ରାଜ୍ୟରେ ତିନି ଦିନ ଧରି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି: ପାଣିପାଗ ବିଭାଗ

ପଶ୍ଚିମ କେନ୍ଦ୍ରୀୟ ଓ ତତ୍ସଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି।

New Project (27)

ଭୁବନେଶ୍ବର: କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଅଗଷ୍ଟ ୧୩ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପଶ୍ଚିମ କେନ୍ଦ୍ରୀୟ ଓ ତତ୍ସଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ପରେ ଆଗାମୀ ୪୮ ଘଂଟାରେ ଏହା ଅଧିକ ଘନୀଭୂତ ହୋଇପାରେ। ଏହାର ପ୍ରଭାବରେ ରାଜ୍ୟରେ ୩ ଦିନ ଧରି ମଧ୍ୟମରୁ ପ୍ରବଳ ବର୍ଷା ବର୍ଷାର ହେବାର ସମ୍ଭାବନା ରହିଛି। 

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ। ଆସନ୍ତା  ୨୪ ଘଣ୍ଟା ମଧ୍ୟରେ ସାରା ଓଡ଼ିଶାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ହେବ। କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରିରେ ପ୍ରବଳ ବର୍ଷା ନେଇ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବର୍ଷା ସମୟରେ ୩୦ରୁ ୪୦ କିମିର ଝଟକା ପବନ ହେବାର ସମ୍ଭାବନା ରହିଛି।

ଚଳିତ ମୌସୁମୀ ଋତୁରେ ଅର୍ଥାତ୍‌ ଗତ ଜୁନ ୧ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୬୫୫.୯ ମିମି ବର୍ଷା ରେକର୍ଡ ହୋଇଛି। ରାଜ୍ୟରେ ଏବେବି ୬ ପ୍ରତିଶତ କମ ବର୍ଷା ରେକର୍ଡ ହୋଇଛି। ୧୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା, ୩ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ଏବଂ ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି। ଗତ ୨୪ ଘଂଟାରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା  ସହ ୨ ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ ହୋଇଥିବା ବେଳେ ସର୍ବାଧିକ ବର୍ଷା କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇର ୭୦.୫ ମିମି ରେକର୍ଡ କରାଯାଇଛି।

-ମନୋରମା ମହାନ୍ତି, ନିର୍ଦ୍ଦେଶିକା, ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର

କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି  କରିଛି ପାଣିପାଗ ବିଭାଗ। ଗଜପତି, ରାୟଗଡା, କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗୀରରେ ପ୍ରବଳ ବର୍ଷା ନେଇ ୟୋଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ। ବର୍ଷା ସମୟରେ ଘଣ୍ଟା ପିଛା ପବନର ବେଗ ୩୦ରୁ ୪୦ କିମି ରହିବ। ୧୫ ତାରିଖ ଯାଏ ଅତି ପ୍ରବଳ ଓ ୧୬ ଯାଏ ପ୍ରବଳ ବର୍ଷା ଥିବା ବେଳେ ଏହା ପରେ ପାଗ ବଦଳିବ ବୋଲି ପୂର୍ବାନୁମାନ କରିଛି। ସେପଟେ ମେଘୁଆ ପାଗ ସହ ପବନର ବେଗକୁ ନେଇ ସମୁଦ୍ର ଅଶାନ୍ତ ରହିବ। ତେଣୁ ୧୩ରୁ ୧୬ ତାରିଖ ଯାଏ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। 

 Rain in Odisha | imd bhubaneswar

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe