ଭୁବନେଶ୍ୱର: ରାଜ୍ୟର ପ୍ରତ୍ୟେକ ଗ୍ରାମପଞ୍ଚାୟତରୁ ୧୦ ଜଣ ହିତାଧିକାରୀଙ୍କୁ ଗୃହ ଯୋଜନାରେ ପକ୍କା ଘର ଯୋଗାଇ ଦିଆଯିବ। ଏହି ଯୋଜନା ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ଅବସରରେ କାର୍ଯ୍ୟକାରୀ ହେବ। ପଞ୍ଚାୟତିରାଜ ବିଭାଗ ଏହି ବଡ଼ ଘୋଷଣା କରିଛି।

Advertisment

ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ କହିଛନ୍ତି ଯେ, ଗରିବ ଓ ଭୂମିହୀନ ପରିବାରଙ୍କୁ ପକ୍କା ଘର ଯୋଗାଇ ଦେବା ପାଇଁ ସରକାର ପ୍ରତିବଦ୍ଧ। ଅନ୍ତୋଦୟ ଗୃହ ଯୋଜନା ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଏକ ଅଂଶ ଭାବେ ଆମେ ନିଶ୍ଚିତ କରିବୁ ଯେ ପ୍ରତ୍ୟେକ ଯୋଗ୍ୟ ବ୍ୟକ୍ତି ଏହି ଯୋଜନାରୁ ଲାଭ ପାଇବେ। ଏଥିପାଇଁ ଆଗାମୀ ୫ ଦିନ ମଧ୍ୟରେ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀମାନଙ୍କୁ ହିତାଧିକାରୀଙ୍କ ତାଲିକା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୩୦ ତାରିଖରେ ଭବାନୀପାଟଣାଠାରେ ହିତାଧିକାରୀଙ୍କୁ ଘର ବାଣ୍ଟିବେ। ଏଥିପାଇଁ ରାଜ୍ୟ ସରକାର ବଜେଟରେ ୭,୫୫୦ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି। ଏହି ପଦକ୍ଷେପ ଗରିବ ଓ ଆର୍ଥିକ ଅନଗ୍ରସର ପରିବାରଙ୍କ ଜୀବନଧାରଣରେ ଉନ୍ନତି ଆଣିବ ବୋଲି ଆଶା କରାଯାଉଛି।

-ରବି ନାରାୟଣ ନାଏକ, ପଞ୍ଚାୟତିରାଜ ମନ୍ତ୍ରୀ

 

ସୂଚନାଯୋଗ୍ୟ, ରାଜ୍ୟର ପ୍ରାୟ ୨୨ ଲକ୍ଷ ହିତାଧିକାରୀଙ୍କୁ ପକ୍କା ଘର ଯୋଗାଇ ଦେବା ପାଇଁ ସରକାର ଲକ୍ଷ୍ୟ ରଖିଛନ୍ତି। ଯେଉଁମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପଞ୍ଜୀକରଣରୁ ବଞ୍ଚିତ ହୋଇଛନ୍ତି, ସେମାନଙ୍କୁ ଅନ୍ତୋଦୟ ଗୃହ ଯୋଜନା ଅନ୍ତର୍ଗତ ସାମିଲ କରାଯିବ। ଏହା ସହିତ, ଘର ନିର୍ମାଣ ପାଇଁ ୧ ଲକ୍ଷ ୨୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯିବ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୩୦ ତାରିଖରେ ଭବାନୀପାଟଣାଠାରେ ହିତାଧିକାରୀଙ୍କୁ ଘର ବାଣ୍ଟିବେ। ଏଥିପାଇଁ ରାଜ୍ୟ ସରକାର ବଜେଟରେ ୭,୫୫୦ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି। ଏହି ପଦକ୍ଷେପ ଗରିବ ଓ ଆର୍ଥିକ ଅନଗ୍ରସର ପରିବାରଙ୍କ ଜୀବନଧାରଣରେ ଉନ୍ନତି ଆଣିବ ବୋଲି ଆଶା କରାଯାଉଛି। ଏହା ସହିତ ସରକାରଙ୍କ ଏହି ଉଦ୍ୟମ ରାଜ୍ୟରେ ଗୃହହୀନଙ୍କ ସମସ୍ୟା ଦୂର କରିବାରେ ଏକ ମାଇଲଖୁଣ୍ଟ ସାବ୍ୟସ୍ତ ହେବ ବୋଲି ଆଶା କରାଯାଉଛି।

Rabi Narayan Naik | PMAY