ଭୁବନେଶ୍ବର: ଗଣଶିକ୍ଷା ବିଭାଗରେ ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କ ବଦଳି ଏବଂ ନିଯୁକ୍ତିନେଇ ନୀତି ପ୍ରସ୍ତୁତ । ସାଧାରଣ ପ୍ରଶାସନ ବିଭାଗ ନିୟମ ଅନୁସାରେ ବାର୍ଷିକ ବଦଳି ଏପ୍ରିଲ ୧୫ରୁ ଜୁନ୍ ୧୫ ମଧ୍ୟରେ ହେବ । ଏଥିସହ ନିଜ ଜିଲ୍ଲାରେ ଶିକ୍ଷକଙ୍କୁ ମିଳିବନି ନିଯୁକ୍ତି । ନିଜ ଜିଲ୍ଲାରେ ନିଯୁକ୍ତି ନ ଦେବାକୁ ହୋଇଛି ସ୍ଥିର । ନିଜ ଜିଲ୍ଲାରେ ନିଯୁକ୍ତି ପାଇଲେ ବି ତାଙ୍କୁ ନିଜ ବ୍ଲକରେ ରହିବାକୁ ଅନୁମତି ଦିଆଯିବ ନାହିଁ ।

Advertisment

ସେହିପରି ଜିଲ୍ଲା କ୍ୟାଡର କୌଣସି ଅଧିକାରୀ କିମ୍ବା କର୍ମଚାରୀ ଯେଉଁଠି ନିଯୁକ୍ତି ପାଇଥିବେ ସେଠାରେ ଅତି କମରେ ୩ ବର୍ଷ ରହିବା ପରେ ବଦଳି ହେବାକୁ ଯୋଗ୍ୟତା ଅର୍ଜନ କରିବେ । ଗୋଟିଏ ସ୍ଥାନରେ ୬ ବର୍ଷରୁ ଅଧିକ ସମୟ ରହିପାରିବେ ନାହିଁ । ଯଦି କୌଣସି ଅଧିକାରୀ ନିଜ ଚାକିରି ସମୟର ୫ ବର୍ଷ ଅବିଭକ୍ତ କେବିକେ, ଗଜପତି, କନ୍ଧମାଳବୌଦ୍ଧ ଜିଲ୍ଲାରେ ପୂରଣ କରିଥିବେ ତେବେ ସେ ଅନ୍ୟ ଜିଲ୍ଲାକୁ ବଦଳି ହୋଇପାରିବେ ।

ଅନ୍ୟ ଜିଲ୍ଲାରେ ୧୦ ବର୍ଷ ପୂରଣ କରିଥିବା ଅଧିକାରୀମାନେ ଅବିଭକ୍ତ କେବିକେ, ଗଜପତି, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାରେ ନିଯୁକ୍ତ ହେବେ । ଯଦି ସ୍ବାମୀ-ସ୍ତ୍ରୀ ସରକାରୀ କର୍ମଚାରୀ ହୋଇଥାନ୍ତି ତାହା ହେଲେ ସେମାନଙ୍କୁ ନିକଟସ୍ଥ କିମ୍ବା ପାଖ ଅଞ୍ଚଳରେ ନିଯୁକ୍ତି ଦିଆଯାଇପାରିବ। ଅବସର ଗ୍ରହଣ କରିବାକୁ ଦୁଇ ବର୍ଷ ଥିବା ଅଧିକାରୀଙ୍କୁ ଯେଉଁଠାରେ ଅଛନ୍ତି ସେଠାରେ ରଖିବା କିମ୍ବା ସେମାନେ ନିଜ ଜିଲ୍ଲାକୁ ବଦଳି ହୋଇପାରିବେ । କମିଟି ମାଧ୍ୟମରେ ବଦଳି ଓ ନିଯୁକ୍ତି ପ୍ରକ୍ରିୟାରେ ସ୍ବଚ୍ଛତା ଆଣିବାକୁ ବିଭାଗ ନିଷ୍ପତ୍ତି ନେଇଛି ।