‘କୁଡ଼ୋ’କୁ ରାଜ୍ୟସ୍ତରୀୟ ମାନ୍ୟତା ଦେବାପାଇଁ ଖେଳାଳି-କୋଚ୍‌ଙ୍କ ଅନୁରୋଧ

Advertisment

ଓଡ଼ିଶା କୁଡୋ ଆସୋସିଏସନର ସଦସ୍ୟ, କୋଚ ଓ ଖେଳାଳିଙ୍କ ସମେତ ୭୦ ଜଣ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେମାନେ କିଛି ଅନୁରୋଧ କରିଛନ୍ତି।

ଓଡ଼ିଶା କୁଡୋ ଆସୋସିଏସନର ସଦସ୍ୟ, କୋଚ ଓ ଖେଳାଳିଙ୍କ ସମେତ ୭୦ ଜଣ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେମାନେ କିଛି ଅନୁରୋଧ କରିଛନ୍ତି।

ଭୁବନେଶ୍ୱର: ଓଡ଼ିଶା କୁଡୋ ଆସୋସିଏସନର ସଦସ୍ୟ, କୋଚ ଓ ଖେଳାଳିଙ୍କ ସମେତ ୭୦ ଜଣ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଲୋକସେବା ଭବନରେ ଆଜି ‌‌ହୋଇଥିବା ଏହି ସାକ୍ଷାତକାରରେ ଖେଳାଳି ଓ କ୍ରୀଡ଼ା ସହିତ ଜଡ଼ିତ କୋଚ୍‌ମାନେ ‘ଜୁଡ଼ୋ’କୁ ରାଜ୍ୟସ୍ତରୀୟ ମାନ୍ୟତା ଦେବାପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି।

କୁଡ଼ୋ ଏକ ପ୍ରକାର ମିଶ୍ରିତ ସାମରିକ କଳା, ଯାହା ‘କରାଟେ ଏବଂ ତାଇକ୍ବାଣ୍ଡୋ’ର ସମାହାର। ଏହି ଖେଳ ଭାରତର ବିଭିନ୍ନ ରାଜ୍ୟ ସମେତ ବିଦେଶରେ ମଧ୍ୟ ଅନେକ ପ୍ରସିଦ୍ଧି ଲାଭ କରିଛି। ଓଡ଼ିଶାର ମଧ୍ୟ ଅନେକ ଜିଲ୍ଲାରେ ଏହି ଖେଳ ପାଇଁ ତାଲିମ୍ ଦିଆଯାଉଛି। ଏଣୁ ରାଜ୍ୟରେ ଏହି କୁଡ଼ୋର ପ୍ରସାର ଓ ଏହି ଖେଳକୁ ମାନ୍ୟତା ଦେବା ପାଇଁ ଏହି ଆସୋସିଏସନ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଥିଲେ। 

publive-image

ମୁଖ୍ୟମନ୍ତ୍ରୀ ଖେଳାଳିଙ୍କ ସହ କଥା ହୋଇ ସେମାନଙ୍କୁ ଅଭ୍ୟାସ ଜାରି ରଖିବାପାଇଁ କହିଥିଲେ ଏବଂ ଏହି କ୍ରୀଡ଼ାକୁ ରାଜ୍ୟସ୍ତରୀୟ ମାନ୍ୟତା ଦେବାପାଇଁ ବିଚାର କରାଯିବ ବୋଲି ସେ କହିଥିଲେ। କୁଡ଼ୋ ଖେଳାଳିଙ୍କ ସମେତ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସମେତ ଜଡ଼ୋ ଆସୋସିଏସନ୍‌ ଅଫ୍‌ ଓଡ଼ିଶାର ମୁଖ୍ୟ କୋଚ ନିତାଇ ଶଙ୍କର ଗୁଇଁ ପ୍ରମୁଖ ଉପସ୍ଥିତ ଥିଲେ।

Sports | CM Mohan Charan Majhi

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe