ଯୁବତୀଙ୍କ ମୃତ୍ୟୁ ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ହେବ: କେନ୍ଦ୍ରାପଡ଼ା ଏସ୍‌ପି

କେନ୍ଦ୍ରାପଡ଼ା: ଜିଲ୍ଲାର ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା କାଠିଆପଡ଼ା ଗାଁରେ ଆଜି ଘର ଭିତରେ ଜଣେ ଯୁବତୀ ଜିଅନ୍ତା ଜଳିଯିବା ଘଟଣାରେ ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ କଟାରିଆ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ମୃତ ଯୁବତୀଙ୍କ ବାପା ଓ ମା’ଙ୍କ ସହିତ କଥା ହୋଇଛି।

KPD1

କେନ୍ଦ୍ରାପଡ଼ା: ଜିଲ୍ଲାର ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା କାଠିଆପଡ଼ା ଗାଁରେ ଆଜି ଘର ଭିତରେ ଜଣେ ଯୁବତୀ ଜିଅନ୍ତା ଜଳିଯିବା ଘଟଣାରେ ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ କଟାରିଆ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ମୃତ ଯୁବତୀଙ୍କ ବାପା ଓ ମା’ଙ୍କ ସହିତ କଥା ହୋଇଛି। ଯୁବତୀ ଯେତେବେଳେ ଜଳି ଯାଇଥିଲେ, ତାଙ୍କର ବାପା କବାଟ ଭାଙ୍ଗି ଘର ଭିତରେ ପଶିଥିଲେ। କିନ୍ତୁ ସେମାନେ ଶତ ଚେଷ୍ଟା କରି ମଧ୍ୟ ଯୁବତୀଙ୍କୁ ବଞ୍ଚାଇ ପାରି ନଥିଲେ। ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ହେବ। ପୁଲିସ କର୍ମଚାରୀ ତଥା ପଳେଇବାବୁ ଯଦି ଅଭିଯୋଗ ରଖିନଥିବେ ଏହାର ତଦନ୍ତ ହେବ। ତଦନ୍ତ ପରେ ସବୁ ସତ ପଦାକୁ ଆସିବ। ବାପାଙ୍କ ଲିଖିତ ଅଭିଯୋଗ ଆଧାରରେ ଘଟଣାର ତଦନ୍ତ ହେବ। ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ।  

ଯୁବତୀଙ୍କ ମୃତ୍ୟୁ ନେଇ ପୁଲିସ ସାଇଣ୍ଟିଫିକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ପୁଲିସ ତଦନ୍ତ ଜାରି ରଖିଛି। ଅନ୍ୟପଟରେ ପୁଲିସ କର୍ମଚାରୀ ତଥା ପଲେଇ ବାବୁ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେବାକୁ ମନା କରିଦେଇଛନ୍ତି। 

ସୂଚନାଯୋଗ୍ୟ, କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇର ବଡ଼ପଦା ଅଞ୍ଚଳରେ ଜଣେ ଯୁବତୀ ନିଜ ଦେହରେ କିରାସିନି ଢାଳି ନିଆଁ ଲଗାଇ ଜୀବନ ହାରି ଦେଇଛନ୍ତି। ଗୁରୁତର ଭାବେ ପୋଡ଼ିଯିବା କାରଣରୁ ତାଙ୍କର ମୃତ୍ୟୁ ଘଟିଛି। ତେବେ ଯୁବତୀ ଜଣକ କେଉଁ କାରଣରୁ ଏଭଳି ଏକ ଚରମ ପଦକ୍ଷେପ ନେଇଛନ୍ତି, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

ଖବର ପାଇ ସ୍ଥାନୀୟ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ପାରିପାର୍ଶ୍ୱିକ ସ୍ଥିତି ଓ ପରିବାର ଲୋକଙ୍କ ବୟାନ ଆଧାରରେ ମୃତ୍ୟୁର ପ୍ରକୃତ କାରଣ ଜାଣିବା ପାଇଁ ତଦନ୍ତ ଜାରି ରହିଛି।

ଅଭିଯୋଗ ଅନୁସାରେ ଯବତୀ ଜଣକ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ ଥିଲେ। ଅନ୍ୟପଟରେ ଏହା ହତ୍ୟା ନା ଆତ୍ମହତ୍ୟା, ତାହା ମଧ୍ୟ ସ୍ପଷ୍ଟ ହୋଇପାରି ନାହିଁ। କିନ୍ତୁ ମୃତକାଙ୍କ ବାପା ସାଂଘାତିକ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, ଝିଅର ପୁରୁଷ ବନ୍ଧୁ ବ୍ଲାକମେଲିଂ କରୁଥିଲା। ଅଶ୍ଳୀଳ ଫଟୋ ଓ ଭିଡିଓ ଜରିଆରେ ବ୍ଲାକମେଲିଂ କରୁଥିଲା। ଏନେଇ ଗ୍ରାମଞ୍ଚଳ ଥାନାରେ ୬ ମାସ ପୂର୍ବରୁ ଅଭିଯୋଗ କରିଥିଲୁ। 

 Kendrapara

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe