ଭୁବନେଶ୍ୱର: ସମଗ୍ର ଶିକ୍ଷା ଅଧୀନରେ ପ୍ରାଥମିକ ବିଦ୍ୟାଳୟର କନିଷ୍ଠ ଶିକ୍ଷକ (ସ୍କିମାଟିକ)ମାନଙ୍କ ଦରମା ବୃଦ୍ଧି କରିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଧନ୍ୟବାଦ ଜଣାଇଛନ୍ତି। ମନ୍ତ୍ରୀ ଶ୍ରୀ ଗଣ୍ଡ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଏକ ପୋଷ୍ଟ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେବା ସହିତ ଏହି ନିଷ୍ପତ୍ତି ଶିକ୍ଷାଦାତାଙ୍କୁ ସଶକ୍ତ କରିବା ସହିତ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବ ବୋଲି କହିଛନ୍ତି।
ସମଗ୍ର ଶିକ୍ଷା ଅଧୀନରେ ପ୍ରାଥମିକ ବିଦ୍ୟାଳୟରେ କାମ କରୁଥିବା କନିଷ୍ଠ ଶିକ୍ଷକ (ସ୍କିମାଟିକ)ଙ୍କ ଦରମା ୧୧,୦୦୦ ରୁ ୧୬,୦୦୦କୁ ବୃଦ୍ଧି କରାଯାଇଛି। ସେଥିପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ @MohanMOdisha ଙ୍କୁ ଧନ୍ୟବାଦ ଜଣାଉଛି। ଏହି ନିଷ୍ପତ୍ତି ଶିକ୍ଷାଦାତାଙ୍କୁ ସଶକ୍ତ କରିବା ସହ ପ୍ରାଥମିକ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରିବ। pic.twitter.com/dkP5GduRhQ
— Nityananda Gond (@NityanandaBJP) February 12, 2025
ସୂଚନା ଥାଉକି, ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ମାଧ୍ୟମରେ ଏହା ଜଣାଇଦିଆ ଯାଇଛିଯେ ସ୍କିମାଟିକ୍ କନିଷ୍ଠ ଶିକ୍ଷକ ମାନଙ୍କ ମାସିକ ପାରିଶ୍ରମିକ ୧୧,୦୦୦ ଟଙ୍କା ରୁ ୧୬,୦୦୦ ଟଙ୍କା ବୃଦ୍ଧି କରା ଯାଇଛି। ସମଗ୍ର ଶିକ୍ଷା କାର୍ଯ୍ୟକ୍ରମରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ ନିୟୋଜିତ ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନଙ୍କୁ ମାସିକ ୧୧,୧୦୦ ଟଙ୍କା ପାରିଶ୍ରମିକ ଦିଆଯାଉଥିଲା।
ଗତ ୨୦୨୫ ଜାନୁଆରି ୧୬ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବର୍ଗର ଶିକ୍ଷକ ମାନଙ୍କର ମାସିକ ପାରିଶ୍ରମିକକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଥିଲେ। ଏହାଦ୍ୱାରା ପ୍ରାଥମିକ ଶିକ୍ଷାରେ ଗୁଣାତ୍ମକ ଉନ୍ନତି ଆସିବା। ସହିତ ରାଜ୍ୟରେ ଏହି ବର୍ଗରେ ଥିବା ୧୩, ୭୪୦ ଶିକ୍ଷକ ଉପକୃତ ହେବେ।
କନିଷ୍ଠ ଶିକ୍ଷକ (ସ୍କିମାଟିକ୍) ପାଇଁ ଏକ ସ୍ୱାଗତଯୋଗ୍ୟ ପଦକ୍ଷେପ ସ୍ୱରୂପ ଓଡ଼ିଶା ସରକାର ଶିକ୍ଷକମାନଙ୍କ ମାସିକ ଦରମାରେ ୪,୯୦୦ ଟଙ୍କା ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫେବ୍ରୁଆରି ୧୨ ତାରିଖରେ ଏକ ପ୍ରସ୍ତାବରେ, ଓଡ଼ିଶା ସରକାରଙ୍କ ସ୍କୁଲ ଏବଂ ଗଣଶିକ୍ଷା ବିଭାଗ ସେମାନଙ୍କର ପାରିଶ୍ରମିକ ୧୧,୧୦୦ ଟଙ୍କାରୁ ୧୬,୦୦୦ ଟଙ୍କାକୁ ବୃଦ୍ଧି କରିବା ପାଇଁ ବିଜ୍ଞପ୍ତି ଜାରି କରିଛନ୍ତି। ପ୍ରସ୍ତାବରେ ଉଲ୍ଲେଖ କରାଯାଇଛି, ସରକାର ସତର୍କତାର ସହିତ ବିଚାର କରିବା ପରେ ସମଗ୍ର ଶିକ୍ଷା ଯୋଜନାରେ ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନିୟୋଜିତ କନିଷ୍ଠ ଶିକ୍ଷକଙ୍କ ମାସିକ ଦରମା ବୃଦ୍ଧି କରିଛନ୍ତି।