ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗରରେ ଖୁବ ଶୀଘ୍ର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୨୪ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବ। ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ୨୮ ତାରିଖ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଆସନ୍ତାକାଲି ପାଇଁ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କୋରାପୁଟ, ମାଲକାନାଗିରି, ମୟୂରଭଂଜ, କେଉଁଝର ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ଆଲର୍ଟ ଓ ୧୪ ଜିଲ୍ଲାକୁ ୟୋଲୋ ଆଲର୍ଟ ଜାରି ହୋଇଥିବା ବେଳେ ଆସନ୍ତା ୨୫ ତାରିଖରୁ ବଢିବ ବର୍ଷା। ଅତ୍ୟନ୍ତ ପ୍ରବଳ ବର୍ଷା ନେଇ କେଉଁଝର, ମୟୂରଭଞ୍ଜକୁ ୨୫ ତାରିଖ ପାଇଁ ଜାରି ହେଲା ରେଡ ଆଲର୍ଟ।
ଆସନ୍ତା ୨୪ ଘଣ୍ଟାରେ ସାରା ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ସବୁ ଜିଲ୍ଲାକୁ ଜାରି ହୋଇଛି ୟୋଲୋ ଆଲର୍ଟ। ସେହିପରି ଆସନ୍ତାକାଲି ପାଇଁ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କୋରାପୁଟ, ମାଲକାନାଗିରି, ମୟୂରଭଂଜ, କେଉଁଝର ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ଆଲର୍ଟ ଓ ୧୪ ଜିଲ୍ଲାକୁ ୟୋଲୋ ଆଲର୍ଟ ଜାରି ହୋଇଥିବା ବେଳେ ଆସନ୍ତା ୨୫ ତାରିଖରୁ ବଢିବ ବର୍ଷା। ଅତ୍ୟନ୍ତ ପ୍ରବଳ ବର୍ଷା ନେଇ କେଉଁଝର, ମୟୂରଭଞ୍ଜକୁ ୨୫ ତାରିଖ ପାଇଁ ଜାରି ହେଲା ରେଡ ଆଲର୍ଟ।
ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ଵର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରଜିଲ୍ଲା ପାଇଁ ଜାରି ହୋଇଛି ଅରେଞ୍ଜ ଆର୍ଲଟ ଓ ବାକି ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ନେଇ ଜାରି କରାଯାଇଛି ଏଲୋ ଆଲର୍ଟ। ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା କରାଯାଇଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି।
Rain in Odisha
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/01/01/2025-01-01t131417567z-img20250101113910.jpg)
/sambad/media/media_files/2025/07/23/weather-update-2025-07-23-16-38-19.jpg)