ଭୁବନେଶ୍ବର:କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ପଶ୍ଚିମକେନ୍ଦ୍ରୀୟ ତତ-ସଂଲଗ୍ନ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳବର୍ତ୍ତୀ ସମୁଦ୍ର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ବ୍ୟାପିଛି।
ଏଣେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ୨୭ ତାରିଖ ସକାଳ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ୨୪ ତାରିଖରେ ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଯାଜପୁରରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ। ଏହି ସମୟରେ କଟକ, ଜଗତ୍ସିଂହପୁର, ନୟାଗଡ଼, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ରହିବ। ପରବର୍ତ୍ତୀ ୪୮ ଘଣ୍ଟାରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲାରେ ବର୍ଷା ହୋଇପାରେ। ତାହାକୁ ନଜରରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/O1SbgM4jxnDTvV3SJYBw.jpeg)