ଶିକ୍ଷାନୁଷ୍ଠାନରେ ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ ପାଇଁ କଡ଼ା ନିର୍ଦ୍ଦେଶ

ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ସମସ୍ତ ଶିକ୍ଷାନୁଷ୍ଠାନ ପରିସରରେ ରହିଥିବା ପ୍ରମୁଖ ସ୍ଥାନମାନଙ୍କରେ ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ କରିବାକୁ ସମସ୍ତ ରେଜିଷ୍ଟାର ଓ ଅଧ୍ୟକ୍ଷମାନଙ୍କୁ  ଚିଠି କରାଯାଇଛି।

New Projectrey

ଭୁବନେଶ୍ୱର: ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀ ଆତ୍ମାହୁତି ଓ ମୃତ୍ୟୁ, ସମ୍ବଲପୁରସ୍ଥିତ ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟର ବିଏଡ୍‌ ଛାତୀଙ୍କୁ ବିବାହର ପ୍ରତିଶ୍ରୁତି ଶାରୀରିକ ସଂପର୍କ ଭଳି ଘଟଣା ପରେ ରାଜ୍ୟ ସରକାର ସତର୍କ ହୋଇ ପ୍ରତିକାର ସ୍ବରୂପ ପଦକ୍ଷେପ ନେଇଛନ୍ତି। ଶିକ୍ଷାନୁଷ୍ଠାନରେ ମହିଳାମାନେ ଯେପରି ନିର୍ଯାତନ ନହେବେ‌ ସେଥିପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ସମସ୍ତ ବିଶ୍ୱବିଦ୍ୟାଳୟ, ସରକାରୀ ମହାବିଦ୍ୟାଳୟ, ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ ଓ ବେସରକାରୀ ମହାବିଦ୍ୟାଳୟ ପରିସରରେ ରହିଥିବା ପ୍ରମୁଖ ସ୍ଥାନମାନଙ୍କରେ ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ କରିବାକୁ ସମସ୍ତ ରେଜିଷ୍ଟାର ଓ ଅଧ୍ୟକ୍ଷମାନଙ୍କୁ  ଚିଠି କରାଯାଇଛି।

ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଜାରି ହୋଇଥିବା ଚିଠିରେ କୁହାଯାଇଛି ଯେ, କାର୍ଯ୍ୟସ୍ଥଳରେ ମହିଳାଙ୍କ ଯୌନ ଉତ୍ପୀଡନ (ନିବାରଣ, ନିଷେଧ ଓ ପ୍ରତିକାର) ଅଧିନିୟମ-୨୦୧୩ ଏବଂ ଏହି ସମ୍ବନ୍ଧରେ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶାବଳୀକୁ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ କଡ଼ାକଡ଼ି ଭାବେ ପାଳନ କରିବା ସହ ଏହି ସମ୍ବନ୍ଧୀୟ ସଚେତନତା କର୍ମଶାଳା ଆୟୋଜନ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

କାର୍ଯ୍ୟସ୍ଥଳରେ ମହିଳାଙ୍କ ଯୌନ ଉତ୍ପୀଡନ (ନିବାରଣ, ନିଷେଧ ଓ ପ୍ରତିକାର) ଅଧିନିୟମ-୨୦୧୩ ଏବଂ ଏହି ସମ୍ବନ୍ଧରେ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶାବଳୀକୁ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ କଡ଼ାକଡ଼ି ଭାବେ ପାଳନ କରିବା ସହ ଏହି ସମ୍ବନ୍ଧୀୟ ସଚେତନତା କର୍ମଶାଳା ଆୟୋଜନ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

11098d2a-bd17-441c-99ce-646377471b38

ଉକ୍ତ କର୍ମଶାଳାରେ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ, ଆଭ୍ୟନ୍ତରୀଣ ଅଭିଯୋଗ କମିଟିର ସଦସ୍ୟମାନେ ଯୋଗଦେବେ ଏବଂ POSH Act, 2013ର ନିୟମାବଳୀକୁ କଡ଼ାକଡ଼ି ଭାବେ ପାଳନ କରିବା ପାଇଁ ଶପଥ ନେବେ। କର୍ମଶାଳା ଆୟୋଜନର ସବିସ୍ତୃତ ବିବରଣୀ ଆସନ୍ତା ୩ ଦିନ ମଧ୍ୟରେ ଉଚ୍ଚଶିକ୍ଷା ବିଭାଗକୁ ପ୍ରଦାନ କରିବା ନିମନ୍ତେ ଚିଠିରେ ଉଲ୍ଲେଖ କରାଯାଇଛି।

Education

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe