ଜାରିହେଲା ‘ସୁଭଦ୍ରା’ ଯୋଜନାର ମାର୍ଗଦର୍ଶିକା

ରାଜ୍ୟର ମହିଳାମାନଙ୍କୁ ଆର୍ଥିକ ସ୍ଵାବଲମ୍ବୀ କରିବା ଲକ୍ଷ୍ୟରେ ଆରମ୍ଭ କରାଯାଇଛି ସୁଭଦ୍ରା ଯୋଜନା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅନୁମୋଦନ କ୍ରମେ ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଆଜି ରାଜ୍ୟସରକାରଙ୍କ ଯୁଗାନ୍ତକାରୀ ଯୋଜନା ‘ସୁଭଦ୍ରା’ର ମାର୍ଗଦର୍ଶିକା ଜାରି କରାଯାଇଛି। 

subhadra

ଭୁବନେଶ୍ୱର: ମହିଳାମାନଙ୍କୁ ଆର୍ଥିକ ସ୍ଵାବଲମ୍ବୀ କରିବା ଲକ୍ଷ୍ୟରେ ଆରମ୍ଭ କରାଯାଇଛି ସୁଭଦ୍ରା ଯୋଜନା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅନୁମୋଦନ କ୍ରମେ ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଆଜି ରାଜ୍ୟସରକାରଙ୍କ ଯୁଗାନ୍ତକାରୀ ଯୋଜନା ‘ସୁଭଦ୍ରା’ର ମାର୍ଗଦର୍ଶିକା ଜାରି କରାଯାଇଛି। 

ହିତାଧିକାରୀମାନେ ଯେପରି ଠିକ୍ ସୂଚନା ପାଇବେ ଏବଂ ଆବେଦନ କରିପାରିବେ, ସେଥିପାଇଁ ଏହି ମାର୍ଗଦର୍ଶିକା ପ୍ରସ୍ତୁତ କରାଯାଇଛି। ଏହି ମାର୍ଗଦର୍ଶିକା ଅନୁଯାୟୀ ହିତାଧିକାରୀଙ୍କ ବୟସ ୨୧ ବର୍ଷ କିମ୍ବା ତଦୁର୍ଦ୍ଧ ଓ ୬୦ ବର୍ଷରୁ କମ୍ ହେଇଥିବା ଆବଶ୍ୟକ। ଯୋଗ୍ୟ ମହିଳାଙ୍କ କେବଳ ନିଜ ନାମରେ ଆଧାର କାର୍ଡ/ଆଧାର ନମ୍ବର ରହିବା ସହ ସେମାନଙ୍କ ମୋବାଇଲ ନମ୍ବର ଆଧାର କାର୍ଡ ସହ ଲିଙ୍କ ହୋଇଥିବା ଆବଶ୍ୟକ। ଏକକ- ଧାରକ ବ୍ୟାଙ୍କ ଆକାଉଣ୍ଟ (କେବଳ ନିଜ ନାମରେ ବ୍ୟାଙ୍କ ଆକାଉଣ୍ଟ) ଥିବା ସହ ବ୍ୟାଙ୍କ ଆକାଉଣ୍ଟଟି ଚାଲୁ ରହିଥିବା ଓ ସିଧାସଳଖ ଟଙ୍କା ସହାୟତା ପାଇଁ ସକ୍ଷମ ଥିବା ନିହାତି ଆବଶ୍ୟକ। ସହଜ କାରବାର କରିବା ପାଇଁ ସମସ୍ତ ହିତାଧିକାରୀଙ୍କୁ ଏକ ସୁଭଦ୍ରା କାର୍ଡ ପ୍ରଦାନ କରାଯିବ। ସମସ୍ତ ଯୋଗ୍ୟ ମହିଳାଙ୍କୁ ୫ ବର୍ଷ ପାଇଁ ଦୁଇଟି କିସ୍ତିରେ ବାର୍ଷିକ ୧୦,୦୦୦ ହାରରେ ୫୦,୦୦୦ଟଙ୍କା ପ୍ରଦାନ କରାଯିବ।  ପ୍ରତିବର୍ଷ ପ୍ରଥମ କିସ୍ତି ରକ୍ଷା ବନ୍ଧନ ଦିବସରେ ଓ ଦ୍ବିତୀୟ କିସ୍ତି ଆନ୍ତର୍ଜାତୀୟ ମହିଳା ଦିବସରେ ପ୍ରଦାନ କରାଯିବ।  

ଏହି ଖବର ପଢ଼ନ୍ତୁ: ୧ କୋଟି ୮ ଲକ୍ଷ ମହିଳାଙ୍କୁ 'ସୁଭଦ୍ରା' ଯୋଜନାରେ ସାମିଲ କରାଯିବ 

ହିତାଧିକାରୀଙ୍କ ବୟସ ୨୧ ବର୍ଷ କିମ୍ବା ତଦୁର୍ଦ୍ଧ ଓ ୬୦ ବର୍ଷରୁ କମ୍ ହେଇଥିବା ଆବଶ୍ୟକ। ଯୋଗ୍ୟ ମହିଳାଙ୍କ କେବଳ ନିଜ ନାମରେ ଆଧାର କାର୍ଡ/ଆଧାର ନମ୍ବର ରହିବା ସହ ସେମାନଙ୍କ ମୋବାଇଲ ନମ୍ବର ଆଧାର କାର୍ଡ ସହ ଲିଙ୍କ ହୋଇଥିବା ଆବଶ୍ୟକ। ଏକକ- ଧାରକ ବ୍ୟାଙ୍କ ଆକାଉଣ୍ଟ (କେବଳ ନିଜ ନାମରେ ବ୍ୟାଙ୍କ ଆକାଉଣ୍ଟ) ଥିବା ସହ ବ୍ୟାଙ୍କ ଆକାଉଣ୍ଟଟି ଚାଲୁ ରହିଥିବା ଓ ସିଧାସଳଖ ଟଙ୍କା ସହାୟତା ପାଇଁ ସକ୍ଷମ ଥିବା ନିହାତି ଆବଶ୍ୟକ।

ମହିଳାମାନଙ୍କ ମଧ୍ୟରେ ଡିଜିଟାଲ ଆର୍ଥିକ ସାକ୍ଷରତାକୁ ବ୍ୟାପକ  କରିବା ପାଇଁ  ପ୍ରତ୍ୟେକ ଗ୍ରାମପଞ୍ଚାୟତ ଓ ପୌରାଞ୍ଚଳ ସଂସ୍ଥାରୁ ସର୍ବାଧିକ ଡିଜିଟାଲ କାରବାର କରୁଥିବା ୧୦୦ ଜଣ ମହିଳାଙ୍କୁ ଅତିରିକ୍ତ ୫୦୦ ଟଙ୍କା ପୁରସ୍କାର ଆକାରରରେ ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଯିବ। ମହିଳାମାନଙ୍କ ସର୍ବାଙ୍ଗୀନ ଉନ୍ନତିକୁ ସୁଦୃଢ କରିବା ପାଇଁ ସୁଭଦ୍ରା ଯୋଜନା ଏକ ଯୁଗାନ୍ତକାରୀ ପଦକ୍ଷେପ। ଏହି ଯୋଜନାର ସଫଳ ରୂପାୟନ ନିମନ୍ତେ ଏହି ମାର୍ଗଦର୍ଶିକା ଜାରି କରାଯାଇଛି।  ଏହି ଯୋଜନା ସମ୍ବନ୍ଧୀୟ କୌଣସି ଭୁଲ  ଖବର ଦ୍ଵାରା ଭ୍ରମିତ ନ ହେବା ପାଇଁ  ବିଭାଗ ତରଫରୁ ସମସ୍ତ ହିତାଧିକାରୀଙ୍କୁ ଅନୁରୋଧ କରାଯାଇଛି। 

ଏହି ଖବର ପଢ଼ନ୍ତୁ: ପରିବାରର ଏକାଧିକ ଯୋଗ୍ୟଙ୍କୁ ମିଳିବ ‘ସୁଭଦ୍ରା’

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe