ବାଘୁଆ ମହୁମାଛି ଆକ୍ରମଣରେ ଚାଲିଗଲା କନିଷ୍ଠ ଯନ୍ତ୍ରୀଙ୍କ ଜୀବନ

Advertisment

ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମ୍ୟ ନିର୍ମାଣ ଉପ ବିଭାଜନ ବିଭାଗର କନିଷ୍ଠ ଯନ୍ତ୍ରୀ ଇଂ ବିଶ୍ବନାଥ ମୁର୍ମୁ(୩୫)ଙ୍କ ରାଇରଙ୍ଗପୁର ମହୁଲଡିହାସ୍ଥ ସରକାରୀ ବାସଭବନ ସମ୍ମୁଖରେ ଵାଘୁଆ ମହୁମାଛିମାନଙ୍କ ଆକ୍ରମଣରେ ମୃତ୍ୟୁ ହୋଇଥିବା ଜଣାଯାଇଛି।

ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମ୍ୟ ନିର୍ମାଣ ଉପ ବିଭାଜନ ବିଭାଗର କନିଷ୍ଠ ଯନ୍ତ୍ରୀ ଇଂ ବିଶ୍ବନାଥ ମୁର୍ମୁ(୩୫)ଙ୍କ ରାଇରଙ୍ଗପୁର ମହୁଲଡିହାସ୍ଥ ସରକାରୀ ବାସଭବନ ସମ୍ମୁଖରେ ଵାଘୁଆ ମହୁମାଛିମାନଙ୍କ ଆକ୍ରମଣରେ ମୃତ୍ୟୁ ହୋଇଥିବା ଜଣାଯାଇଛି।

ୗଯୀ

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମ୍ୟ ନିର୍ମାଣ ଉପ ବିଭାଜନ ବିଭାଗର କନିଷ୍ଠ ଯନ୍ତ୍ରୀ ଇଂ ବିଶ୍ବନାଥ ମୁର୍ମୁ(୩୫)ଙ୍କ ରାଇରଙ୍ଗପୁର ମହୁଲଡିହାସ୍ଥ ସରକାରୀ ବାସଭବନ ସମ୍ମୁଖରେ ଵାଘୁଆ ମହୁମାଛିମାନଙ୍କ ଆକ୍ରମଣରେ ମୃତ୍ୟୁ ହୋଇଥିବା ଜଣାଯାଇଛି।

ବାରିପଦା ପୌର ପରିଷଦର ତୁଳସୀ ଚଉରାର ଶ୍ୟାସୁନ୍ଦର ମୁର୍ମୂଙ୍କ ପୁଅ ତିରିଂ ବ୍ଳକ ସେକ୍ସନର କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ଇଂ ବିଶ୍ବନାଥ ମୁର୍ମୁ ଆଜି ସକାଳ ୯ ଟାରେ ରାଇରଙ୍ଗପୁରସ୍ଥ ନିଜ ସରକାରୀ ବାସଭବନରୁ ତିରିଂ ଅଭିମୁଖେ ନିଜ କାର୍ଯ୍ୟସ୍ଥଳକୁ ଯିବାକୁ ବାହାରୁଥିବା ସମୟରେ ହଠାତ୍ ଘର ସମ୍ମୁଖରେ ଥିବା ଏକ ବିଶାଳକାୟ କୃଷ୍ଣଚୂଡା ଗଛରେ ବହୁ ସଂଖ୍ୟାରେ ବସା ବାନ୍ଧିଥିବା ବାଘୁଆ ମହୁମାଛିମାନେ ତାଙ୍କୁ ହଠାତ୍ ଆକ୍ରମଣ କରିଥିଲେ। ସେ  ଅଚେତ ହୋଇ ବାନ୍ତି କରି ପଡ଼ିଯାଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟକୁ ଅଣା ଯାଇଥିଲା ।ତେବେ ଚିକିତ୍ସାଧୀନ ଅବସ୍ଥାରେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା।

ସୂଚନାଯୋଗ୍ୟ ଯେ ବାରିପଦା ପୌର ପରିଷଦର ତୁଳସୀ ଚଉରାର ଶ୍ୟାସୁନ୍ଦର ମୁର୍ମୂଙ୍କ ପୁଅ ତିରିଂ ବ୍ଳକ ସେକ୍ସନର କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ଇଂ ବିଶ୍ବନାଥ ମୁର୍ମୁ ଆଜି ସକାଳ ୯ ଟାରେ ରାଇରଙ୍ଗପୁରସ୍ଥ ନିଜ ସରକାରୀ ବାସଭବନରୁ ତିରିଂ ଅଭିମୁଖେ ନିଜ କାର୍ଯ୍ୟସ୍ଥଳକୁ ଯିବାକୁ ବାହାରୁଥିବା ସମୟରେ ହଠାତ୍ ଘର ସମ୍ମୁଖରେ ଥିବା ଏକ ବିଶାଳକାୟ କୃଷ୍ଣଚୂଡା ଗଛରେ ବହୁ ସଂଖ୍ୟାରେ ବସା ବାନ୍ଧିଥିବା ବାଘୁଆ ମହୁମାଛିମାନେ ତାଙ୍କୁ ହଠାତ୍ ଆକ୍ରମଣ କରିଥିଲେ। ସେ  ଅଚେତ ହୋଇ ବାନ୍ତି କରି ପଡ଼ିଯାଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟକୁ ଅଣା ଯାଇଥିଲା ।ତେବେ ଚିକିତ୍ସାଧୀନ ଅବସ୍ଥାରେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା ।

ସେ ଜଣେ କର୍ମଠ, ଦାୟିତ୍ଵ ସଂପନ୍ନ ବ୍ୟକ୍ତି, ଅମାୟିକ, ସରଳ,ମିଷ୍ଟଭାଷୀ ବ୍ୟକ୍ତି ଥିଲେ। ଆରଡି ବିଭାଗର ସୁପରିଣେ୍ଟେଡେଣ୍ଟ ଇଞ୍ଜିନିୟର,ବିଭାଗୀୟ ଯନ୍ତ୍ରୀ,କନିଷ୍ଠ ଯନ୍ତ୍ରୀ ଏବଂ ସମସ୍ତ କର୍ମଚାରୀ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟରେ ନିଜର ସାଥୀଙ୍କୁ ଶେଷ ଦର୍ଶନ ଦେଇ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ  ତାଙ୍କ ଶବକୁ ବ୍ୟବଚ୍ଛେଦ ଓ ଘରକୁ ପଠାଇବା ବ୍ୟବସ୍ଥା କରିଛନ୍ତି। ଏଣେ ଏନେଇ ରାଇରଙ୍ଗପୁର ଥାନାରେ ଏକ ମାମଲା ରୁଜୁ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe