‘ଗ୍ଲୋବାଲ ବାୟୋ ଇଣ୍ଡିଆ’ କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର ଓଡ଼ିଶା ପାଭିଲିୟନ

ଗ୍ଲୋବାଲ ବାୟୋ ଇଣ୍ଡିଆ କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର ଓଡ଼ିଶା ପାଭିଲିୟନ ଖୋଲାଯାଇଛି।ରାଜ୍ୟର ବିଭିନ୍ନ ବାୟୋ ଟେକ୍ନୋଲୋଜି ଷ୍ଟାର୍ଟଅପ୍ ଅଂଶ ଗ୍ରହଣ କରି ସେମାନଙ୍କ ଅଭିନବ ଜ୍ଞାନକୌଶଳ ଓ ଉତ୍ପାଦକୁ ପ୍ରଦର୍ଶନ କରୁଛନ୍ତି।

ନୂଆଦିଲ୍ଲୀ/ଭୁବନେଶ୍ବର: ଗ୍ଲୋବାଲ ବାୟୋ ଇଣ୍ଡିଆ କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର ଓଡ଼ିଶା ପାଭିଲିୟନ ଖୋଲାଯାଇଛି।ରାଜ୍ୟର ବିଭିନ୍ନ ବାୟୋ ଟେକ୍ନୋଲୋଜି ଷ୍ଟାର୍ଟଅପ୍ ଅଂଶ ଗ୍ରହଣ କରି ସେମାନଙ୍କ ଅଭିନବ ଜ୍ଞାନକୌଶଳ ଓ ଉତ୍ପାଦକୁ ପ୍ରଦର୍ଶନ କରୁଛନ୍ତି। ବାୟୋ ଟେକ୍ନୋଲୋଜି କ୍ଷେତ୍ର ପାଇଁ ଓଡ଼ିଶାରେ ବିପୁଳ ସମ୍ଭାବନା ରହିଛି। ଘଞ୍ଚ ଜଙ୍ଗଲ, ବିଭିନ୍ନ ଔଷଧୀୟ ବୃକ୍ଷରେ ଭରପୂର ପର୍ବତ, ହେନ୍ତାଳ ବଣ, ଚିଲିକା ହ୍ରଦ, ସୁଦୀର୍ଘ ବେଳାଭୂମି ଭଳି ପ୍ରାକୃତିକ ସମ୍ପଦ ରହିଛି। ଏହାକୁ ଆଧାରକରି ଆଗାମୀ ଦିନରେ ଓଡ଼ିଶାରେ କିପରି ବାୟୋ ଟେକ୍ନୋଲୋଜି ଶିଳ୍ପ ସ୍ଥାପନ ହୋଇପାରିବ ତା’ ଉପରେ ବିଶେଷ ଗୁରୁତ୍ୱ ଦିଆଯାଉଛି। ଏଥିପାଇଁ ଆମେ ଦେଶ ବିଦେଶର ନିବେଶକମାନଙ୍କୁ ଓଡ଼ିଶାକୁ ଆମନ୍ତ୍ରଣ କରୁଛୁ’’, କହିଛନ୍ତି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।

ଏହି ଅବସରରେ ମନ୍ତ୍ରୀ ଓଡ଼ିଶା ପାଭିଲିୟନ ବୁଲି ଦେଖିବା ସହ ଷ୍ଟାର୍ଟଅପମାନଙ୍କ ଅଭିନବ ପଦକ୍ଷେପକୁ ପ୍ରଶଂସା କରିଥିଲେ। ଏହି କାର୍ଯ୍ୟକ୍ରମରେ ବାୟୋ ଟେକ୍ନୋଲୋଜି କ୍ଷେତ୍ରକୁ ଓଡ଼ିଶା ସରକାର ବିଶେଷ ଗୁରୁତ୍ୱ ଦେଇଆସୁଛନ୍ତି।ବାୟୋ ଟେକ୍ନୋଲୋଜି କ୍ଷେତ୍ରରେ କାମ କରୁଥିବା ଓଡ଼ିଶାର ଷ୍ଟାର୍ଟଅପ ଗୁଡ଼ିକର ଅଭିନବ ଉତ୍ପାଦକୁ ପ୍ରୋତ୍ସାହନ ଦେବା ସହିତ ସେମାନଙ୍କୁ ନିବେଶକଙ୍କ ସହ ଯୋଡ଼ିବା ଲାଗି ଲକ୍ଷ୍ୟ ରଖାଯାଇଛି।

pragati

‘ଗ୍ଲୋବାଲ ବାୟୋ ଇଣ୍ଡିଆ’ କାର୍ଯ୍ୟକ୍ରମରେ ବିଭାଗୀୟ ବରିଷ୍ଠ ଅଧିକାରୀ, ବୈଜ୍ଞାନିକ ଏବଂ ବିଭିନ୍ନ ଷ୍ଟାର୍ଟଅପକୁ ନେଇ ଓଡ଼ିଶା ସରକାରଙ୍କ ଏକ ଟିମ୍ ଏହି କାର୍ଯ୍ୟକ୍ରମରେ ଭାଗ ନେଇଛନ୍ତି। ସେହିପରି ଓଡ଼ିଶାର ବାୟୋ ଟେକ୍ନୋଲୋଜି କ୍ଷେତ୍ରରେ କାମ କରୁଥିବା ବିଭିନ୍ନ ଉଚ୍ଚଶିକ୍ଷା ଓ ଗବେଷଣା ଅନୁଷ୍ଠାନର ମୁଖ୍ୟ ଅଧ୍ୟାପକମାନେ ଓଡ଼ିଶା ପାଭିଲିୟନ ବୁଲି ଦେଖିଛନ୍ତି।  

ବାୟୋ ଟେକ୍ନାଲୋଜି ଶିଳ୍ପର ପ୍ରସାର ଲାଗି ବିଭିନ୍ନ ରାଜ୍ୟ ଆଣିଥିବା ସ୍ୱତନ୍ତ୍ର ନୀତି ତଥା ନିବେଶ କାର୍ଯ୍ୟକ୍ରମକୁ ନେଇ ଗ୍ଲୋବାଲ ବାୟୋ ଇଣ୍ଡିଆ କାର୍ଯ୍ୟକ୍ରମରେ ବିଭିନ୍ନ ଅଧିବେଶନ କରାଯାଉଛି। ୧୩ ତାରିଖ ଦିନ ହେବାକୁ ଥିବା ଷ୍ଟେଟ୍ ରାଉଣ୍ଡ ଟେବଲ ସମ୍ମିଳନୀରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଚିତ୍ରା ଆରୁମୁଗମ୍ ଯୋଗଦେବେ। ସେହିପରି ୧୪ ତାରିଖରେ ଭାରତର ସାମୁଦ୍ରିକ ସମ୍ବଳକୁ ନେଇ ବ୍ଲୁ ଇକୋନମି ଶୀର୍ଷକରେ ଏକ ବିଶେଷ ଅଧିବେଶନ କରାଯିବ। ଏଥିରେ ବିଭାଗୀୟ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଯୋଗଦେଇ ଭିତ୍ତି ବକ୍ତବ୍ୟ ଉପସ୍ଥାପନ କରିବେ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe