କଳିଙ୍ଗ ମହାବିଦ୍ୟାଳୟରେ ଫାଇଲେରିଆ ନିରାକରଣ କାର୍ଯ୍ୟକ୍ରମ

Advertisment

କଳିଙ୍ଗ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଏବଂ ଯୁବ ରେଡକ୍ରସ୍ ଆନୁକୂଲ୍ୟରେ ଅଧ୍ୟକ୍ଷ ସୁଧାଂଶୁ ଶେଖର ମେହେରଙ୍କ ସଭାପତିତ୍ୱରେ ଫାଇଲେରିଆ ନିରାକରଣ ପାଇଁ ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

କଳିଙ୍ଗ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଏବଂ ଯୁବ ରେଡକ୍ରସ୍ ଆନୁକୂଲ୍ୟରେ ଅଧ୍ୟକ୍ଷ ସୁଧାଂଶୁ ଶେଖର ମେହେରଙ୍କ ସଭାପତିତ୍ୱରେ ଫାଇଲେରିଆ ନିରାକରଣ ପାଇଁ ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

G Udayagiri

G Udayagiri Photograph: (Sambad )

ଘୁ.ଉଦୟଗିରି: କଳିଙ୍ଗ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଏବଂ ଯୁବ ରେଡକ୍ରସ୍ ଆନୁକୂଲ୍ୟରେ ଅଧ୍ୟକ୍ଷ ସୁଧାଂଶୁ ଶେଖର ମେହେରଙ୍କ ସଭାପତିତ୍ୱରେ ଫାଇଲେରିଆ ନିରାକରଣ ପାଇଁ ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବରେ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡାକ୍ତର ରତିକାନ୍ତ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଏମଏମସି ହସ୍ପିଟାଲର ଡାକ୍ତର ଦେବରାଜ ଦାସ ଯୋଗଦେଇ ଫାଇଲେରିଆ ରୋଗର କାରଣ ଏବଂ ନିରାକରଣ ସଂପର୍କରେ ଆଲୋଚନା କରିଥିଲେ।

ସ୍ୱାସ୍ଥ୍ୟ କେନ୍ଦ୍ରର ବିପିଏମ୍ ରାଜକିଶୋର ସାହୁ, ଟେକ୍ନିକାଲ ନିରୀକ୍ଷକ ମନୋରଞ୍ଜନ ମହାପାତ୍ର, ଅନୁପ୍ରାସ ନାୟକ, ଅଙ୍ଗନବାଡ଼ି କର୍ମୀ ସସ୍ମିତା ନାୟକ, ଆଶାକର୍ମୀ ଟିକିଲି କୁମାରୀ ନାୟକ ଯୋଗଦେଇଥିଲେ।

ଯୁବ ରେଡକ୍ରସ୍ କାଉନସିଲର ଅଧ୍ୟାପକ ତପନ ଚନ୍ଦ୍ର ନାୟକ ଅତିଥିମାନଙ୍କୁ ମଞ୍ଚ ଉପରକୁ ସ୍ୱାଗତ କରିଥିବା ବେଳେ ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଅଧ୍ୟାପକ ଗିରିଶ ଚନ୍ଦ୍ର ମୁଠାମାଝି କାର୍ଯ୍ୟକ୍ରମ ସଂପର୍କରେ ସୂଚନା ପ୍ରଦାନ ଏବଂ ଅଧ୍ୟାପିକା ସରିତା ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଶେଷରେ ସଚେତନତା ସୃଷ୍ଟି ପାଇଁ ଛାତ୍ରଛାତ୍ରୀମାନେ ଏକ ସଚେତନତା ପଦଯାତ୍ରା କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe