Advertisment

ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଆୟୁଷ୍ମାନ ଭାରତ ଯୋଜନା ଓଡ଼ିଶାରେ ଲାଗୁ ହେବ

Advertisment

ଓଡ଼ିଶାରେ ପୂର୍ବରୁ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହୋଇନଥିଲା, ତେଣୁ ତାର ମୋଡାଲିଟି ବି ପ୍ରସ୍ତୁତ ହୋଇନାହିଁ । ଆମେ ଖୁବ୍ ଶୀଘ୍ର ମୋଡାଲିଟି ପ୍ରସ୍ତୁତ କରି ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଏହାକୁ ଲାଗୁ କରିବୁ। ଏଭଳି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ।

Updated On

ଓଡ଼ିଶାରେ ପୂର୍ବରୁ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହୋଇନଥିଲା, ତେଣୁ ତାର ମୋଡାଲିଟି ବି ପ୍ରସ୍ତୁତ ହୋଇନାହିଁ । ଆମେ ଖୁବ୍ ଶୀଘ୍ର ମୋଡାଲିଟି ପ୍ରସ୍ତୁତ କରି ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଏହାକୁ ଲାଗୁ କରିବୁ। ଏଭଳି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ।

ଅଦ୍ୟତନ ହୋଇଛି
sୈଳରୌ

ଭୁବନେଶ୍ବର: ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ ୨ ଆସନ୍ତାକାଲି ଜାତୀୟ ସ୍ତରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ଵାରା ଲଞ୍ଚ ହେବ, ଯାହାକୁ ଓଡ଼ିଶା କେବଳ ଗ୍ରହଣ କରିବ । ଯେହେତୁ ଓଡ଼ିଶାରେ ପୂର୍ବରୁ ଆୟୁଷ୍ମାନ ଯୋଜନା ଲାଗୁ ହୋଇନଥିଲା, ତେଣୁ ତାର ମୋଡାଲିଟି ବି ପ୍ରସ୍ତୁତ ହୋଇନାହିଁ । ଆମେ ଖୁବ୍ ଶୀଘ୍ର ମୋଡାଲିଟି ପ୍ରସ୍ତୁତ କରି ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଏହାକୁ ଲାଗୁ କରିବୁ। ଏଭଳି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ।
ସେ କହିଛନ୍ତି, ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଆୟୁଷ୍ମାନ ଭାରତ ଯୋଜନା ପାର୍ଟ ୧ ଓ ୨ ଓଡ଼ିଶାରେ ଲାଗୁ କରିବା ପାଇଁ ଆମେ ପ୍ରସ୍ତୁତି ଚଳାଇଛୁ। ଏନେଇ ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ସରିଛି ଓ କେନ୍ଦ୍ର ସରକାରଙ୍କ ସହ ଆଲୋଚନା ଚାଲିଛି। ଚଳିତ ଆର୍ଥକ ବର୍ଷ ଶେଷ ସୁଦ୍ଧା କାର୍ଡ ଇସ୍ୟୁ କରିବା ସହ ଯୋଜନାର ଶୁଭାରମ୍ଭ କରାଯିବ। ଉଭୟ ଆୟୁଷ୍ମାନ ଯୋଜନା ଓ ଗୋପବନ୍ଧୁ ଆରୋଗ୍ୟ ଯୋଜନାର ଗୋଟିଏ କାର୍ଡ ହେବ। ରାଜ୍ୟରେ ଏକ କୋଟି ପରିବାର ପାଇଁ ଏହି ନୂଆ କାର୍ଡର ବ୍ୟବସ୍ଥା କରାଯିବ। ନୂଆ କାର୍ଡ ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଯୋଗାଇ ଦିଆଯିବ। ପୁରୁଣା କାର୍ଡରେ ପୂର୍ବରୁ ୯୫୦ ହସ୍ପିଟାଲରେ ଚିକିତ୍ସା ସୁବିଧା ମିଳୁଥିଲା। ବର୍ତ୍ତମାନ ନୂଆ କାର୍ଡ ଲଞ୍ଚ ହେବା ପରେ ୨୭ ହଜାର ହସ୍ପିଟାଲରେ ଲୋକଙ୍କୁ ଚିକିତ୍ସା ସୁବିଧା ମିଳିବ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe