ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ଆହୁରି ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ। ସାରା ରାଜ୍ୟରେ ବିଜୁଳି ଓ ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କତା ଜାରି କରାଯାଇଛି।
ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ରାଜ୍ୟ ଉପରେ ଦୁଇ ଦୁଇଟି ଲଘୁଚାପର ପ୍ରଭାବ ପଡ଼ିବ। ଏଥି ପାଇଁ ଆହୁରି ୪ ଦିନ ଯାଏ ପ୍ରବଳ ବର୍ଷିବ। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ବର୍ତମାନ ଉତ୍ତରର ଓଡ଼ିଶା ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ରହିଛି। ଏହା ଆଗାମୀ ୧୨ ଘଣ୍ଟାରେ ଦୁର୍ବଳ ହେବାର ସମ୍ଭାବନା ରହିଛି। ଏଥିସହ ଆଜି ଏକ ଘୁର୍ଣ୍ଣିବଳୟ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଛି। ଏହା ଧୀରେଧୀରେ ପଶ୍ଚିମ ଆଡ଼କୁ ଗତି କରିବ। ପ୍ରଭାବରେ ଆସନ୍ତାକାଲି ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି। ପରେ ଏହା ପଶ୍ଚିମ ଦିଗକୁ ଗତି କରିବା ସହ ସେପ୍ଟେମ୍ବର ୨୬ ତାରିଖରେ ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ସେପ୍ଟେମ୍ବର ୨୭ ତାରିଖ ପାଖାପାଖି ଦକ୍ଷିଣ ଓଡ଼ିଶା ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି।
ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ହାଲୁକରୁ ମଧ୍ୟମଧରଣର ବର୍ଷା ହୋଇଥିବା ବେଳେ ଅନେକ ସ୍ଥାନରେ ଭୀଷଣ ବର୍ଷା ୮ଟି ସ୍ଥାନରେ ଅତି ପ୍ରବଳ ବର୍ଷା ଓ ୨୪ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ ହୋଇଛି। ସମ୍ବଲପୁର ଓ ବୁର୍ଲାରେ ସର୍ବାଧିକ ବର୍ଷା ୨୨୬ ମିମି ରେକର୍ଡ କରାଯାଇଛି।
-ମନୋରମା ମହାନ୍ତି, ଆଂଚଳିକ ପାଣିପାଗ ନିର୍ଦ୍ଦେଶିକା
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଉଭୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଚେତାବନୀ ଜାରି କରିଛି। ବିଶେଷ କରି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ। ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ରେ ସାରା ଓଡ଼ିଶାରେ ବିଜୁଳି ଘଡଘଡି ବର୍ଷାକୁ ନେଇ ହଳଦିଆ ଚେତାବନୀ ଦେଇଛି ବିଭାଗ।
ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ସହ ରାୟଗଡ଼ା, କୋରାପୁଟ, ନବରଙ୍ଗପୁରଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣି ଚେତାବନୀ ଜାରି କରାଯାଇଛି। ସେହିପରି ଆସନ୍ତାକାଲି ସାରା ଓଡ଼ିଶାରେ ବିଜୁଳି ଓ ଘଡ଼ଘଡ଼ି ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣି ଜାରି ହୋଇଛି। ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ସହ ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି ଏହି ୪ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ। ଏହାସହ ମେଘୁଆ ପାଗ ସହ ସମୁଦ୍ର ଉପକୂଳରେ ୩୫ ରୁ ୬୦ କିମି ପବନ ବହିବାର ସମ୍ଭାବନା ଥିବାରୁ ସମୁଦ୍ର ଅଶାନ୍ତ ରହିବ। ତେଣୁ ଆଜିଠାରୁ ମତ୍ସ୍ୟଜୀବୀଙ୍କୁ ୨୮ ସେପ୍ଟେମ୍ବର ଯାଏ ସମୁଦ୍ର ମଧ୍ୟ କୁ ଯିବାକୁ ବାରଣ କରିଛି ବିଭାଗ।
Rain in Odisha | imd bhubaneswar
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/01/01/2025-01-01t131417567z-img20250101113910.jpg)
/sambad/media/media_files/2025/09/24/rain-2025-09-24-16-43-35.jpg)