ଭୁବନେଶ୍ୱର: ରାଜ୍ୟର ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀ ମାନଙ୍କ ଗ୍ରାଚୁଇଟି ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟର ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ସରକାରୀ ଅନୁଦାନ ପ୍ରାପ୍ତ ଶିକ୍ଷକ ଓ ଅଣ ଶିକ୍ଷକ କର୍ମଚାରୀ ମାନଙ୍କ ମୃତ୍ୟୁ ଓ ଅବସରକାଳୀନ ଗ୍ରାଚୁଇଟି ୫ ଲକ୍ଷରୁ ୭.୫ ଲକ୍ଷ ଟଙ୍କାକୁ ବୃଦ୍ଧି ହେଲା।
ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି। ଏଥିପାଇଁ ବିଭିନ୍ନ ଶିକ୍ଷକ ସଂଘ ମାନେ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/01/01/2025-01-01t131417567z-img20250101113910.jpg)
/sambad/media/media_files/2024/10/22/2Ct8NH1qfvXV1eyqE6tm.jpg)