ପାଣିପାଗ: ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟରେ ବର୍ଷା ଜାରି ରହିବାର ଆଶଙ୍କା ଦେଖାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏଭଳି ପୂର୍ବାନୁମାନ କରାଯାଇଛି। ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରାଯଉଛି ଯେ, ବଙ୍ଗୋପସାଗରରେ ପୁଣି ଏକ ଯୋଡ଼ା ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।

rainy season

ଭୁବନେଶ୍ୱର: ରାଜ୍ୟରେ ବର୍ଷା ଜାରି ରହିବାର ଆଶଙ୍କା ଦେଖାଯାଇଛି। ବିଗତ ଦିନରେ ହୋଇଥିବା ଲଘୁଚାପ ପରେ ବର୍ଷା ଏବେବି ଜାରି ରହିଛି। ଏହାରି ମଧ୍ୟରେ ଆଗାମୀ ଦିନ ପାଇଁ ପାଣିପାଗ ବିଭାଗ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ଯୋଡ଼ା ଲଘୁଚାପ‌ ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରାଯଉଛି ଯେ, ବଙ୍ଗୋପସାଗରରେ ପୁଣି ଏକ ଯୋଡ଼ା ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାରି ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ମଧ୍ୟପ୍ରଦେଶ ଏବଂ ତାହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ବେଳେ ଅନ୍ୟ ଏକ ଲଘୁଚାପ ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳରେ ଗଠନ ହେବାର ଆଶଙ୍କା ରହିଛି।

ଏହି ୨ଟି ଲଘୁଚାପ କ୍ଷେତ୍ରର ପ୍ରଭାବରେ ଓଡ଼ିଶା, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଛତିଶଗଡ଼ ଏବଂ ମଧ୍ୟପ୍ରଦେଶର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଓଡ଼ିଶାର ଉପକୂଳ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଗଜପତି ଆଦି ଅଞ୍ଚଳରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ। ଏହି ସମୟରେ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ଓ ପବନର ବେଗ ୩୦ରୁ ୪୦ କିମି ପ୍ରତି ଘଣ୍ଟା ରହିବ।

ପାଣିପାଗ ବିଭାଗ ପୂର୍ବାନୁମାନ ଅନୁଯାୟୀ, ଏହି ଲଘୁଚାପ ଗୁଡ଼ିକ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଆଗାମୀ ୨-୩ ଦିନ ମଧ୍ୟରେ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଆଡ଼କୁ ଅଗ୍ରସର ହେବ। ଏହା ପ୍ରଭାବରେ ଓଡ଼ିଶାର ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଏବଂ ଝାରସୁଗୁଡ଼ା ଜିଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Rain in Odisha

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe