ଭୁବନେଶ୍ବର/ବ୍ରହ୍ମପୁର: ପୁରୁଷ ବନ୍ଧୁଙ୍କ ସହ ଗୋପାଳପୁର ବେଳାଭୂମିକୁ ବୁଲିବାକୁ ଯାଇଥିବା ଜଣେ କଲେଜ ଛାତ୍ରୀ ଦୁଷ୍କର୍ମ ଘଟଣାକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ତୀବ୍ର ନିନ୍ଦା କରିଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଶ୍ରୀ ପଟ୍ଟନାୟକ ସରକାର ସଚେତନ ରୁହନ୍ତୁ ବୋଲି ଲେଖିଛନ୍ତି।

Advertisment

ପୂର୍ବତନ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଖବର ଅତ୍ୟନ୍ତ ସ୍ପର୍ଶକାତର। ଏହି ଖବର ସଭିଙ୍କୁ ବିଚଳିତ କରିଛି। ଏହାକୁ ଦୃଢ଼ ନିନ୍ଦା କରୁଛି। ପର୍ଯ୍ୟଟନ ସ୍ଥଳୀରେ ମହିଳାମାନଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପ୍ରତିଦିନ ମହିଳାଙ୍କ ଉପରେ ବଢୁଥିବା ନିର୍ଯାତନାକୁ ରୋକିବା ଦିଗରେ ସରକାର ସଜାଗ ହୁଅନ୍ତୁ।ରାଜ୍ୟରେ ମହିଳାମାନଙ୍କ ନିରାପତ୍ତା ଓ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ସରକାର କଠୋର ପଦକ୍ଷେପ ଗ୍ରହଣ କରନ୍ତୁ।

କଲେଜ ଛାତ୍ରୀ ଜଣକ ନିଜ ପୁରୁଷ ବନ୍ଧୁଙ୍କ ସହ ଗୋପାଳପୁର ଯାଇଥିଲେ। ପାନ୍ଥନିବାସ ପଛପଟ ବେଳାଭୂମିରେ ଉଭୟ ବସିଥିଲେ। ସଂଧ୍ୟା ପ୍ରାୟ ୮ଟା ବେଳେ ହିଞ୍ଜିଳିକାଟୁ ଅଞ୍ଚଳର ୧୦ଜଣ ଯୁବକ ନିଛାଟିଆ ସ୍ଥାନରେ ଉଭୟ ବସିଥିବା ଦେଖି ଅସଦାଚରଣ କରିଥିଲେ।

 

ସୂଚନାଯୋଗ୍ୟ, ଗଂଜାମ ଜିଲ୍ଲା ବାହାରର ଜଣେ ଯୁବତୀ ବ୍ରହ୍ମପୁରର ଏକ ଶିକ୍ଷାନୁଷ୍ଠାନରେ ଯୁକ୍ତ ୩ ଅଧ୍ୟୟନ କରୁଥିବା ବେଳେ ରବିବାର ଅପରାହ୍ଣରେ ନିଜ ପୁରୁଷ ବନ୍ଧୁଙ୍କ ସହ ଗୋପାଳପୁର ଯାଇଥିଲେ। ପାନ୍ଥନିବାସ ପଛପଟ ବେଳାଭୂମିରେ ଉଭୟ ବସିଥିଲେ। ସଂଧ୍ୟା ପ୍ରାୟ ୮ଟା ବେଳେ ହିଞ୍ଜିଳିକାଟୁ ଅଞ୍ଚଳର ୧୦ଜଣ ଯୁବକ ନିଛାଟିଆ ସ୍ଥାନରେ ଉଭୟ ବସିଥିବା ଦେଖି ଅସଦାଚରଣ କରିଥିଲେ। ପୁରୁଷ ବନ୍ଧୁଙ୍କୁ କିଛି ଯୁବକ କାବୁ କରିବା ସହ ଯୁବତୀଙ୍କୁ ଉଠାଇ ନେଇ ଏକ ଅନ୍ଧାରିଆ ସ୍ଥାନରେ ତିନି ଜଣ ଗଣଦୁଷ୍କର୍ମ କରି ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ରାତି ପ୍ରାୟ ସାଢ଼େ ୧୦ଟା ବେଳେ ସେମାନେ ଥାନାରେ ପହଞ୍ଚି ଘଟଣା ସଂପର୍କରେ ପୁଲିସକୁ ଜଣାଇଥିଲେ। ଅଭିଯୋଗ ପାଇବା ମାତ୍ରକେ ପୁଲିସ ପୀଡ଼ିତାଙ୍କ ପୁରୁଷବନ୍ଧୁଙ୍କୁ ନେଇ ଖୋଜାଖୋଜି ଆରମ୍ଭ କରିଥିଲା।

ଏହି ସମୟରେ ଡୁରା ଓଭରବ୍ରିଜ୍‌ ନିକଟରେ ୪ ଜଣ ଥିବା ବେଳେ ପୁଲିସ ଗାଡ଼ି ଦେଖି ଦୁଇ ଜଣ ଯୁବକ ଦୌଡ଼ି ଚମ୍ପଟ ମାରିଥିଲେ। ଅନ୍ୟ ୨ ଜଣଙ୍କୁ ପୀଡ଼ିତାଙ୍କ ପୁରୁଷ ବନ୍ଧୁ ଜଣକ ଚିହ୍ନଟ କରିଥିଲେ। ୨ଜଣକୁ ପୁଲିସ କାବୁ କରି ଥାନାକୁ ଆଣି ପଚରାଉଚରା କରିବା ପରେ ଅନ୍ୟ ୮ ଜଣ ହିଞ୍ଜିଳିକାଟୁ ଆଖପାଖ ଅଞ୍ଚଳର ବୋଲି ପୁଲିସ ଜାଣିବାକୁ ପାଇଥିଲା। ଏହି ମାମଲାରେ ପୁଲିସ ଏପର୍ଯ୍ୟନ୍ତ ୧୦ ଜଣଙ୍କୁ ଗିରଫ କରିଛି। 

rape | Crime | ganjam | Naveen Pattnaik