ରାଇରଙ୍ଗପୁର: ମୟୂରଭଞ୍ଜ ଅବକାରୀ ଅଧିକ୍ଷକ ପ୍ରଶାନ୍ତ କହଁରଙ୍କ ନିର୍ଦ୍ଦେଶକ୍ରମେ ଓ ରାଇରଙ୍ଗପୁର ଅବକାରୀ ଉପଅଧୀକ୍ଷକ ସୌମ୍ୟରଞ୍ଜନ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ରାଇରଙ୍ଗପୁର ଅଞ୍ଚଳରେ ବ୍ୟାପକ ମହୁଲ ପୋଚ ଓ ଦେଶୀମଦ ଜବତ ହୋଇଛି।

Advertisment

ଅବକାରୀ ରେଞ୍ଜ ପକ୍ଷରୁ ଅବକାରୀ ନିରୀକ୍ଷକ ବିନୟ ପ୍ରକାଶ ତୀର୍କୀ ଓ ରାଇରଙ୍ଗପୁର ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ପ୍ରହଲ୍ଲାଦ ସାମଲ ଏବଂ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଅସନଶିଖର ଓ ଦାମବେଡ଼ା ଗ୍ରାମ ଅଞ୍ଚଳରେ ଚଢ଼ାଉ କରାଯାଇ ୪୨୦ ଲିଟର ଦେଶୀ ରନ୍ଧା ମଦ ଓ ୧୨୮୦୦ ଲିଟର ମହୁଲ ପୋଚ ଜବତ କରାଯାଇ ଘଟଣା ସ୍ଥଳରେ ନଷ୍ଟ କରାଯାଇଛି। 

publive-image

ଜବତ ହୋଇଥିବା ଦେଶୀ ରନ୍ଧା ମଦ ଓ ମହୁଲ ପୋଚର ଆନୁମାନିକ ମୂଲ୍ୟ ୭ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି। ଉକ୍ତ ଚଢ଼ଉରେ ବହଳଦା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ରଣଜିତ ସବର, ସହ ଉପନିରୀକ୍ଷକ ସୁଧାଂଶୁ ବେହେରା, କନେଷ୍ଟବଳ ଅରୁଣ କୁମାର ମୁଦୁଲି, ବିପ୍ଳବ ମଲ୍ଲିକ, ବୁଦ୍ଧଦେବ ମହାନ୍ତ, ସଞ୍ଜୀବ ମହାପାତ୍ର, ରାଜେନ୍ଦ୍ର ସେନାପତି ପ୍ରଭୃତି ସାମିଲ ଥିଲେ। ଏନେଇ ରାଇରଙ୍ଗପୁର ଅବକାରୀ ଥାନା ପକ୍ଷରୁ ୨ ଗୋଟି ମାମଲା ରୁଜ୍ଜୁ କରାଯାଇଛି।

 Mayurbhanj | Wine