ନୂଆପଡ଼ା ଉପନିର୍ବାଚନ: ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ‌ଢୋଲକିଆ ହେଲେ ବିଜେପି ପ୍ରାର୍ଥୀ

ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ‌ଢୋଲକିଆ ହେଲେ ବିଜେପି ପ୍ରାର୍ଥୀ। ଗତ ୧୧ ତାରିଖରେ ବିଜେପିରେ ମିଶିଥିଲେ।

New Project (14)

ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ‌ଢୋଲକିଆ ହେଲେ ବିଜେପି ପ୍ରାର୍ଥୀ। ଗତ ୧୧ ତାରିଖରେ ବିଜେପିରେ ମିଶିଥିଲେ। ୧୬ ତାରିଖରେ ନାମାଙ୍କନ ଭରିବେ ଜୟ। ଜୟ ‌ଢୋଲକିଆଙ୍କ ନାମାଙ୍କନରେ ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

Jaydholkia oin BJP
Jaydholkia oin BJP

 ୧୬ ତାରିଖରେ ନାମାଙ୍କନ ଭରିବେ ବିଜେପି ପ୍ରାର୍ଥୀ। ଆଗାମୀ ୧୬ ତାରିଖରେ ନୂଆପଡ଼ା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରାର୍ଥୀପତ୍ର ଦାଖଲ ସମୟରେ ଉପସ୍ଥିତ ରହିବେ। ଆଜି ଏଭଳି ସୂଚନା ଦେଇଛନ୍ତି ବିଜେପି ରାଜ୍ୟସଭା ସାଂସଦ ସୁଜିତ କୁମାର। ସେ ଆହୁରି ଜୋର୍ ଦେଇ କହିଛନ୍ତି ଯେ ନୂଆପଡ଼ା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ୫୦ ହଜାରରୁ ଅଧିକ ଭୋଟରେ ବିଜୟୀ ହେବେ। ବିଜେଡି ଏଯାଏ ପ୍ରାର୍ଥୀ ସ୍ଥିର କରିପାରିନାହିଁ। ତେଣେ କଂଗ୍ରେସକୁ ଲୋକେ ପସନ୍ଦ କରୁନାହାନ୍ତି। ଏଣୁ ବିଜେପି ଏଠାରେ ଜିତିବା ସୁନିଶ୍ଚିତ ବୋଲି କହିଛନ୍ତି ରାଜ୍ୟସଭା ସାଂସଦ ସୁଜିତ କୁମାର।

Untitled

ସୂଚନାଯୋଗ୍ୟ, ଗତ ୧୧ ତାରିଖରେ ନୂଆପଡ଼ା ରାଜନୀତିରେ ଏକ ବଡ଼ ହଟଚମଟ ଦେଖିବାକୁ ମିଳିଥିଲା। ଗତ କିଛି ଦିନ ହେଲା ନୂଆପଡ଼ା ଉପନିର୍ବାଚନରେ ବିଜେଡିରୁ ପ୍ରାର୍ଥୀ ହେବାକୁ ଆଶା ବାନ୍ଧି ପ୍ରଚାର କରୁଥିବା ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ‌ଢୋଲକିଆ ସମସ୍ତଙ୍କୁ ବିସ୍ମିତ କରି ବିଜେପିରେ ଯୋଗ ଦେଇଥିଲେ। ନୂଆପଡ଼ା ଉପନିର୍ବାଚନରେ ଜୟଙ୍କୁ ପ୍ରାର୍ଥୀ କରିବାକୁ ବିଜେଡି ଏକପ୍ରକାର ନିଶ୍ଚିତ କରିଥିଲା ଓ କେବଳ ଘୋଷଣା ବାକି ଥିଲା। କିନ୍ତୁ ଜୟ ଶଙ୍ଖ ଶିବିର ଛାଡ଼ି ପଦ୍ମ ଧରିଥିଲେ। ଏପରିକି ଖୁବ୍‌ଶୀଘ୍ର ବିଜେପି ଜୟ ଢୋଲକିଆଙ୍କୁ ବିଧାୟକ ପ୍ରାର୍ଥୀ ଭାବେ ଘୋଷଣା କରିପାରେ ବୋଲି ଚର୍ଚ୍ଚା ହେଉଥିଲା। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe