ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା

ଅବପାତ ଆଜି ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂରେ ରହିଛି। ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୨୦ କିଲୋମିଟର ବେଗରେ ଗତି କରୁଛି ଅବପାତ। ଏହା ବିଶାଖାପାଟଣା ଠାରୁ ୧୫୦ କିମି ଏବଂ ମାଲକାନଗିରି ଠାରୁ ୭୦ କିମି ଦୂରରେ ରହିଛି।

rain

ଭୁବନେଶ୍ବର: ଗତକାଲିର ଅବପାତ ଆଜି ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂରେ ରହିଛି। ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୨୦ କିଲୋମିଟର ବେଗରେ ଗତି କରୁଛି ଅବପାତ। ଏହା ବିଶାଖାପାଟଣା ଠାରୁ ୧୫୦ କିମି ଏବଂ ମାଲକାନଗିରି ଠାରୁ ୭୦ କିମି ଦୂରରେ ରହିଛି। ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତିକରି ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବ। ପରେ ଦୁର୍ବଳ ହୋଇ ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହେବ। ପ୍ରଭାବରେ ଆଜି ଦକ୍ଷିଣ ଓଡିଶା ଓ ଉତ୍ତର ଓଡ଼ିଶାର ପ୍ରବଳର ବର୍ଷାର ଆକଳନ କରିଛି ଆଂଚଳିକ ପାଣିପାଗ ବିଭାଗ। ବିଶେଷକରି କୋରାପୁଟ ଓ ମାଲକାନାଗିରିର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ନେଇ ଜାରି ହୋଇଛି ୟେଲୋ ୱାର୍ଣ୍ଣି। 

ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବ। ପରେ ଦୁର୍ବଳ ହୋଇ ଲୋପ୍ରେସରରେ ପରିଣତ ହେବ। ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର ପ୍ରବଳର ବର୍ଷାର ଆକଳନ କରିଛି ଆଂଚଳିକ ପାଣିପାଗ ବିଭାଗ।

ସେପଟେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଆସନ୍ତା ୪ ତାରିଖରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି। ପରେ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ଅବପାତଟି ଛତିଶଗଡ଼ ମୁହାଁ ହେବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର। ଲଘୁଚାପ ପ୍ରଭାବରେ ୪ ତାରିଖରୁ ପୁଣି ପ୍ରବଳ ବର୍ଷିବ।

ପାଣିପାଗ ବିଜ୍ଞାନୀ ସଂଜୀବ ଦ୍ବିବେଦୀ କହିଛନ୍ତି, ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୮୩୧. ୯ ମିମି ବର୍ଷା ରେକର୍ଡ ହୋଇଛି। ଏବେବି ୧୦ ପ୍ରତିଶତ ନିଅଁଟିଆ ବର୍ଷା ରହିଛି। ୯୦୬. ୫ ମିମି ବର୍ଷା ସ୍ୱାଭାବିକ ରହିବା କଥା। ବର୍ତ୍ତମାନ ସୁଦ୍ଧା ଗୋଟିଏ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଥିବା  ବେଳେ ୨୦ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ଓ ୯ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି। 

ଏହି ଖବର ପଢ଼ନ୍ତୁ: ଆଇରନ ବୋଝେଇ ଟ୍ରକ୍‌ ଓଲଟି ଡ୍ରାଇଭର ମୃତ, ହେଲପର ଗୁରୁତର

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe