ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ-ମହାବିଦ୍ୟାଳୟର ଶିକ୍ଷକ-କର୍ମଚାରୀଙ୍କ ଗ୍ରାଚୁଇଟି ୭.୫ ଲକ୍ଷ ଟଙ୍କାକୁ ବୃଦ୍ଧି

ରାଜ୍ୟର ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀମାନଙ୍କ ଗ୍ରାଚୁଇଟି ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ଗ୍ରାଚୁଇଟି ୫ ଲକ୍ଷରୁ ୭.୫ ଲକ୍ଷ ଟଙ୍କାକୁ ବୃଦ୍ଧି ହେଲା।

mohan majhi

ଭୁବନେଶ୍ୱର: ରାଜ୍ୟର ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀ ମାନଙ୍କ ଗ୍ରାଚୁଇଟି ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ  ରାଜ୍ୟର ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ସରକାରୀ ଅନୁଦାନ ପ୍ରାପ୍ତ ଶିକ୍ଷକ ଓ ଅଣ ଶିକ୍ଷକ କର୍ମଚାରୀ ମାନଙ୍କ ମୃତ୍ୟୁ ଓ ଅବସରକାଳୀନ ଗ୍ରାଚୁଇଟି ୫ ଲକ୍ଷରୁ ୭.୫ ଲକ୍ଷ ଟଙ୍କାକୁ ବୃଦ୍ଧି ହେଲା।

ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି। ଏଥିପାଇଁ ବିଭିନ୍ନ ଶିକ୍ଷକ ସଂଘ ମାନେ ରାଜ୍ୟ ସରକାରଙ୍କୁ  ଅନୁରୋଧ କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe