ରାଷ୍ଟ୍ରୀୟ ପଶୁଧନ ଗୋକୁଳ ଯୋଜନାରେ ଦୁଗ୍ଧ ଉତ୍ପାଦନକୁ ସଶକ୍ତ କରାଯିବ

ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ ଦିଆଯିବ କ୍ଷୀର। ଏନେଇ ଓଡ଼ିଶା ସରକାର ଚିନ୍ତା କରୁଛନ୍ତି। ମଧ୍ୟାହ୍ନ ଭୋଜନରେ ଛାତ୍ରଛାତ୍ରୀମାନଙ୍କୁ ୨୦୦ ମିଲିମିଟର ଭିଟାମିନ ଏ ଓ ଡି ଯୁକ୍ତ କ୍ଷୀର ଦେବାକୁ ଯୋଜନା କରୁଛନ୍ତି ସରକାର। ଏନେଇ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି।

ଭକ୍

ଭୁବନେଶ୍ବର: ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ ଦିଆଯିବ କ୍ଷୀର। ଏନେଇ ଓଡ଼ିଶା ସରକାର ଚିନ୍ତା କରୁଛନ୍ତି। ମଧ୍ୟାହ୍ନ ଭୋଜନରେ ଛାତ୍ରଛାତ୍ରୀମାନଙ୍କୁ ୨୦୦ ମିଲିମିଟର ଭିଟାମିନ ଏ ଓ ଡି ଯୁକ୍ତ କ୍ଷୀର ଦେବାକୁ ଯୋଜନା କରୁଛନ୍ତି ସରକାର। ଏନେଇ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି।

ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ କହିଛନ୍ତି, ଏହି ଯୋଜନାରେ ପିଲାଙ୍କ ପୋଷଣରେ ଭିଟାମିନ ରହିବା ପାଇଁ ଏପରି ଅନେକ ବ୍ୟବସ୍ଥା କରାଯିବ। ରାଷ୍ଟ୍ରୀୟ ପଶୁଧନ ଗୋକୁଳ ଯୋଜନାରେ ଦୁଗ୍ଧ ଉତ୍ପାଦନକୁ ସଶକ୍ତ କରାଯିବ। ଗୋକୁଳ ଯୋଜନାରେ ୩ ହଜାର ଗାଈ ଦେବାର ବ୍ୟବସ୍ଥା କରାଯାଇଛି। ଏଥିରେ ପାଖାପାଖି ୩୮ କୋଟି ଟଙ୍କା ଖର୍ଚ୍ଚ କରାଯିବ। ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ୭୦ ପ୍ରତିଶତ ରିହାତିରେ ୨ଟି ଗାଈ ଲୋକଙ୍କୁ ଦେବାର ବ୍ୟବସ୍ଥା କରାଯାଇଛି।

ମନ୍ତ୍ରୀ ଆହୁରି କହିଛନ୍ତି, ଏହି ଯୋଜନାରେ ପିଲାଙ୍କ ପୋଷଣରେ ଭିଟାମିନ ରହିବା ପାଇଁ ଏପରି ଅନେକ ବ୍ୟବସ୍ଥା କରାଯିବ। ରାଷ୍ଟ୍ରୀୟ ପଶୁଧନ ଗୋକୁଳ ଯୋଜନାରେ ଦୁଗ୍ଧ ଉତ୍ପାଦନକୁ ସଶକ୍ତ କରାଯିବ। ଗୋକୁଳ ଯୋଜନାରେ ୩ ହଜାର ଗାଈ ଦେବାର ବ୍ୟବସ୍ଥା କରାଯାଇଛି। ଏଥିରେ ପାଖାପାଖି ୩୮ କୋଟି ଟଙ୍କା ଖର୍ଚ୍ଚ କରାଯିବ। ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ୭୦ ପ୍ରତିଶତ ରିହାତିରେ ୨ଟି ଗାଈ ଲୋକଙ୍କୁ ଦେବାର ବ୍ୟବସ୍ଥା କରାଯାଇଛି।

ସୂଚନାଯୋଗ୍ୟ, ଗତକାଲି ରାଷ୍ଟ୍ରପତି ରାଇରଙ୍ଗପୁରରେ ଗିଫ୍ଟ ମିଲ୍କ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଗିଫ୍ଟ ମିଲ୍କ ମାଧ୍ୟମରେ ୨୯ଟି ସ୍କୁଲରେ ୧୧୮୪ ପିଲାଙ୍କୁ ୨୦୦ ଏମ୍ଏଲ୍ କ୍ଷୀର ଦେବାର ଶୁଭାରମ୍ଭ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe