ଲଘୁଚାପ ସକ୍ରିୟ: ରାଜ୍ୟର ବିଭିନ୍ନ ସ୍ଥାନରେ ଆହୁରି ୫ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟର ବିଭିନ୍ନ ସ୍ଥାନରେ ଆଗାମୀ ୫ଦିନ ପର୍ଯ୍ୟନ୍ତ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ। କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ପ୍ରଭାବରେ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି।

New Project (16)

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ଆଗାମୀ ୫ଦିନ ପର୍ଯ୍ୟନ୍ତ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ। କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ପ୍ରଭାବରେ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି। 

ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଆଗାମୀ ୫ ଦିନ  ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ଲାଗିରହିବ। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ରାୟଗଡ଼ା ଓ ଗଜପତିକୁ ଅରେଞ୍ଜ ୱାର୍ଣ୍ଣିଙ୍ଗ ଜାରି  କରାଯାଇଛି। କୋରାପୁଟ ମାଲକାନଗିରି, ଗଂଜାମ, ନୟାଗଡ଼, କଳାହାଣ୍ଡି, ନବରଙ୍ଗପୁର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ସୁନ୍ଦରଗଡ଼, କଟକ ଓ ଯାଜପୁରରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ।

ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତା  ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ରାୟଗଡ଼ା ଓ ଗଜପତିକୁ ଅରେଞ୍ଜ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି। କୋରାପୁଟ ମାଲକାନଗିରି, ଗଂଜାମ, ନୟାଗଡ଼, କଳାହାଣ୍ଡି, ନବରଙ୍ଗପୁର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ସୁନ୍ଦରଗଡ଼, କଟକ ଓ ଯାଜପୁରରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

-ମନୋରମା ମହାନ୍ତି, ନିର୍ଦ୍ଦେଶିକା, ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର

ସେହିପରି ପାଣିପାଗ ବିଭାଗ ଆସନ୍ତାକାଲି ଅଧିକାଂଶ ଅର୍ଥାତ ୨୩ ଜିଲ୍ଲାରେ ହାଲୁକରୁ ମାଧ୍ୟମଧରଣର ବର୍ଷା ହେବାକୁ ଥିବା ବେଳେ କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଙ୍ଗ କରି କରିଛି। ଆସନ୍ତା ୧୯ ତାରିଖ ଯାଏ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। 

‌ଉପକୂଳବର୍ତ୍ତୀ ଅଞ୍ଚଳରେ ପାଗ ମେଘୁଆ ସହ ପବନର ବେଗକୁ ନେଇ ସମୁଦ୍ର ଅଶାନ୍ତ ରହିବ। ତେଣୁ  ଅଗଷ୍ଟ ୧୩ରୁ ୧୫ ତାରିଖ ଯାଏ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

imd bhubaneswar | Manorama Mohanty 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe