ଆଗାମୀ ୧୨ ଘଣ୍ଟାରେ ଲଘୁଚାପ, ପରବର୍ତ୍ତୀ ୨୪ ଘଣ୍ଟାରେ ଅବପାତ ସମ୍ଭାବନା

ଆଗାମୀ ୧୨ ଘଣ୍ଟାରେ ଲଘୁଚାପ ଓ ପରବର୍ତ୍ତୀ ୨୪ ଘଣ୍ଟାରେ ଅବପାତ ସମ୍ଭାବନା ରହିଛି। ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି।

Untitled

ଭୁବନେଶ୍ବର: ଆଗାମୀ ୧୨ ଘଣ୍ଟାରେ ଲଘୁଚାପ ଓ ପରବର୍ତ୍ତୀ ୨୪ ଘଣ୍ଟାରେ ଅବପାତ ସମ୍ଭାବନା ରହିଛି। ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ଏକ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି।

ଲଘୁଚାପର ପ୍ରଭାବ‌ ଏବେ ବି ଓଡ଼ିଶା ଉପରେ ରହିଛି। ଆଉ ଏକ ନୂଆ ଲଘୁଚାପ ୧୮ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ସୋମବାରଠାରୁ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ବିଶେଷ କରି କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।

ଲଘୁଚାପର ପ୍ରଭାବ‌ ଏବେ ବି ଓଡ଼ିଶା ଉପରେ ରହିଛି। ଆଉ ଏକ ନୂଆ ଲଘୁଚାପ ୧୮ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ସୋମବାରଠାରୁ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ବିଶେଷ କରି କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏଥିସହ ନବରଙ୍ଗପୁରକଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାର କିଛି କିଛି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ସହ ପ୍ରବଳ ବର୍ଷା ହୋଇପାରେ। ନୂଆ ଲଘୁଚାପ ପ୍ରଭାବରେ ୨୦ ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା‌ ମିଳିଛି।  ଅନ୍ୟପକ୍ଷରେ ୨୭ ତାରିଖ ଆଡ଼କୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପର ସମ୍ଭାବନା ରହିଛି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe