ପାରାଦୀପ: ଆଜିଠାରୁ ସମୁଦ୍ରରେ ମାଛଧରା ବନ୍ଦ। ଏନେଇ ମତ୍ସ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ କଟକଣା ଜାରି କରାଯାଇଛି। ମତ୍ସ୍ୟ ସଂରକ୍ଷଣକୁ ଆଖି ଆଗରେ ରଖି ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ୬୧ ଦିନ ସମୁଦ୍ରରେ ମାଛ ଧରା ବନ୍ଦ ରହିବ। ଦୁଇମାସ ଧରି ମତ୍ସ୍ୟଜୀବୀ ସମୁଦ୍ର ଭିତରକୁ ଯିବା ନେଇ କଟକଣା ଲାଗୁ ହୋଇଛି। ଓଡ଼ିଶା ଉପକୂଳରେ ମାଛ ଧରା ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତେବେ ସାଢ଼େ ୮ ମିଟର ଡଙ୍ଗାରେ କେବଳ ମାଛ ଧରାଯାଇପାରିବ।ଏହି ସମୟରେ ମାଛମାନଙ୍କର ପ୍ରଜନନ ଋତୁ ଆରମ୍ଭ ହେଉଥିବା ଯୋଗୁ ସବୁ ବର୍ଷ ଏହି ସମୟରେ କେନ୍ଦ୍ର ସରକାରଙ୍କ ମତ୍ସ୍ୟ ସମ୍ପଦ ମନ୍ତ୍ରଣାଳୟ ପକ୍ଷରୁ ମତ୍ସ୍ୟଜୀବୀଙ୍କ ସମୁଦ୍ର ପ୍ରବେଶ ଉପରେ କଟକଣା ଲାଗୁ ହୋଇଥାଏ।
ମୌସୁମୀ ଆସିବା ପୂର୍ବରୁ ମାଛମାନଙ୍କ ପ୍ରଜନନ ଋତୁ ଆରମ୍ଭ ହୋଇଥାଏ। ମାଛମାନେ ଏହି ସମୟରେ ଅନୁକୂଳ ପରିବେଶରେ ଅଣ୍ଡା ଦେଇଥାନ୍ତି। ମାଛ ବଢ଼ିବାକୁ ୩/୪ ମାସ ଲାଗିଥାଏ। ଏହା ପୂର୍ବରୁ କଟକଣା ଶେଷ ହୋଇଯାଉଥିବାରୁ ମାଛର ଆକାର ବହୁତ ଛୋଟ ଥାଏ। ଏହି ସମୟରେ ସମୁଦ୍ରରେ ଟ୍ରଲର, ଗିଲେଟିନ୍, ଭୁଟୁଭୁଟି ଆଦି ଚଳାଚଳ ଆରମ୍ଭ ହୋଇଯାଏ। ଯାହାଦ୍ବାରା ଲକ୍ଷାଧିକ ମାଛ ଓ ଯାଆଁଳ ମରିଯାଆନ୍ତି। ମତ୍ସଜୀବୀ ବଡ଼ ମାଛ ବଦଳରେ ଛୋଟ ମାଛ ଆଣିଥାନ୍ତି। ମାଛ ଉତ୍ପାଦନ କମ୍ ହେବା ସହିତ ଟ୍ରଲର ମାଲିକ, ମତ୍ସଜୀବୀ, ବ୍ୟବସାୟୀ କ୍ଷତି ସହିଥାନ୍ତି। ତ୍ରୁଟିପୂର୍ଣ୍ଣ ନିୟମ ପାଇଁ ମାଛର ପ୍ରଜାତି ଦିନକୁଦିନ ହ୍ରାସ ପାଇବାକୁ ବସିଲାଣି।
ତେବେ ସରକାରଙ୍କ ଏହି କଟକଣାରେ ପରିବର୍ତ୍ତନ ଦାବି କରି ମତ୍ସ୍ୟଜୀବୀମାନେ ଦୀର୍ଘ ବର୍ଷ ହେଲା ପ୍ରତିବାଦ କରିଆସୁଥିବା ବେଳେ ଏନେଇ କୌଣସି ପଦକ୍ଷେପ ଗ୍ରହଣ କରାଯାଇନାହିଁ। ଏହି ଦୁଇମାସ ମତ୍ସଜୀବୀଙ୍କୁ ଅଧିକ ଆର୍ଥିକ ସହାୟତା ଯୋଗାଇ ଦେବା ଏବଂ କଟକଣାକୁ କଡ଼ାକଡ଼ି କରାଯିବାକୁ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ଯୋଗ ଦେଇଥିବା ମତ୍ସଜୀବୀ ସଂଘ ଦାବି କରିଥିଲେ।
ଗୁରୁତ୍ବପୂର୍ଣ୍ଣ ବିଷୟ ହେଲା, ମୌସୁମୀ ଆସିବା ପୂର୍ବରୁ ମାଛମାନଙ୍କ ପ୍ରଜନନ ଋତୁ ଆରମ୍ଭ ହୋଇଥାଏ। ମାଛମାନେ ଏହି ସମୟରେ ଅନୁକୂଳ ପରିବେଶରେ ଅଣ୍ଡା ଦେଇଥାନ୍ତି। ମାଛ ବଢ଼ିବାକୁ ୩/୪ ମାସ ଲାଗିଥାଏ। ଏହା ପୂର୍ବରୁ କଟକଣା ଶେଷ ହୋଇଯାଉଥିବାରୁ ମାଛର ଆକାର ବହୁତ ଛୋଟ ଥାଏ। ଏହି ସମୟରେ ସମୁଦ୍ରରେ ଟ୍ରଲର, ଗିଲେଟିନ୍, ଭୁଟୁଭୁଟି ଆଦି ଚଳାଚଳ ଆରମ୍ଭ ହୋଇଯାଏ। ଯାହାଦ୍ବାରା ଲକ୍ଷାଧିକ ମାଛ ଓ ଯାଆଁଳ ମରିଯାଆନ୍ତି। ମତ୍ସଜୀବୀ ବଡ଼ ମାଛ ବଦଳରେ ଛୋଟ ମାଛ ଆଣିଥାନ୍ତି। ମାଛ ଉତ୍ପାଦନ କମ୍ ହେବା ସହିତ ଟ୍ରଲର ମାଲିକ, ମତ୍ସଜୀବୀ, ବ୍ୟବସାୟୀ କ୍ଷତି ସହିଥାନ୍ତି। ତ୍ରୁଟିପୂର୍ଣ୍ଣ ନିୟମ ପାଇଁ ମାଛର ପ୍ରଜାତି ଦିନକୁଦିନ ହ୍ରାସ ପାଇବାକୁ ବସିଲାଣି।
Follow Us