ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା; ରେଡ ଆଲର୍ଟ ଜାରି

ଲଘୁଚାପ ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହୋଇଛି। ଏହା ଦକ୍ଷିଣ ପୂର୍ବ ବାଂଲାଦେଶ ଏହାର ଆଖପାଖରେ କେନ୍ଦ୍ରୀଭୂତ ହୋଇଛି। ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତର ରୂପ ନେବ।

ଅଦ୍ୟତନ ହୋଇଛି
Rain

ଭୁବନେଶ୍ବର: ଲଘୁଚାପ ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହୋଇଛି। ଏହା ଦକ୍ଷିଣ ପୂର୍ବ ବାଂଲାଦେଶ ଏହାର ଆଖପାଖରେ କେନ୍ଦ୍ରୀଭୂତ ହୋଇଛି। ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତର ରୂପ ନେବ। ପ୍ରଭାବରେ ଆଜିଠାରୁ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ କରାଯାଇଛି। କାଲିଠାରୁ ବର୍ଷାର ପରିମାଣ ବଢ଼ିବ। ଭୀଷଣ ବର୍ଷା ନେଇ ମୟୂରଭଞ୍ଜ ଜିଲ୍ଲାକୁ ରେଡ ଆଲର୍ଟ ଜାରି ହୋଇଛି। ମୟୂରଭଂଜ ଜିଲ୍ଲାରେ ୨୦୦ ମିମିରୁ ଅଧିକ ବର୍ଷା ସମ୍ଭାବନା ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ ଏବଂ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ଏହି ସବୁ ଜିଲ୍ଲାରେ ୭୦ରୁ ୨୦୦ ମିମି ବର୍ଷିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଭୀଷଣ ବର୍ଷା ନେଇ ମୟୂରଭଞ୍ଜ ଜିଲ୍ଲାକୁ ରେଡ ଆଲର୍ଟ ଜାରି ହୋଇଛି। ମୟୂରଭଂଜ ଜିଲ୍ଲାରେ ୨୦୦ ମିମିରୁ ଅଧିକ ବର୍ଷା ସମ୍ଭାବନା ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ ଏବଂ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି।

ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ,୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, ସୁନ୍ଦରଗଡ, ଦେବଗଡ଼, ଅନୁଗୁଳ ଏବଂ ଢେଙ୍କାନାଳକୁ ଏନେଇ ସତର୍କ ସୂଚନା ଜାରି କରାଯାଇଛି। ବର୍ଷା ସମୟରେ ଘଣ୍ଟାପ୍ରତି ୪୦ରୁ ୫୦କିଲୋମିଟର ବେଗରେ ପବନ ବହିବ। ତେଣୁ ଆଜି ଠାରୁ ୧୫ ତାରିଖ ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ରକୁ ବାରଣ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe