ପାଣିପାଗ: ରାଜ୍ୟରେ ବର୍ଷା ଜାରି: ଚିନ୍ତାରେ ଚାଷୀ

ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, କଟକ-ଭୁବନେଶ୍ବର ସମେତ ୯ ଜିଲ୍ଲାକୁ ୩ ଘଣ୍ଟା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଫଳରେ ଏହି ସମୟ ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ଗଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, କଟକ, ରାୟଗଡ଼ା ଓ ପୁରୀରେ ହାଲୁକାରୁ ମଧ୍ୟମଧରଣର ବର୍ଷା ଜାରି ରହିବ।

00

ଭୁବନେଶ୍ବର: ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଉତ୍ତର ତାମିଲନାଡୁ ଉପକୂଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, କଟକ-ଭୁବନେଶ୍ବର ସମେତ ୯ ଜିଲ୍ଲାକୁ ୩ ଘଣ୍ଟା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଫଳରେ ଏହି ସମୟ ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ଗଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, କଟକ, ରାୟଗଡ଼ା ଓ ପୁରୀରେ ହାଲୁକାରୁ ମଧ୍ୟମଧରଣର ବର୍ଷା ଜାରି ରହିବ। 

ଏହି ଖବର ପଢ଼ନ୍ତୁ: ଚିଟଫଣ୍ଡ ଜମାକାରୀଙ୍କୁ ଟଙ୍କା ଫେରସ୍ତ କଲେନି ବିଜେଡି ସରକାର: ମନମୋହନ ସାମଲ

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ଗଜପତି, ଖୋର୍ଦ୍ଧା, କଟକ, ରାୟଗଡ଼ା, ବାଲେଶ୍ବର, ମୟୂରଭଂଜ, କେନ୍ଦୁଝର, ଭଦ୍ରକ ଓ କେନ୍ଦ୍ରାପଡ଼ା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। 

ଗତକାଲି ଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଫଳରେ ଚାଷୀମାନେ ଅଧିକ ହଇରାଣର ସମ୍ମୁଖୀନ ହୋଇଛନ୍ତି। ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ଚାଷୀମାନେ ମଣ୍ଡିରେ ବିକ୍ରି ପାଇଁ ଧାନ ମହଜୁତ ରଖି ବର୍ଷା ଯୋଗୁଁ ପ୍ରଭାବିତ ହୋଇଛନ୍ତି। ଉପକୂଳ ଓଡ଼ିଶାରେ ଚାଷୀମାନେ ଧାନ କାଟି ଥିବାରୁ ଏହା ବର୍ଷାରେ ଭିଜୁଛି। ଚାଷୀପରିବାର ଏବେ ବର୍ଷା ନେଇ ଚିନ୍ତାରେ ଅଛନ୍ତି। 

ଏହି ଖବର ପଢ଼ନ୍ତୁ: ୨୦୨୫ରେ ଏମଜି ଆଣୁଛି ଏହି କାର, ଟାଟା-ମହିନ୍ଦ୍ରାକୁ ଦେବ କଡା ଟକ୍କର

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ଲାଗିରହିବ। ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟମଧରଣର ବର୍ଷା ହୋଇପାରେ। ୨୬ ତାରିଖଠାରୁ ପାଗ ମୁଖ୍ୟତଃ ଶୁଖିଲା ରହିପାରେ। ତେବେ କିଛି ସ୍ଥାନରେ ଆକାଶ ମେଘୁଆ ରହିପାରେ। ରାତି ତାପମାତ୍ରା ୨୪ ଘଣ୍ଟାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ୪୮ ଘଣ୍ଟା ପରେ ଦୁଇରୁ ତିନି ଡିଗ୍ରି କମିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। 

ଏହି ଖବର ପଢ଼ନ୍ତୁ: ସ୍ତ୍ରୀଙ୍କର ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର, ସ୍ବାମୀଙ୍କର ଅବସ୍ଥା ଗୁରୁତର

ଆକଳନ ଅନୁଯାୟୀ ବୁଧବାର ବର୍ଷା ଲାଗିରହିବ। ଗଞ୍ଜାମ, ଗଜପତି, ନୟାଗଡ଼, ରାୟଗଡ଼ା, କୋରାପୁଟ, ମାଲକାନଗିରି, ପୁରୀ, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ଜଗତ୍ସିଂହପୁର, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ। ପରବର୍ତ୍ତୀ ୨୪ ଘଣ୍ଟାରେ ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁରରେ ହାଲୁକା ବର୍ଷା ହେବ।

ଏହି ଖବର ପଢ଼ନ୍ତୁ: ଅଖା ଭିତରୁ ନାବାଳକର ମୃତଦେହ ମିଳିବା ଘଟଣା: ଅଭିଯୁକ୍ତ ଗିରଫ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe