ଭୁବନେଶ୍ବର: ରାଜ୍ୟ କ୍ୟାବିନେଟର ୨୪ତମ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତା କରିଥିଲେ। ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ୩ଟି ବିଭାଗର ୪ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି।
ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ୧ ଟି, ଇଲେକ୍ଟ୍ରୋନିକ୍ସ ଏବଂ ଆଇ ଟି ବିଭାଗର ୨ ଟି ପ୍ରସ୍ତାବ ଆଲୋଚନା ପୂର୍ବକ କ୍ୟାବିନେଟ ବୈଠକରେ ଅନୁମୋଦନ କରାଯାଇଥିଲାl ୪ର୍ଥ ପ୍ରସ୍ତାବଟି ଆଗାମୀ ସେପ୍ଟେମ୍ବର ୧୮ ତାରିଖରୁ ୧୭ତମ ବିଧାନ ସଭାର ୪ର୍ଥ ଅଧିବେଶନ ଆରମ୍ଭ ହେବାକୁ ଥିବା ସମ୍ପର୍କିତ ପ୍ରସ୍ତାବ ଥିଲା l
କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, କ୍ୟାବିନେଟ ବୈଠକରେ ମୋଟ ୩ଟି ବିଭାଗର ୪ଟି ପ୍ରସ୍ତାବ ନେଇ ଆଲୋଚନା କରାଯାଇଥିଲା। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ୧ ଟି, ଇଲେକ୍ଟ୍ରୋନିକ୍ସ ଏବଂ ଆଇ ଟି ବିଭାଗର ୨ ଟି ପ୍ରସ୍ତାବ ଆଲୋଚନା ପୂର୍ବକ କ୍ୟାବିନେଟ ବୈଠକରେ ଅନୁମୋଦନ କରାଯାଇଥିଲାl ୪ର୍ଥ ପ୍ରସ୍ତାବଟି ଆଗାମୀ ସେପ୍ଟେମ୍ବର ୧୮ ତାରିଖରୁ ୧୭ତମ ବିଧାନ ସଭାର ୪ର୍ଥ ଅଧିବେଶନ ଆରମ୍ଭ ହେବାକୁ ଥିବା ସମ୍ପର୍କିତ ପ୍ରସ୍ତାବ ଥିଲା l
CM Mohan Charan Majhi