Fir Managers Human Sagar : ହ୍ୟୁମାନ୍‌ ସାଗରଙ୍କ ଦୁଇ ମ୍ୟାନେଜରଙ୍କ ନାଆଁରେ ଥାନାରେ ଏତଲା

ଗାୟକ ହ୍ୟୁମାନ୍‌ ସାଗରଙ୍କ ଦୁଇ ମ୍ୟାନେଜରଙ୍କ ନାଆଁରେ ବଲାଙ୍ଗୀର ଟାଉନ୍‌ ଥାନାରେ Fir ଦିଆଯାଇଛି। ବିଭିନ୍ନ ସଂଗଠନ ପକ୍ଷରୁ ହ୍ୟୁମାନ୍‌ ସାଗରଙ୍କ ମା’ଙ୍କୁ ଗାଳିଗୁଲଜ କରିବା ଓ ହ୍ୟୁମାନଙ୍କୁ ଷଡ଼ଯନ୍ତ୍ର କରି ହତ୍ୟା କରାଯାଇଥିବାର ଅଭିଯୋଗ ଆସିଛି।

Untitled-5

Fir Managers Human Sagar Photograph: (sambad.in)

ଭୁବନେଶ୍ବର/ ବଲାଙ୍ଗୀର: ଓଡ଼ିଶା ସଂଗୀତ ଜଗତର ଚର୍ଚ୍ଚିତ ଓ ଲୋକପ୍ରିୟ ଗାୟକ ହ୍ୟୁମାନ୍‌ ସାଗରଙ୍କ ମ୍ୟାନେଜରଙ୍କ ନାଆଁରେ ବଲାଙ୍ଗୀର ଟାଉନ୍‌ ଥାନାରେ ଏତଲା ଦିଆଯାଇଛି। ବିଭିନ୍ନ ସଂଗଠନ ପକ୍ଷରୁ ହ୍ୟୁମାନ୍‌ ସାଗରଙ୍କ ମା’ଙ୍କୁ ଗାଳିଗୁଲଜ କରିବା ଓ ହ୍ୟୁମାନଙ୍କୁ ଷଡ଼ଯନ୍ତ୍ର କରି ହତ୍ୟା କରାଯାଇଥିବାର ଅଭିଯୋଗ ଆସିଛି। ଏନେଇ କୋଶଳ ମୁକ୍ତିମୋର୍ଚ୍ଚା ପକ୍ଷରୁ ହ୍ୟୁମାନ୍‌ ସାଗରଙ୍କ ମ୍ୟାନେଜର ଦିନେଶ ବେହେରା ଓ ପ୍ରଶାନ୍ତ ବେହେରାଙ୍କ ନାଆଁରେ ବଲାଙ୍ଗୀର ଟାଉନ୍‌ ଥାନାରେ ଏତଲା ଦିଆଯାଇଛି। କୋଶଳ ମୁକ୍ତିମୋର୍ଚ୍ଚାର ସାଧାରଣ ସଂପାଦକ ସିପୁନ ଖମାରୀ ଏନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ହ୍ୟୁମାନ୍‌ ସାଗରଙ୍କ ମ୍ୟାନେଜରଙ୍କ ନାଆଁରେ ବଲାଙ୍ଗୀର ଟାଉନ୍‌ ଥାନାରେ ଏତଲା ଦିଆଯାଇଛି। ହ୍ୟୁମାନ୍‌ ସାଗରଙ୍କ ମୃତ୍ୟୁ ଘଟଣାର ତଦନ୍ତ ଦାବି ହୋଇଛି।

୧୭ ତାରିଖ ରାତିରେ ଆଖି ବୁଜିଥିଲେ ହ୍ୟୁମାନ ସାଗର

ସୂଚନାଯୋଗ୍ୟ, ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଗତ ୧୭ ତାରିଖ ରାତି ପ୍ରାୟ ୯ଟାରେ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିଲା। ଡାକ୍ତରଖାନାରେ ଭର୍ତ୍ତି ହେବାର କିଛିଦିନ ହେବ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଥିଲା। ସେ ଲିଭର୍‌ ଓ କିଡନିଜନିତ ରୋଗରେ ପୀଡ଼ିତ ଥିଲେ। ସେଥିପାଇଁ ଶ୍ୱାସକ୍ରିୟା ଜନିତ ଅସୁବିଧା, ନିମୋନିଆ, ହେପାଟୋପାଥି, ଥ୍ରୋମ୍ବୋସାଇଟୋପେନିଆ ଓ କୋଆଗୁଲୋପାଥିରେ ପୀଡ଼ିତ ଥିଲେ। ତାଙ୍କୁ ଭେଣ୍ଟିଲେଟର୍‌ ସହାୟତାରେ ରଖାଯାଇଥିଲା। ଡାକ୍ତରଙ୍କ ଶତଚେଷ୍ଟା ପରେ ବି ହ୍ୟୁମାନ୍‌ଙ୍କ ଦେହାନ୍ତ ହୋଇଥିଲା ଏବଂ ସେ ଚିରନିଦ୍ରାରେ ଶୋଇଯାଇଥିଲେ। 

ଆହୁରି ପଢ଼ନ୍ତୁ: Odisha Tour Dharmendra Pradhan: ଦୁଇଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ : ପୁରୀ, କଟକ ଓ ଭଦ୍ରକର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ

ଏଣେ ହ୍ୟୁମାନ୍‌ ସାଗରଙ୍କ ଶେଷକୃତ୍ୟ ୧୮ ତାରିଖ ସନ୍ଧ୍ୟାରେ ବଲାଙ୍ଗୀରଜିଲ୍ଲା ଟିଟିଲାଗଡ଼ରେ ସମ୍ପନ୍ନ ହୋଇଥିଲା। ହ୍ୟୁମାନ ସାଗରଙ୍କ ଅନ୍ତିମ ବିଦାୟ ସ୍ଥାନୀୟ ଏକ ଚର୍ଚ୍ଚରେ କରାଯାଇଥିଲା। ପରଂପରା ଅନୁସାରେ ଅନୁଷ୍ଠିତ ଶେଷକୃତ୍ୟ କାର୍ଯ୍ୟକ୍ରମରେ ଲକ୍ଷାଧିକ ପ୍ରଶଂସକ ଓ ଶୁଭେଚ୍ଛୁ ସାମିଲ ହୋଇ ମରଶରୀରକୁ ଅଶ୍ରୁଳ ବିଦାୟ ଦେଇଥିଲେ। ପାର୍ଥିବ ଶରୀରର ଶେଷ ଦର୍ଶନ ପାଇଁ ବଲାଙ୍ଗୀର, କଣ୍ଟାବାଞ୍ଜି, ସଇଁତଳାରୁ ମଧ୍ୟ ପ୍ରଶଂସକମାନେ ଛୁଟି ଆସିଥିଲେ। ମରଶରୀର ଟିଟିଲାଗଡ଼ରେ ପହଞ୍ଚିଲା ପରେ ହ୍ୟୁମାନଙ୍କର ଘରେ ଓ ଘର ବାହାରେ ପ୍ରବଳ ଭିଡ଼ ଲାଗିଥିଲା। ପରିବାର ଲୋକ, ସଂପର୍କୀୟ, ପ୍ରଶଂସକମାନେ ଶ୍ରଦ୍ଧାଞ୍ଜଳି ଦେବା ସହିତ ଅନ୍ତିମ ଦର୍ଶନ କରିଥିଲେ।

ଆହୁରି ପଢ଼ନ୍ତୁ: ED Raid Mayurbhanj: ୧୭ କୋଟି ଟଙ୍କାର ଜରିମାନା ଦେଇନଥିବା ବ୍ୟବସାୟୀ ପ୍ରଦୀପ କୁମାର ବିନ୍ଧାଣିଙ୍କ ଘରେ ଓ ଦେଶୀ ମଦଭାଟିରେ ଇଡି ଚଢ଼ାଉ

ତାଙ୍କ ପରଲୋକରେ ଓଡ଼ିଆ ସଙ୍ଗୀତ ଜଗତ ସ୍ତବ୍ଧ ହୋଇଯାଇଛି। ରାଜ୍ୟପାଳ ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସମେତ କଳାଜଗତ ସହିତ ଜଡ଼ିତ ବହୁ ବିଶିଷ୍ଟ ବ୍ୟକ୍ତି ଗଭୀର ଶୋକ ପ୍ରକାଶ କରିଥିଲେ। 

ହ୍ୟୁମାନ ସାଗରଙ୍କ ବିୟୋଗ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି। ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ । ତାଙ୍କର ବିୟୋଗ ଆମ ସଙ୍ଗୀତ ଓ ସିନେମା ପାଇଁ ଏକ ଅପୂରଣୀୟ କ୍ଷତି। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରୁଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe