ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହକୁ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ନବୀନ

ସ୍ଥାନୀୟ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ପୂର୍ବତନ ମନ୍ତ୍ରୀ ତଥା ବରଗଡ଼ ଜିଲ୍ଲା ଭଟଲି ବିଧାନସଭା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂହଙ୍କୁ ମଙ୍ଗଳବାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭେଟିଛନ୍ତି।

Sushant Singh and Naveen Pattnaik

Sushant Singh and Naveen Pattnaik Photograph: (Sambad )

ଭୁବନେଶ୍ବର: ସ୍ଥାନୀୟ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ପୂର୍ବତନ ମନ୍ତ୍ରୀ ତଥା ବରଗଡ଼ ଜିଲ୍ଲା ଭଟଲି ବିଧାନସଭା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂହଙ୍କୁ ମଙ୍ଗଳବାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭେଟିଛନ୍ତି। ଆଜି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ପହଞ୍ଚି ଡାକ୍ତରଙ୍କୁ ସୁଶାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସଂପର୍କରେ ବୁଝିବା ସହ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ଏହି ଅବସରରେ ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ ରାଉତ, ପୂର୍ବତନ ମନ୍ତ୍ରୀ ସ୍ନେହଙ୍ଗିନୀ ଛୁରିଆ, ଅନଙ୍ଗ ଉଦୟ ସିଂହଦେହ, ଦେବୀ ପ୍ରସାଦ ମିଶ୍ର, ଭୁବନେଶ୍ବର ମେୟର ସୁଲୋଚନା ଦାସ, ବରିଷ୍ଠ ବିଜେଡ଼ି ନେତା ଦେବୀ ପ୍ରସାଦ ମିଶ୍ର, ପ୍ରତାପ ଜେନା ଉପସ୍ଥିତ ଥିଲେ। 

ସୂଚନାଯୋଗ୍ୟ, ପୂର୍ବତନ ମନ୍ତ୍ରୀ ତଥା ଭଟଲି ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଅଛି। ପୂର୍ବରୁ ସେ ଅସୁସ୍ଥ ଥିବାବେଳେ ସୋମବାର ସକାଳୁ ହଠାତ୍‌ ସ୍ୱାସ୍ଥ୍ୟାବସ୍ଥା ପୁଣି ବିଗିଡ଼ିଥିଲା। ଫଳରେ ପରିବାରବର୍ଗ ଓ ସଂପର୍କୀୟ ଆମ୍ବୁଲାନ୍ସ ସହାୟତାରେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଏବେ ତାଙ୍କର ଚିକିତ୍ସା ଜାରି ରହିଛି। ପୂର୍ବାପେକ୍ଷା ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସିଥିବା ତାଙ୍କ ସଂପର୍କୀୟ ସନ୍ତୋଷ ସିଂ ସୂଚନା ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe