ଭୁବନେଶ୍ବର: ଆଗାମୀ ୨୪ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ତାରିଖରୁ ବର୍ଷାର ପରିମାଣ ବଢ଼ିବ। ଆସନ୍ତା ୨୪ ଘଣ୍ଟା ପାଇଁ ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ୨୧ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ଆସନ୍ତା ୨୪ ତାରିଖରେ ମୟୂରଭଞ୍ଜ, ବାଲେଶ୍ଵରରେ ଅତି ପ୍ରବଳ ବର୍ଷା ଅର୍ଥାତ୍ ୭ରୁ ୧୧ ସେମି ବର୍ଷା ନେଇ ଅରେଞ୍ଜ ଆର୍ଲଟ ଜାରି କରାଯାଇଛି। ବାକି ସମସ୍ତ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି କରାଯାଇଛି।
ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ଜୁଲାଇ ୨୪ ରୁ ୨୭ ତାରିଖ ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ମନା କରାଯାଇଛି।
Rain in Odisha | IMD
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/01/01/2025-01-01t131417567z-img20250101113910.jpg)
/sambad/media/media_files/2025/07/22/new-project-31-2025-07-22-17-47-54.jpg)
