ଶରଧାବାଲି ଦଳାଚକଟା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ମିଳିଲା ତଦନ୍ତ ରିପୋର୍ଟ

Advertisment

ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ସମୟରେ ପୁରୀ ଶରଧାବାଲିରେ ଦଳାଚକଟା ଘଟଣା ଘଟିଥିଲା। ଏହି ଘଟଣାରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଉନ୍ନୟନ କମିସନର ଅନୁ ଗର୍ଗ ରିପୋର୍ଟ ଦାଖଲ କରିଛନ୍ତି।

ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ସମୟରେ ପୁରୀ ଶରଧାବାଲିରେ ଦଳାଚକଟା ଘଟଣା ଘଟିଥିଲା। ଏହି ଘଟଣାରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଉନ୍ନୟନ କମିସନର ଅନୁ ଗର୍ଗ ରିପୋର୍ଟ ଦାଖଲ କରିଛନ୍ତି।

New Project (30)

ଭୁବନେଶ୍ବର: ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ସମୟରେ ପୁରୀ ଶରଧାବାଲିରେ ଦଳାଚକଟା ଘଟଣା ଘଟିଥିଲା। ଏହି ଘଟଣାରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଉନ୍ନୟନ କମିସନର ଅନୁ ଗର୍ଗ ରିପୋର୍ଟ ଦାଖଲ କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଉନ୍ନୟନ କମିସନର ଅନୁ ଗର୍ଗ ଏହି ରିପୋର୍ଟ ଦାଖଲ କରିଛନ୍ତି। ତଦନ୍ତ ରିପୋର୍ଟ ମିଳିଥିବା ବେଳେ ଏବେ କ’ଣ କାର୍ଯ୍ୟାନୁଷ୍ଠାନ ନେବେ ସରକାର ସେନେଇ ଚିନ୍ତା କରିବେ। 

୨୦୨୫ ଜୁନ ୨୯ ତାରିଖ ଭୋର ସକାଳୁ ଶରଧାବାଲିରେ ଦଳାଚକଟା ହୋଇଥିଲା। ଏହି ଅପ୍ରୀତିକର ଘଟଣାରେ ମୋଟ ୩ ଜଣ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଥିଲା। ଅନେକ ‌ଶ୍ରଦ୍ଧାଳୁ ଆହତ ହୋଇଥିଲେ। 

ପୁରୀର ଶରଧାବାଲିରେ ଗତମାସ ୨୯ ତାରିଖ (ରବିବାର) ଦିନ ଭୋର୍‌ରୁ ଦଳାଚକଟା ଘଟଣା ଘଟିଥିଲା। ଏହି ଅଘଟଣ ଯୋଗୁଁ ତିନି ଜଣ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଥିଲା। ଆହୁରି ଅନେକ ଶ୍ରଦ୍ଧାଳୁ ଆହତ ହୋଇଥିଲେ। ତାଙ୍କୁ ଉଦ୍ଧାର କରି ପୁରୀ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତଦନ୍ତ ପାଇଁ ରାଜ୍ୟ ସରକାର ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରିଥିଲେ। ଉନ୍ନୟନ କମିସନରଙ୍କ ନେତୃତ୍ବରେ ତଦନ୍ତ ପାଇଁ ଗଠନ କରାଯାଇଥିବା ଏହି କମିଟିରେ ୪ ଜଣ ଓଏଏସ୍‌ ଅଧିକାରୀଙ୍କୁ ସାମିଲ କରାଯାଇଥିଲା। ରାଜ୍ୟ ସରକାର ମାନସ ରଂଜନ ସାମଲ, ବିନୟ କୁମାର ଦାଶ, ରଶ୍ମୀ ରଂଜନ ନାୟକ ଓ ପ୍ରଦୀପ କୁମାର ସାହୁଙ୍କୁ ତଦନ୍ତକାରୀ ଟିମ୍‌ରେ ସାମିଲ କରିଥିଲେ। ଏହି ୪ଜଣ ଜଣ ଓଏଏସ୍‌ ଅଧିକାରୀ ପ୍ରତିଦିନ ଉନ୍ନୟନ କମିସନରଙ୍କ କାର୍ଯ୍ୟାଳୟରେ ଉପସ୍ଥିତ ରହି ଅପରାହ୍‌ଣ ୩ଟାରୁ ୫ଟା ଯାଏଁ ତଦନ୍ତ ପାଇଁ ସମୟ ଦେବେ ବୋଲି ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଥିଲା।

ଏହି ଘଟଣା ନେଇ ରାଜ୍ୟ ସରକାରଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଟାର୍ଗେଟ କରିଥିଲେ। ସେ କହିଥିଲେ, ପୁରୀ ଶରଧାବାଲିରେ ମହାପ୍ରଭୁଙ୍କ ସକାଳ ଦର୍ଶନ ସମୟରେ ଭୀଷଣ ଦଳାଚକଟା ଘଟଣାରେ ପ୍ରାଣ ହରାଇଥିବା ୩ ଜଣ ଭକ୍ତଙ୍କ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଉଛି। ଏହି ଦୁଃଖଦାୟକ ଘଟଣାରେ ଆହତ ହୋଇଥିବା ସମସ୍ତ ଭକ୍ତଙ୍କ ଆଶୁଆରୋଗ୍ୟ ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି। ରଥଯାତ୍ରାରେ ଅଭାବନୀୟ ଭିଡ଼ ପରିଚାଳନା ପାଇଁ ଅନେକ ଭକ୍ତ ଆହତ ହୋଇଥିବା ବେଳେ ଏହାର ମାତ୍ର ଦିନକ ପରେ ପୁଣି ଆଜିର ଅଘଟଣ ଦର୍ଶାଉଛି। ଶ୍ରଦ୍ଧାଳୁଙ୍କ ପାଇଁ ଏକ ଶାନ୍ତି ତଥା ଭାବପୂର୍ଣ୍ଣ ରଥଯାତ୍ରା ସୁନିଶ୍ଚିତ କରିବାରେ ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ପ୍ରତ୍ୟକ୍ଷଦର୍ଶୀମାନେ କହୁଛନ୍ତି, ଏହି ଭୟାବହ ଅଘଟଣ ଘଟିବା ସମୟରେ ଭିଡ଼ ନିୟନ୍ତ୍ରଣ କରିବା ପାଇଁ କୌଣସି ସରକାରୀ ବ୍ୟବସ୍ଥା ସେଠାରେ ନଥିଲା; ଯାହା ଦାୟିତ୍ୱରେ ଚରମ ଅବହେଳାକୁ ଦର୍ଶାଉଛି।

CM Mohan Charan Majhi 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe