ରାଜ୍ୟରେ ସାର ଯୋଗାଣରେ ଅବ୍ୟବସ୍ଥା: କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା

ସାରା ରାଜ୍ୟରେ ସାର ଯୋଗାଣରେ ବ୍ୟାପକ ଅବ୍ୟବସ୍ଥା, କଳାବଜାରୀ, ଅପମିଶ୍ରଣ ଏବଂ ବଜାରରେ ୟୁରିଆ ମିଳୁ ନ ଥିବାରୁ ଚାଷୀମାନେ ହନ୍ତସନ୍ତ ହେଉଛନ୍ତି।.ଚାଷୀମାନଙ୍କର ଏ ସମସ୍ୟା ନେଇ ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା।

New Project (8)

ଭୁବନେଶ୍ୱର: ସାରା ରାଜ୍ୟରେ ସାର ଯୋଗାଣରେ ବ୍ୟାପକ ଅବ୍ୟବସ୍ଥା, କଳାବଜାରୀ, ଅପମିଶ୍ରଣ ଏବଂ ବଜାରରେ ୟୁରିଆ ମିଳୁ ନ ଥିବାରୁ ଚାଷୀମାନେ 
ହନ୍ତସନ୍ତ ହେଉଛନ୍ତି।.ଚାଷୀମାନଙ୍କର ଏ ସମସ୍ୟା ନେଇ ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା  ନବୀନ ପଟ୍ଟନାୟକ। ଏହାର ପ୍ରତିକାର ନିମନ୍ତେ ସେ କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ଜେ.ପି ନଡ୍ଡାଙ୍କୁ ପତ୍ର ଲେଖି ସାର ଯୋଗାଣରେ ଅବ୍ୟବସ୍ଥା ସମ୍ପର୍କରେ ଅବଗତ କରାଇବାସହତୁରନ୍ତ ଆବଶ୍ୟକୀୟ ୟୁରିଆ ଯୋଗାଣ ସୁନିଶ୍ଚିତ କରିବାକୁ ଦାବୀ କରିଛନ୍ତି।

ବିରୋଧୀ ଦଳ ନେତା କହିଛନ୍ତି ଯେ କୃଷି ଓଡ଼ିଶା ଅର୍ଥନୀତିର ମୁଖ୍ୟ ଆଧାର ଓ ଆମର ୭୦ ଭାଗରୁ ଅଧିକ ଲୋକଙ୍କୁ କୃଷି ହିଁ ଜୀବିକା ଯୋଗାଇଥାଏ।.ଗତ ଦୁଇ ଦଶନ୍ଧିରେ ଓଡ଼ିଶା କୃଷି କ୍ଷେତ୍ରରେ ଉଲ୍ଲେଖନୀୟ  ସଫଳତା ହାସଲ କରିଥିଲା। ୨୦୦୦ ମସିହାରେ ଚାଉଳ ପାଇଁ ଅନ୍ୟ ଉପରେ ନିର୍ଭର କରୁଥିବା ଓଡ଼ିଶା ଆଜି ଦେଶର ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ଚାଉଳ ଯୋଗାଣରେ ଏକ ପ୍ରମୁଖ ରାଜ୍ୟ ହୋଇ ପାରିଛି।.କୃଷି କ୍ଷେତ୍ରରେ ବୈଷୟିକ ବିଦ୍ୟାର ପ୍ରୟୋଗ ଓ ସାର ବିହନ ଆଦିର ଉତ୍ତମ ବଣ୍ଟନ ଓଡ଼ିଶାକୁ ଏ ସଫଳତା ଆଣି ଦେଇଥିଲା।

ଓଡ଼ିଶାରେ ୭.୯୪ ଲକ୍ଷ ଟନ ସାର ମହଜୁଦ ଥିବା ରାଜ୍ୟ ସରକାର ଦାବୀ କରୁଥିବା ବେଳେ  ଚାଷୀ କିନ୍ତୁ ସାର ପାଉନି.ୟୁରିଆ  ସରକାରୀ ଦର ଠାରୁ ଉଚ୍ଚ ଦାମରେ ବିକ୍ରି ହେଉଛି। ଓଡ଼ିଶା ସରକାରଙ୍କ ମାର୍କଫେଡ୍ ଚାଷୀଙ୍କ ବଦଳରେ ଘରୋଇ ଡିଲରଙ୍କୁ ରିହାତିରେ ସାର ବିକୁଛି। ତେଣୁ ଚାଷୀ ଖରିଫ ଋତୁରେ ଚାଷ କାମ ଛାଡି ସାର ପାଇଁ ରାଜରାସ୍ତାକୁ ଓହ୍ଲାଇବା ଚିନ୍ତାର ବିଷୟ। ତାଳଚେର ସାର କାରଖାନା ବିଷୟରେ ଉଲ୍ଲେଖ କରି ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ୨୦୧୮ ରେ ଶିଳାନ୍ୟାସ କରାଯାଇଥିବା ତାଳଚେର ସାର କାରଖାନା ୩୬ ମାସରେ ଶେଷ ହେବ ବୋଲି ଘୋଷଣା କରାଯାଇଥିଲେ ବି ସାତ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇ ନ ପାରିବା ଦୁଃଖର ବିଷୟ।.

କୃଷି ଓଡ଼ିଶା ଅର୍ଥନୀତିର ମୁଖ୍ୟ ଆଧାର ଓ ଆମର ୭୦ ଭାଗରୁ ଅଧିକ ଲୋକଙ୍କୁ କୃଷି ହିଁ ଜୀବିକା ଯୋଗାଇଥାଏ।.ଗତ ଦୁଇ ଦଶନ୍ଧିରେ ଓଡ଼ିଶା କୃଷି କ୍ଷେତ୍ରରେ ଉଲ୍ଲେଖନୀୟ  ସଫଳତା ହାସଲ କରିଥିଲା। ୨୦୦୦ ମସିହାରେ ଚାଉଳ ପାଇଁ ଅନ୍ୟ ଉପରେ ନିର୍ଭର କରୁଥିବା ଓଡ଼ିଶା ଆଜି ଦେଶର ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ଚାଉଳ ଯୋଗାଣରେ ଏକ ପ୍ରମୁଖ ରାଜ୍ୟ ହୋଇ ପାରିଛି।.କୃଷି କ୍ଷେତ୍ରରେ ବୈଷୟିକ ବିଦ୍ୟାର ପ୍ରୟୋଗ ଓ ସାର ବିହନ ଆଦିର ଉତ୍ତମ ବଣ୍ଟନ ଓଡ଼ିଶାକୁ ଏ ସଫଳତା ଆଣି ଦେଇଥିଲା।

ଖରିଫ ଋତୁ ଆରମ୍ଭରେ ସାର ଅଭାବ ତଥା ଯୋଗାଣରେ ଚାଲଥିବା ଅବ୍ୟବସ୍ଥା ଓ ଦୁର୍ନୀତିକୁ ରୋକିବାକୁ ଯଦି ସମୟୋଚିତ ପଦକ୍ଷେପ ନିଆ ନ ଯାଏ, ତେଵେ କୃଷି ଉତ୍ପାଦନରେ ବ୍ୟାଘାତ ସୃଷ୍ଟି ସହ ଚାଷୀ ଭାଇ ଭଉଣୀଙ୍କ ଜୀବିକାକୁ ମଧ୍ୟ ଏହା ପ୍ରଭାବିତ କରିବ ବୋଲି ସେ ସତର୍କ କରି ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe