ଶ୍ରୀଜଗନ୍ନାଥ ମନ୍ଦିର ଭିତରକୁ ହ୍ବିଲଚେୟାର ଉପରେ ନିର୍ଭରଶୀଳ ଦିବ୍ୟାଙ୍ଗଙ୍କ ପ୍ରବେଶ ପ୍ରସଙ୍ଗ, ଜବାବ ଦାଖଲ ପାଇଁ ମୁଖ୍ୟ ପ୍ରଶାସକଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ପୁରୀ ଶ୍ରୀଜଗନ୍ନାଥ ମନ୍ଦିରକୁ ହ୍ବିଲ ଚେୟାର ମାଧ୍ୟମରେ ଦିବ୍ୟାଙ୍ଗଙ୍କ ପ୍ରବେଶ ପାଇଁ ବ୍ୟବସ୍ଥା ପ୍ରସଙ୍ଗକୁ ନେଇ ଦାୟର ଜନସ୍ବାର୍ଥ ମାମଲାରେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକଙ୍କୁ ହାଇକୋର୍ଟ ନୋଟିସ୍ ଜାରି କରିବା ସହିତ ଜବାବ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

fdfhfhth

କଟକ: ପୁରୀ ଶ୍ରୀଜଗନ୍ନାଥ ମନ୍ଦିରକୁ ହ୍ବିଲ ଚେୟାର ମାଧ୍ୟମରେ ଦିବ୍ୟାଙ୍ଗଙ୍କ ପ୍ରବେଶ ପାଇଁ ବ୍ୟବସ୍ଥା ପ୍ରସଙ୍ଗକୁ ନେଇ ଦାୟର ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁତ୍ବର ସହିତ ଗ୍ରହଣ କରିଛନ୍ତି। ମାମଲାରେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକଙ୍କୁ ହାଇକୋର୍ଟ ନୋଟିସ୍ ଜାରି କରିବା ସହିତ ଜବାବ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଫେବ୍ରୁଆରି ୧୨କୁ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଛି। କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ ଅରିନ୍ଦମ ସିହ୍ନା ଓ ଜଷ୍ଟିସ ମୃଗାଙ୍କ ଶେଖର ସାହୁଙ୍କୁ ନେଇ ଗଠିତ ଖଣ୍ଡପୀଠ ଆଇନଜୀବୀ ମୃଣାଳିନୀ ପାଢୀଙ୍କ ଜନସ୍ବାର୍ଥ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ପ୍ରଦାନ କରିଛନ୍ତି। 

ଦିବ୍ୟାଙ୍ଗ ବିଶେଷ କରି ହ୍ବିଲଚେୟାର ଉପରେ ନିର୍ଭର କରୁଥିବା ଏପରି ଶ୍ରଦ୍ଧାଳୁଙ୍କ ଶ୍ରୀମନ୍ଦିର ଭିତରେ ପ୍ରବେଶ ପାଇଁ ଆବଶ୍ୟକ ବ୍ୟବସ୍ଥା କରିବାକୁ ଶ୍ରୀଜଗନ୍ନାଥ ମନ୍ଦିର କର୍ତ୍ତୃପକ୍ଷ ଦେଇଥିବା ପ୍ରତିଶ୍ରୁତି କାର୍ଯ୍ୟକାରୀ କରାଯାଉ ବୋଲି ଦର୍ଶାଇ ଏହି ଜନସ୍ବାର୍ଥ ମାମଲା ହାଇକୋର୍ଟରେ ଦାୟର ହୋଇଛି। ଆବେଦନକାରୀଙ୍କ ତରଫରୁ ଦାୟର ମାମଲାରେ  ଏ ନେଇ ଶ୍ରୀଜଗନ୍ନାଥ ମନ୍ଦିର କର୍ତ୍ତୃପକ୍ଷ ସୁପ୍ରିମକୋର୍ଟରେ ସତ୍ୟପାଠ ଦାଖଲ କରିଥିଲେ। ସୁପ୍ରିମକୋର୍ଟଙ୍କ ୨୦୧୯, ନଭେମ୍ବର ୪ର ନି‌ର୍ଦ୍ଦେଶରେ ଏହି କଥା ଉଲ୍ଲେଖ କରାଯାଇଥିଲା। ସେତେବେଳେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ କହିଥିଲା ଯେ ଦିବ୍ୟାଙ୍ଗଙ୍କ ଶ୍ରୀମନ୍ଦିର ପ୍ରବେଶ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଉଛି। କିନ୍ତୁ ଏ ପର୍ଯ୍ୟନ୍ତ ଦିବ୍ୟାଙ୍ଗଙ୍କ ପାଇଁ ଏପରି କିଛି ବ୍ୟବସ୍ଥା କରାଯାଇ ନାହିଁ। ହ୍ବିଲଚେୟାର ଉପରେ ନିର୍ଭର କରୁଥିବା ଦିବ୍ୟାଙ୍ଗମାନେ ଯେପରି ଶ୍ରୀମନ୍ଦିର ଭିତରକୁ ସହଜରେ ପ୍ରବେଶ କରି ଶ୍ରୀଜିଉଙ୍କ ଦର୍ଶନ କରିବେ ସେଥି ପାଇଁ ଆବଶ୍ୟକ ବ୍ୟବସ୍ଥା କରିବାକୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଉ ବୋଲି ଆବେଦନକାରୀଙ୍କ ତରଫରୁ ଦର୍ଶାଯାଇଥିଲା।

ମାମଲାର ବିବରଣୀରୁ ପ୍ରକାଶ ଯେ ଦିବ୍ୟାଙ୍ଗ ବିଶେଷ କରି ହ୍ବିଲଚେୟାର ଉପରେ ନିର୍ଭର କରୁଥିବା ଏପରି ଶ୍ରଦ୍ଧାଳୁଙ୍କ ଶ୍ରୀମନ୍ଦିର ଭିତରେ ପ୍ରବେଶ ପାଇଁ ଆବଶ୍ୟକ ବ୍ୟବସ୍ଥା କରିବାକୁ ଶ୍ରୀଜଗନ୍ନାଥ ମନ୍ଦିର କର୍ତ୍ତୃପକ୍ଷ ଦେଇଥିବା ପ୍ରତିଶ୍ରୁତି କାର୍ଯ୍ୟକାରୀ କରାଯାଉ ବୋଲି ଦର୍ଶାଇ ଏହି ଜନସ୍ବାର୍ଥ ମାମଲା ହାଇକୋର୍ଟରେ ଦାୟର ହୋଇଛି। ଆବେଦନକାରୀଙ୍କ ତରଫରୁ ଦାୟର ମାମଲାରେ  ଏ ନେଇ ଶ୍ରୀଜଗନ୍ନାଥ ମନ୍ଦିର କର୍ତ୍ତୃପକ୍ଷ ସୁପ୍ରିମକୋର୍ଟରେ ସତ୍ୟପାଠ ଦାଖଲ କରିଥିଲେ। ସୁପ୍ରିମକୋର୍ଟଙ୍କ ୨୦୧୯, ନଭେମ୍ବର ୪ର ନି‌ର୍ଦ୍ଦେଶରେ ଏହି କଥା ଉଲ୍ଲେଖ କରାଯାଇଥିଲା। ସେତେବେଳେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ କହିଥିଲା ଯେ ଦିବ୍ୟାଙ୍ଗଙ୍କ ଶ୍ରୀମନ୍ଦିର ପ୍ରବେଶ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଉଛି। କିନ୍ତୁ ଏ ପର୍ଯ୍ୟନ୍ତ ଦିବ୍ୟାଙ୍ଗଙ୍କ ପାଇଁ ଏପରି କିଛି ବ୍ୟବସ୍ଥା କରାଯାଇ ନାହିଁ। ହ୍ବିଲଚେୟାର ଉପରେ ନିର୍ଭର କରୁଥିବା ଦିବ୍ୟାଙ୍ଗମାନେ ଯେପରି ଶ୍ରୀମନ୍ଦିର ଭିତରକୁ ସହଜରେ ପ୍ରବେଶ କରି ଶ୍ରୀଜିଉଙ୍କ ଦର୍ଶନ କରିବେ ସେଥି ପାଇଁ ଆବଶ୍ୟକ ବ୍ୟବସ୍ଥା କରିବାକୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଉ ବୋଲି ଆବେଦନକାରୀଙ୍କ ତରଫରୁ ଦର୍ଶାଯାଇଥିଲା।

ଏହି ପ୍ରସଂଗରେ ଶ୍ରୀଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସକ ଜବାବ ରଖିବା ଆବଶ୍ୟକ ବୋଲି ହାଇକୋର୍ଟ କହିବା ସହିତ ଆଜି ନୋଟିସ୍ ଜାରି କରିଛନ୍ତି। ମାମଲାରେ ରାଜ୍ୟ ସରକାର, ଶ୍ରୀଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସକ, ପୁରୀ ଜିଲ୍ଲାପାଳ ପ୍ରମୁଖଙ୍କୁ ପକ୍ଷଭୁକ୍ତ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe