାଡ଼ରେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଉଛନ୍ତି ବେଲଗାଁ ଅଞ୍ଚଳର ଜଗଦୀଶ ପାଣିଗ୍ରାହୀ। ବାପା ତ୍ରିନାଥ ପାଣିଗ୍ରାହୀ ଓ ତାଙ୍କ ପୁଅ ପ୍ରଦୀପ ପାଣିଗ୍ରାହୀ ଜଗଦୀଶଙ୍କୁ ଛୁରୀରେ ଆକ୍ରମଣ କରିଥିଲେ। 

ବ୍ରହ୍ମପୁରରେ ଦଣ୍ଡନାଚ ଯାତ୍ରା ବେଳେ ଛୁରାମାଡ଼ରେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଉଛନ୍ତି ବେଲଗାଁ ଅଞ୍ଚଳର ଜଗଦୀଶ ପାଣିଗ୍ରାହୀ। ବାପା ତ୍ରିନାଥ ପାଣିଗ୍ରାହୀ ଓ ତାଙ୍କ ପୁଅ ପ୍ରଦୀପ ପାଣିଗ୍ରାହୀ ଜଗଦୀଶଙ୍କୁ ଛୁରୀରେ ଆକ୍ରମଣ କରିଥିଲେ। 

Dead

ବ୍ରହ୍ମପୁର: ବ୍ରହ୍ମପୁରରେ ଦଣ୍ଡନାଚ ଯାତ୍ରା ବେଳେ ଜଣେ ଯୁବକଙ୍କୁ ହତ୍ୟା ହୋଇଥିବା ଜଣାଯାଇଛି। ବଡ଼ ବଜାର ଥାନା ଜେନା ସାହିରେ ଚାଲିଥିବା ବେଲଗାଁ ଦଣ୍ଡନାଚ ଯାତ୍ରାରେ ଏହି ଅଘଟଣ ଘଟିଛି। ଯାତ୍ରା ଅଧିକାରୀଙ୍କ ଛୁରାମାଡ଼ରେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଉଛନ୍ତି ବେଲଗାଁ ଅଞ୍ଚଳର ଜଗଦୀଶ ପାଣିଗ୍ରାହୀ। ସେ ପୂର୍ବରୁ ଏହି ଦଣ୍ଡନାଚରେ କାମ କରୁଥିଲେ । ଗତକାଲି ରାତିରେ କୌଣସି କାରଣକୁ ନେଇ ଯାତ୍ରା ଅଧିକାରୀ ତ୍ରିନାଥ ପାଣିଗ୍ରାହୀ ଓ ତାଙ୍କ ପୁଅ ପ୍ରଦୀପ ପାଣିଗ୍ରାହୀଙ୍କ ସହ ଜଗଦୀଶଙ୍କ ବଚସା ହୋଇଥିଲା । ପରେ ବାପା ଓ ପୁଅ ମିଶି ଜଗଦୀଶଙ୍କୁ ଛୁରୀରେ ଆକ୍ରମଣ କରିଥିଲେ।

ଗତକାଲି ରାତିରେ କୌଣସି କାରଣକୁ ନେଇ ଯାତ୍ରା ଅଧିକାରୀ ତ୍ରିନାଥ ପାଣିଗ୍ରାହୀ ଓ ତାଙ୍କ ପୁଅ ପ୍ରଦୀପ ପାଣିଗ୍ରାହୀଙ୍କ ସହ ଜଗଦୀଶଙ୍କ ବଚସା ହୋଇଥିଲା । ପରେ ବାପା ଓ ପୁଅ ମିଶି ଜଗଦୀଶଙ୍କୁ ଛୁରୀରେ ଆକ୍ରମଣ କରିଥିଲେ। ଛୁରାମାଡ଼ରେ ଜଗଦୀଶଙ୍କ ବେକରୁ ମାତ୍ରାଧିକ ରକ୍ତସ୍ରାବ ହୋଇଥିଲା । ପରେ ଗୁରୁତର ଅବସ୍ଥାରେ ଜଗଦୀଶ ବ୍ରହ୍ମପୁର ଏମକେସିଜି ମେଡ଼ିକାଲରେ ଭର୍ତ୍ତି ହୋଇଥିଲେ। ଚିକିତ୍ସିତ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ ପୁଲିସ ଘଟଣାସ୍ଥଳ ଓ ମେଡିକାଲରେ ପହଞ୍ଚି ତଦନ୍ତ କରୁଥିବା ଜଣାପଡ଼ିଛି। ପୁଲିସ ଘଟଣାସ୍ଥଳରୁ ଆକ୍ରମଣକାରୀ ବାପା ଓ ପୁଅକୁ କାବୁ କରିଛି। ଉଭୟଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି।

ଛୁରାମାଡ଼ରେ ଜଗଦୀଶଙ୍କ ବେକରୁ ମାତ୍ରାଧିକ ରକ୍ତସ୍ରାବ ହୋଇଥିଲା । ପରେ ଗୁରୁତର ଅବସ୍ଥାରେ ଜଗଦୀଶ ବ୍ରହ୍ମପୁର ଏମକେସିଜି ମେଡ଼ିକାଲରେ ଭର୍ତ୍ତି ହୋଇଥିଲେ। ଚିକିତ୍ସିତ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ ପୁଲିସ ଘଟଣାସ୍ଥଳ ଓ ମେଡିକାଲରେ ପହଞ୍ଚି ତଦନ୍ତ କରୁଥିବା ଜଣାପଡ଼ିଛି। ପୁଲିସ ଘଟଣାସ୍ଥଳରୁ ଆକ୍ରମଣକାରୀ ବାପା ଓ ପୁଅକୁ କାବୁ କରିଛି। ଉଭୟଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି। କେଉଁ କାରଣ ଯୋଗୁଁ ବାପା ପୁଅ ଏଭଳି ହତ୍ୟା କରିଛନ୍ତି ତାହା ସ୍ପଷ୍ଟ ହୋଇନାହିଁ।

crime

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe