ସରକାରୀ ଅଧିକାରୀଙ୍କ ଛୁଟି ୩ଦିନ ପାଇଁ ବାତିଲ

Advertisment

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡ଼ିଶା ଗସ୍ତକୁ ଦୃଷ୍ଟିରେ ରଖି ଆସନ୍ତାକାଲି ଠାରୁ ୩ ଦିନ ସରକାରୀ ଛୁଟିଦିନ ଥିଲେ ମଧ୍ୟ ଅଧିକାରୀମାନେ ହେଡକ୍ୱାର୍ଟର ଛାଡ଼ିବା ଉପରେ ରାଜ୍ୟ ସରକାର କଟକଣା ଜାରି କରିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡ଼ିଶା ଗସ୍ତକୁ ଦୃଷ୍ଟିରେ ରଖି ଆସନ୍ତାକାଲି ଠାରୁ ୩ ଦିନ ସରକାରୀ ଛୁଟିଦିନ ଥିଲେ ମଧ୍ୟ ଅଧିକାରୀମାନେ ହେଡକ୍ୱାର୍ଟର ଛାଡ଼ିବା ଉପରେ ରାଜ୍ୟ ସରକାର କଟକଣା ଜାରି କରିଛନ୍ତି।

loka seba bhaban

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡ଼ିଶା ଗସ୍ତକୁ ଦୃଷ୍ଟିରେ ରଖି ଆସନ୍ତାକାଲି ଠାରୁ ୩ ଦିନ ପର୍ଯ୍ୟନ୍ତ ସରକାରୀ ଛୁଟିଦିନ ଥିଲେ ମଧ୍ୟ ଅଧିକାରୀମାନେ ହେଡକ୍ୱାର୍ଟର ଛାଡ଼ିବା ଉପରେ ରାଜ୍ୟ ସରକାର କଟକଣା ଜାରି କରିଛନ୍ତି। ଛୁଟିଦିନରେ କୌଣସି ସରକାରୀ ଅଧିକାରୀ ହେଡକ୍ୱାର୍ଟର ନଛାଡ଼ିବା ପାଇଁ ରାଜ୍ୟ ସରକାର ଶୁକ୍ରବାର ସମସ୍ତ ବିଭାଗୀୟ ସଚିବ ଓ ମୁଖ୍ୟମାନଙ୍କୁ ନିର୍ଦ୍ଦେଶ ଜାରି କରିଛନ୍ତି। ଏହି ୩ଦିନ (ଶନିବାର ଠାରୁ ସୋମବାର) ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର କାର୍ଯ୍ୟାଳୟ ଖୋଲା ରହିବ। 

ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଘାସିରାମ ମୁର୍ମୁ ଆଜି ସମସ୍ତ ବିଭାଗର ସଚିବ ଓ ବିଭାଗୀୟ ମୁଖ୍ୟଙ୍କୁ ଚିଠି ଲେଖି ସରକାରୀ ଅଧିକାରୀମାନଙ୍କର ହେଡକ୍ୱାର୍ଟରରେ ଅନୁପସ୍ଥିତ ରହିବା ଉପରେ କଟକଣା ଜାରି କରିଛନ୍ତି। ସରକାରୀ ଛୁଟିଦିନ ଅର୍ଥାତ୍ ସେପ୍ଟେମ୍ବର ୧୪ରୁ ୧୬ତାରିଖ ପର୍ଯ୍ୟନ୍ତ ପ୍ରଶାସନିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି କୌଣସି ସରକାରୀ ଅଫିସରଙ୍କୁ ହେଡକ୍ୱାର୍ଟର ଛାଡ଼ିବାକୁ ଅନୁମତି ଦିଆଯାଇପାରିବ ନାହିଁ।   

ଉଲ୍ଲେଖଯୋଗ୍ୟ, ପ୍ରଧାନମନ୍ତ୍ରୀ ମୋଦୀ ଆସନ୍ତା ୧୭ତାରିଖରେ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରର ଜନତା ମଇଦାନରେ ବିଶାଳ ଜନସଭାକୁ ସମ୍ବୋଧିତ କରିବେ। ବିଜେପି ସରକାରର ବହୁ ପ୍ରତୀକ୍ଷିତ ‘ସୁଭଦ୍ରା’ ଯୋଜନା ଶୁଭାରମ୍ଭ କରିବେ। ପ୍ରଧାନମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଉଭୟ ସଂଗଠନ ଓ ସରକାରୀସ୍ତରରେ ଶାସକ ବିଜେପି ଯୋଜନା କରିଛି। ପ୍ରଧାନମନ୍ତ୍ରୀଙ୍କ ଜନତା ମଇଦାନ ସଭାରେ ଲକ୍ଷାଧିକ ମହିଳାଙ୍କୁ ସାମିଲ କରିବା ସହ ପ୍ରତି ବ୍ଲକରେ ୫ହଜାର ମହିଳାଙ୍କୁ ଏକଜୁଟ କରାଯାଇ ଏଲଇଡି ମାଧ୍ୟମରେ କାର୍ଯ୍ୟକ୍ରମର ସିଧାସଳଖ ପ୍ରସାରଣ କରାଯିବା ପାଇଁ ବ୍ୟବସ୍ଥା ହୋଇଥିବା ଜଣାପଡ଼ିଛି।

ସେପ୍ଟେମ୍ବର ୧୪ତାରିଖ ମାସର ଦ୍ୱିତୀୟ ଶନିବାର, ୧୫ତାରିଖ ରବିବାର ଓ ୧୬ତାରିଖ ମହମ୍ମଦଙ୍କ ଜୟନ୍ତୀ ଯୋଗୁ ସରକାରୀ ଛୁଟି ଅଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe