ଭୁବନେଶ୍ବର: ପଶ୍ଚିମବଙ୍ଗର ଦୀଘାରେ ‘ଜଗନ୍ନାଥ ଧାମ’ ଲେଖିବା ପ୍ରସଙ୍ଗରେ ଆଇନ୍‌ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶୁକ୍ରବାର ଦିନ ଶ୍ରୀମନ୍ଦିର ପ୍ରଶାସନକୁ ଅନ୍ତରୀଣ ତତନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାର ତଦନ୍ତ କରାଯାଇ ସତ୍ୟାସତ୍ୟ ଜନମାନସକୁ ଆଣିବାକୁ ବ୍ୟବସ୍ଥା କରାଯାଉ। କେହି ଦୋଷୀ ସାବ୍ୟସ୍ତ ହେଲେ ଦଣ୍ଡବିଧାନ ମଧ୍ୟ କରାଯାଉ ବୋଲି ସେ ଏକ ଚିଠି ଲେଖିଛନ୍ତି। 

Advertisment

ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଚିଠିରେ ଉଲ୍ଲେଖ କରି କହିଛନ୍ତି, ଗତ କିଛିଦିନଧରି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ମନ୍ଦିର ଏବଂ ଶ୍ରୀଜଗନ୍ନାଥଙ୍କ ସଂସ୍କୃତିକୁ ନେଇ ଗତ କିଛି ଦିନ ଧରି ଦ୍ବନ୍ଦାତ୍ମକ ତଥ୍ୟ ସବୁ ଗଣମାଧ୍ୟମରେ ପ୍ରଚାରିତ ହେଉଛି । ପଶ୍ଚିମବଙ୍ଗର ଦୀଘା ଠାରେ ଶ୍ରୀ ଜଗନ୍ନାଥଙ୍କର ମନ୍ଦିର ନିର୍ମାଣ, ମନ୍ଦିରର ନାମକୁ ଜଗନ୍ନାଥ ଧାମ ଲେଖାଯିବା, ଏଠାରୁ ସେବାୟତମାନେ ମନ୍ଦିର ପ୍ରତିଷ୍ଠାରେ ଯୋଗଦେବା ତଥା ବଳକା ଦାରୁ କାଠରେ ପ୍ରତିମା ନିର୍ମାଣ ହେବା ଇତ୍ୟାଦି ବାବଦରେ ଚର୍ଚ୍ଚା ବିଷୟ ସଂପୂର୍ଣ୍ଣ ଅଗ୍ରହଣୀୟ ଅଟେ ଏବଂ ଏଭଳି କଥା ଗୁଡ଼ିକ ଜଗନ୍ନାଥପେପ୍ରେୀ, ଭକ୍ତ ସମାଜ ଓ ଓଡ଼ିଶାର ସାଢ଼େ ଚାରିକୋଟି ଜନତାଙ୍କ ମନରେ କଷ୍ଟ ଦେଇଛି ବୋଲି ଅନୁଭବ ହେଉଛି। 

ଏହି କାରଣରୁ ସଂପୂର୍ଣ୍ଣ ଘଟଣା ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ଏକ ଅନ୍ତରୀଣ ତଦନ୍ତ କରାଯାଇ ସତ୍ୟାସତ୍ୟ ଜନମାନସକୁ ଆଣିବା ପାଇଁ ପୁରୀ ଶ୍ରୀମନ୍ଦିର ପ୍ରଶାସକଙ୍କୁ ଏକ ଚିଠି ପ୍ରେରିତ କରିଛି। ଏହି ଘଟଣାରେ ଯଦି କେହି ଦୋଷୀ ସାବ୍ୟସ୍ତ ହେଉଛନ୍ତି ବା ଜ୍ଞାସାରରେ ଥାଇ ଏଭଳି ଘଟଣା ଘଟାଉଛନ୍ତି ସେ ବାବଦରେ ରାଜ୍ୟ ସରକାରଙ୍କ ଅନୁମତି କ୍ରମେ ଦଣ୍ଡବିଧାନ କରିବାର ପ୍ରାବଧାନ ମଧ୍ୟ କରାଯାଇପାରେ। 

 

ଏହା ପୂର୍ବରୁ ଦୀଘାରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ବିବାଦ ନେଇ ଶ୍ରୀମନ୍ଦିର ବରିଷ୍ଠ ଦଇତାପତି ରାମକୃଷ୍ଣ ଦାସ ମହାପାତ୍ର ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ମନ୍ଦିର ପ୍ରତିଷ୍ଠା ପାଇଁ ଡାକିଥିବାରୁ ସେ ଦୀଘା ଯାଇଥିଲେ ବୋଲି କହିଛନ୍ତି। ଭୁଲ ଜିନିଷ ହେଲେ, ମୁଁ ସେଠାରେ ରହିବି ନାହିଁ। ନିମ୍ବ କାଠରେ ତିଆରି ମୂର୍ତ୍ତି ଦୀଘା ମନ୍ଦିରରେ ପ୍ରତିଷ୍ଠା କରାଯାଇଛି। ତିଥି ଅନୁସାରେ ପୂଜାର୍ଚ୍ଚନା କରାଯିବ। ପୁରୀ ବାଦ୍ କୌଣସିଠାରେ ବ୍ରହ୍ମ ନାହିଁ। ଏତିସହ ଜଗନ୍ନାଥଙ୍କ ଗରିମା କ୍ଷ୍ୟୁର୍ଣ୍ଣ ହେବାକୁ ଦେବି ନାର୍ହିଁ। ଦୀଘାରେ ପୁରୀ ଧାନ ଲେଖା ହଟାଇବା ପାଇଁ ଚିଠି ଲେଖିବି। ସରକାର ମଧ୍ୟ ନାମ ହଟାଇବାକୁ ଚିଠି ଲେଖନ୍ତୁ।  

Jagannath Pradhan | Prithviraj Harichandan | Digha Jagannath temple